ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କୁ ସୁପ୍ରିମକୋର୍ଟରୁ ଜାମିନ

ବାଲିଗୁଡା,୬ା୧୨(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ଜଲେଶପଟ୍ଟା ଆଶ୍ରମରେ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କୁ ୨୦୦୮, ଅଗଷ୍ଟ ୨୩ରେ ହତ୍ୟା କରାଯାଇଥିଲା। ଏହି ମାମଲାରେ ୫ ଅଭିଯୁକ୍ତଙ୍କୁ ଫୁଲବାଣୀ ଜିଲା କୋର୍ଟ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ଫଳରେ ଅଭିଯୁକ୍ତମାନେ ଜେଲ୍‌ରେ ଥିଲେ। ଏବେ ସେମାନଙ୍କୁ ସୁପ୍ରିମକୋର୍ଟରୁ ଜାମିନ ମିଳିଛି। ଦୁର୍ଯ୍ୟୋଧନ ସୁନାମାଝି, ଭାସ୍କର ସୁନାମାଝି ଓ ମୁଣ୍ଡା ବଡମାଝି ମୁକୁଳିଛନ୍ତି। ଅନ୍ୟ ୨ଜଣ ବୁଦ୍ଧଦେବ ନାୟକ ଭଞ୍ଜନଗର ଜେଲ୍‌ ଓ ସନାତନ ବଡ଼ମାଝି ଏମ୍‌. ରାମପୁର ଜେଲରୁ ମୁକୁଳିବେ। ଅଭିଯୁକ୍ତମାନେ ହତ୍ୟା ମାମଲାରେ ଆଜୀବନ ସଜା କାଟୁଥିବା ବେଳେ ରାଜ୍ୟ ମିଥ୍ୟା ମୋକଦ୍ଦମା ବିରୋଧୀ ଅଭିଯାନ ଓ ଖବରଦାତାଙ୍କ ପକ୍ଷରୁ ଉଭୟ ରାଜ୍ୟ ଓ ଜାତୀୟସ୍ତରରେ ଏମାନଙ୍କୁ ମୁକ୍ତି ଦେବାକୁ ପ୍ରୟାସ କରାଯାଇଥିଲା। ଗତ ୨୬ ତାରିଖ ସମ୍ବିଧାନ ଦିବସରେ ସୁପ୍ରିମକୋର୍ଟ ଏହି ୫ ଅଭିଯୁକ୍ତଙ୍କୁ ଜାମିନ ଦେଇଥିଲେ। ଗୁରୁବାର ବାଲିଗୁଡା ଉପଖଣ୍ଡ କାରାଗାରରେ ସଜା କାଟୁଥିବା ଦୁର୍ଯ୍ୟୋଧନ, ଭାସ୍କର ଓ ମୁଣ୍ଡା ମୁକୁଳିଛନ୍ତି। ଅନ୍ୟ ୨ଜଣ ବୁଦ୍ଧଦେବ ଓ ସନାତନ ମୁକୁଳିବେ ବୋଲି ଜଣାପଡିଛି । ଦୀର୍ଘ ୧୧ ବର୍ଷ ପରେ ଜାମିନ ପାଇଥିବାରୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ସ୍ବାଗତ କରିବା ସହ ଆଗାମୀ ଦିନରେ ନିଜକୁ ନିର୍ଦ୍ଦୋଷ ପ୍ରମାଣ କରିବେ ବୋଲି ପ୍ରତିକ୍ରିୟାରେ ଦୁର୍ଯ୍ୟୋଧନ, ଭାସ୍କର ଓ ମୁଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜି ଉଦୟଗିରିରେ ମହାପ୍ରଭୁଙ୍କ ହାତୀବେଶ, ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ…

ଜି ଉଦୟଗିରି, ୨୯ା୬(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା।  ସୋମବାର ଦିନ ସ୍ନାନ ପୂର୍ଣ୍ଣିମା ଉପଲକ୍ଷେ…

କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ଦେବସ୍ନାନ ପୂର୍ଣ୍ଣିମା: ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି, ଭକ୍ତଙ୍କ ପ୍ରବଳ ଭିଡ଼

କୋରାପୁଟ,୨୯ା୬(ଅମିତାଭ ବେହେରା): ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସୋମବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି । ପୂର୍ବାହ୍ନ ୧୦ଟା ୩୦ ମିନିଟ…

ପୁରୁଷୋତ୍ତମପୁରରେ ସ୍ନାନଯାତ୍ରା; ସ୍ନାନବେଦିରେ କଳାଠାକୁରଙ୍କୁ ପାଇ ଭାବବିହ୍ବଳ ଭକ୍ତ, ପରିଚାଳନା ତଦାରଖ କଲେ ତହସିଲଦାର

ପୁରୁଷୋତ୍ତମପୁର,୨୯।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି ।ରଥସାହି ଜଗନ୍ନାଥ ମନ୍ଦିରରେ ସେବାୟତମାନେ ଶ୍ରୀଜୀଉଙ୍କୁ ରତ୍ନବେଦିରୁ ପହଣ୍ଡିକରାଇ ଆଣି ସ୍ନାନବେଦିରେ…

ଝାରପଡ଼ା ଜେଲ୍‌ରେ କଏଦୀଙ୍କ ମୃତ୍ୟୁ, ରାତିରେ ଖାଇପିଇ ଶୋଇଥିଲେ, ସକାଳୁ…

ଭୁବନେଶ୍ୱର,୨୯ା୬: ଝାରପଡ଼ା ଜେଲ୍‌ରେ ଜଣେ କଏଦୀଙ୍କ ସୋମବାର ସକାଳୁ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ୫୫ ବର୍ଷୀୟ ଯବାନ ନାୟକ। ତାଙ୍କ ଘର ତାରିଣୀ ବସ୍ତିରେ।…

ପୁରୀରେ ମୁଖ୍ୟମନ୍ତ୍ରୀ, ସ୍ନାନମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କରି…

ପୁରୀ,୨୯ା୬: ସ୍ନାନପୂର୍ଣ୍ଣିମା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀରେ ପହଞ୍ଚିଛନ୍ତି। ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ ଦର୍ଶନ ମୁଖ୍ୟମନ୍ତ୍ରୀ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ…

ଆଜି ୭ ଜିଲାରେ ଝଡ଼ବର୍ଷା, ସତର୍କତା ଜାରି କରି ପାଣିପାଗ ବିଶେଷଜ୍ଞ କହିଲେ ଜୁନ୍‌ ୩୦ ବେଳକୁ…

ଭୁବନେଶ୍ୱର,୨୯ା୬(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ହେଉଛି। ତେବେ ଜୁନ୍‌ ୩୦ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି…

ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର  ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା…

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri