Posted inଜାତୀୟ

ସ୍ବାମୀଙ୍କ ସାମ୍ନାରେ ମହିଳାଙ୍କୁ ଗଣବଳାତ୍କାର: ବିରୋଧ କରିବାରୁ…

ନାଳନ୍ଦା,୧।୪: ବିହାରରେ ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଛି। ମହିଳା ଜଣକ ତାଙ୍କ ସ୍ବାମୀଙ୍କ ସହିତ ଏକ ବାଇକରେ ଜଣେ ସମ୍ପର୍କୀୟଙ୍କ ଘରୁ ଫେରୁଥିଲେ। ବାଟରେ ଦୁଇଜଣ ଦୁର୍ବୃତ୍ତ ଏହି କାଣ୍ଡ ଘଟାଇଥିଲେ। ସମ୍ପୂର୍ଣ୍ଣ ମାମଲାଟି ନାଳନ୍ଦାର ଇସଲାମପୁର ଥାନା ଅଞ୍ଚଳର। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ପୋଲିସ ଦ୍ୱିତୀୟ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇଥିବାବେଳେ, ସେମାନଙ୍କ ଉପରେ ଆକ୍ରମଣ ହୋଇଥିଲା।

ବାଇକରେ ଦମ୍ପତି ଏକାଙ୍ଗରାସରାଇରେ ଥିବା ସେମାନଙ୍କ ସମ୍ପର୍କୀୟଙ୍କ ଘରୁ ଫେରୁଥିଲେ। ଏହି ସମୟରେ ରାସ୍ତାରେ ଏକ ବାଇକରେ ଦୁଇଜଣ ଦୁର୍ବୃତ୍ତ ତାଙ୍କୁ ଘେରିଗଲେ। ଦୁବୃର୍ତ୍ତ ପ୍ରଥମେ ମହିଳାଙ୍କ ସ୍ବାମୀଙ୍କୁ ମାଡ଼ ମାରିଥିଲେ। ୫୦,୦୦୦ ଟଙ୍କା ସହିତ କିଛି ଅଳଙ୍କାର ମଧ୍ୟ ଲୁଟ କରିଥିଲେ। ମହିଳା ଜଣକ ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ମାଡ଼ ମରାଯାଇଥିଲା। ଏହା ପରେ ତାଙ୍କୁ ଗଣବଳାତ୍କାର ମଧ୍ୟ କରାଯାଇଥିଲା।

ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ସକ୍ରିୟ ହୋଇ ଉଠିଥିଲା। ଡିଏସ୍‌ପି ଗୋପାଳ କୃଷ୍ଣ ଏବଂ ଇସଲାମପୁର ଥାନା ମୁଖ୍ୟ ଅନିଲ କୁମାର ପାଣ୍ଡେ ଘଟଣାସ୍ଥଳରେ ପହଞ୍ଚିଥିଲେ। ପୀଡିତ ଦମ୍ପତିଙ୍କୁ ତୁରନ୍ତ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅନିଲ କୁମାର ପାଣ୍ଡେ କହିଛନ୍ତି, ଏହି ମାମଲାରେ ବଳାତ୍କାର ଏବଂ ଡକାୟତି ମାମଲା ରୁଜୁ କରାଯାଇଛି। ଡାକ୍ତରୀ ପରୀକ୍ଷା ପାଇଁ ମହିଳାଙ୍କୁ ମହିଳା ପୋଲିସ ହେପାଜତରେ ସରକାରୀ ଡାକ୍ତରଖାନାକୁ ପଠାଯାଇଥିଲା। ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ ହେଉଛନ୍ତି ଶୋଭା ବିଘା ଗାଁର ବାସିନ୍ଦା କୌଶଳେନ୍ଦ୍ର କୁମାର ଓରଫ ସନି। ଦ୍ୱିତୀୟ ଅଭିଯୁକ୍ତକୁ ଗିରଫ କରିବା ପାଇଁ ଚଢାଉ ଜାରି ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?