Posted inଫୁରସତ

ସ୍ବାମୀ ଅଣ୍ଡା ଖାଇବାକୁ ନ ଦେବାରୁ ପ୍ରେମିକଙ୍କ ସହ ସ୍ତ୍ରୀ ଫେରାର

ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ପାଟିତୁଣ୍ଡ କିଛି ନୂଆ କଥା ନୁହେଁ। କୁହାଯାଏ ଛୋଟବଡ଼ ପାଟିତୁଣ୍ଡ ପ୍ରେମ ସମ୍ପର୍କକୁ ମଜବୁତ କରିଥାଏ। ହେଲେ ଅନେକ ସମୟରେ ଏହି ପାଟିତୁଣ୍ଡ ଏତେ ବଡ଼ ସମସ୍ୟା ହୋଇ ଛିଡ଼ା ହୋଇଯାଏ ଯାହାର କଳ୍ପନା ମଧ୍ୟ କରିହେବ ନାହିଁ। ଏମିତି ଏକ ଘଟଣା ଘଟିଛି ଉତ୍ତରପ୍ରଦେଶର ଗୋରଖପୁର ସହରରେ। ଏଠାରେ ଏକ ଦମ୍ପତ୍ତିଙ୍କ ମଧ୍ୟରେ ଅଣ୍ଡା ଖାଇବାକୁ ନେଇ ପାଟିତୁଣ୍ଡ ହୋଇଥିଲା। କଥାଟି ଏତେ ବଢ଼ିଗଲା ଯେ ଏହି ଅଣ୍ଡା ପାଇଁ ସ୍ତ୍ରୀ ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଛନ୍ତି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାଟି ସତ।
ଗୋରଖପୁର କେପିଅରଗଞ୍ଜରେ ରୁହନ୍ତି ଏହି ଦମ୍ପତ୍ତି। ସ୍ବାମୀ ଜଣେ ଦିନ ମଜୁରିଆ। ଏଣୁ ଘରର ଆର୍ଥିକ ସ୍ଥିତି ସେତେଟା ଭଲ ନୁହେଁ। ମାତ୍ର ସ୍ତ୍ରୀ ଅଣ୍ଡା ପ୍ରେମୀ। ତାଙ୍କ ପାଇଁ ସବୁଦିନ ଅଣ୍ଡା ଆଣିବା ସ୍ବାମୀଙ୍କ ପକ୍ଷେ ସମ୍ଭବ ହୋଇପାରେ ନାହିଁ। ଏକଦା ସ୍ବାମୀ ଅଣ୍ଡା ନ ଆଣି ଘରକୁ ଆସିଥିଲେ। ଏହାକୁ ନେଇ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ପରେ ସ୍ତ୍ରୀ ରାଗିଯାଇ ପ୍ରେମିକଙ୍କ ସହ ଘର ଛାଡି ପଳାଇଲେ। ତେବେ ଏହା ପ୍ରଥମ ନୁହେଁ। ୪ ମାସ ପୂର୍ବେ ମଧ୍ୟ ସମାନ ଘଟଣା ଘଟିଥିଲା। ଅଣ୍ଡା ଖାଇବାକୁ ସ୍ବାମୀ ନ ଦେବାରୁ ପାଟିତୁଣ୍ଡ ହୋଇଥିଲା। ଉକ୍ତ ସମୟରେ ମହିଳା ସ୍ବାମୀଙ୍କୁ ଛାଡି ପ୍ରେମିକଙ୍କ ସହ ଚାଲିଯାଇଥିଲେ। ମାତ୍ର ପରେ ପୁଣି ଫେରିଆସିଥିଲେ।
ସ୍ବାମୀଙ୍କ କହିବା ଅନୁସାରେ, ସ୍ତ୍ରୀ ପାଇଁ ସବୁଦିନ ଅଣ୍ଡା କିଣିକି ଆଣିବା ସମ୍ଭବ ନୁହେଁ। ଯାହାର ଫାଇଦା ଉଠାଇଥାଏ ସ୍ତ୍ରୀର ପ୍ରେମିକ। ସେ ସବୁଦିନ ତା ପାଇଁ ଅଣ୍ଡା ଆଣି ଆସିଥାଏ। ତେଣୁ ସେ ପୁଣିଥରେ ପ୍ରେମିକ ସହ ଫେରାର ହୋଇଯାଇଛନ୍ତି। ଏ ନେଇ ସ୍ବାମୀ ଥାନାରେ କେସ୍‌ କରିଛନ୍ତି। ପୋଲିସ ମାମଲା ରୁଜୁକରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri