ସ୍ବାଭିମାନ ଅଞ୍ଚଳରେ ସରିଲାଣି ୯୦ କିମି ମାଟି, ୨୦ କିମି ପିଚୁ

ମାଲକାନଗିରି,୬|୩ (ଡି.ଏନ୍‌.ଏ.) – ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ କାର୍ଯ୍ୟ କରୁଥିବା ଜଣେ କନିଷ୍ଠ ଯନ୍ତ୍ରୀ ପ୍ରଶାନ୍ତ କୁମାର ବେହେରାଙ୍କୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପ୍ରଶଂସା କରିଛନ୍ତି। ୫ଟି ବିଭାଗର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଭିଡିଓ କନଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବା ସମୟରେ ମାଲକାନଗିରି ଜିଲାର କନିଷ୍ଠଯନ୍ତ୍ରୀ ବେହେରାଙ୍କ କାର୍ଯ୍ୟ ସମ୍ପର୍କରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ମାଓବାଦୀଙ୍କ ଗଡ କୁହାଯାଉଥିବା ସ୍ବାଭିମାନ ଅଞ୍ଚଳର ବିକାଶ ପାଇଁ ଯନ୍ତ୍ରୀ ବେହେରା କେତେବେଳେ ପାଦରେ ଚାଲିଚାଲି ତ କେତେବେଳେ ବାଇକ୍‌୍‌ରେ ବିଭିନ୍ନ ଗ୍ରାମକୁ ଯାଇ ସେହି ଗ୍ରାମଗୁଡିକର ରାସ୍ତାଘାଟ କିପରି ତିଆରି କରାଯିବ ସେନେଇ ଲୋକଙ୍କୁ ସଚେତନ କରିବା ସହ କାର୍ଯ୍ୟକୁ ତ୍ୱରାନ୍ବିତ କରୁଛନ୍ତି।
ଯେ, ଚିତ୍ରକୋଣ୍ଡା ବ୍ଲକର ପଣସପୁଟ, ଜୋଡାମ୍ବ, ଅଣ୍ଡ୍ରାପାଲ୍ଲି, ଯନ୍ତ୍ରୀ, ପାପରମେଟଲା, ବଡପଡା, ବଡପଦର, ଗାଜୁଲମାମୁଡି, ଧୁଳିପୁଟ ଓ ଖଇରପୁଟ ବ୍ଲକର ମୁଦୁଲିପଡା, ଅଣ୍ଡ୍ରାହାଲ, ବଡଡୁରାଲ ପଞ୍ଚାୟତ ଦାୟିତ୍ୱରେ ଯନ୍ତ୍ରୀ ବେହେରା ରହିଛନ୍ତି। ଏଠାରେ ସବୁବେଳେ ଅପ୍ରୀତିକର ପରିସ୍ଥିତି ଲାଗି ରହିଥିଲା। ରାସ୍ତା ଓ ଗୃହ ନିର୍ମାଣ ପାଇଁ ମେଟାଲ, ବାଲି ଭଳି ଅନ୍ୟାନ୍ୟ ସାମଗ୍ରୀ ମିଳୁ ନ ଥିଲା। ଲାଲବାହିନୀର ନାଲିଆଖି ଯୋଗୁ ଠିକାଦାରମାନେ ମଧ୍ୟ ଏହି ଅଞ୍ଚଳରେ କାର୍ଯ୍ୟ କରିବାକୁ ସାହସ କରୁ ନ ଥିଲେ ା ତେବେ ଗୁରୁପ୍ରିୟା ସେତୁ ନିର୍ମାଣ ପରେ ସ୍ବାଭିମାନ ଅଞ୍ଚଳର ସମସ୍ତ ପଞ୍ଚାୟତ ଯେପରି ବ୍ଲକ ମହକୁମା ସହିତ ଯୋଡି ହେବ ସେଥିପାଇଁ ଜିଲା ପ୍ରଶାସନ ଯନ୍ତ୍ରୀ ବେହେରାଙ୍କୁ ଉକ୍ତ ଅଞ୍ଚଳର ଦାୟିତ୍ୱ ଦେଇଥିଲା। ଦାୟିତ୍ୱ ନେବା ପରେ ବେହେରା ବର୍ତ୍ତମାନ ସୁଦ୍ଧା ୯୦ କିଲୋମିଟର ମାଟି ରାସ୍ତା ଓ ୨୦ କିଲୋମିଟରରୁ ଊର୍ଦ୍ଧ୍ୱ ପିଚୁ ରାସ୍ତା ନିର୍ମାଣ କରିଛନ୍ତି ା ଜିଲାପାଳ ମନୀଷ ଅଗ୍ରଓ୍ବାଲଙ୍କ ପ୍ରୋତ୍ସାହନ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ସହଯୋଗ ଯୋଗୁ ସ୍ବାଭିମାନ ଅଞ୍ଚଳର ବିକାଶ ଆଗେଇ ଚାଲିଛି ା ମୁଁ କେବଳ ଜଣେ ସରକାରୀ କର୍ମଚାରୀର ଦାୟିତ୍ୱ ତୁଲାଇଛି ବୋଲି ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଗୁରୁତର

ନନ୍ଦପୁର/ପାଡୁଆ,୩୦ା୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର-ହାଣ୍ଡିପୁଟ ସଂଯୋଗୀ ଏମ୍‌ଡିଆର ୫୫ ରାସ୍ତାର ଭେଜା ରେଳ ଷ୍ଟେଶନ ନିକଟ ରାସ୍ତାରେ ଏକ ବିଦ୍ୟୁତ୍‌ ଖୁଣ୍ଟକୁ…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ: ସମୁଦ୍ର ପଥ ଦେଇ ମହାକାଳପଡ଼ା ବ୍ଲକ୍‌କୁ…

ମହାକାଳପଡ଼ା,୩୦ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପଶ୍ଚିମବଙ୍ଗର ନୂତନ ସରକାର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଫଳରେ ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri