Posted inଖେଳ

ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଧାରା ସଂଶୋଧନ ନେଇ ସିଓଏର ପ୍ରସ୍ତାବ

ନୂଆଦିଲ୍ଲୀ,୧୬।୧୦(ପି.ଟି.) – ଖୁବ୍‌ ଶୀଘ୍ର ପୂର୍ବତନ କ୍ରିକେଟରମାନଙ୍କୁ କ୍ରିକେଟ ପ୍ରଶାସନରେ ଏକାଧିକ ଭୂମିକାରେ ଦେଖିବାକୁ ମିଳିବ। ଏନେଇ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଧାରା ଅନ୍ତରାୟ ସୃଷ୍ଟି କରିଆସୁଛି। ଏହାକୁ ପ୍ରଶାସକ କମିଟି (ସିଓଏ)ହୃଦୟଙ୍ଗମ କରିଛି। ଫଳରେ ଏହି ବିବାଦୀୟ ଧାରାରେ ସୁଧାର ଆଣିବା ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ବିଧାନରେ ସଂଶୋଧନ ପାଇଁ ସିଓଏ ଏବେ ପ୍ରସ୍ତାବ ଦେଇଛି।
ବର୍ତ୍ତମାନର ସମ୍ବିଧାନ ଅନୁଯାୟୀ କୌଣସି ବ୍ୟକ୍ତି କ୍ରିକେଟ ପ୍ରଶାସନରେ ଏକାଧିକ ପଦରେ ରହି କାର୍ଯ୍ୟ ପାରିବେ ନାହିଁ। ଏହି ବିବାଦୀୟ ଧାରା ପାଇଁ ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି, ଭିଭିଏସ୍‌ ଲକ୍ଷ୍ମଣ ଓ କପିଲ ଦେବଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱର ଅଭିଯୋଗ ଆସିଥିଲା।
ସିଓଏ ସୋମବାର ସୁପ୍ରିମକୋର୍ଟରେ ଅନ୍ତିମ ତଥା ୧୧ତମ ଷ୍ଟାଟସ ରିପୋର୍ଟ ପ୍ରଦାନ କରିଛି। ଏ ନେଇ ବିସିସିଆଇ ସମ୍ବିଧାନରେ ଥିବା ନିୟମ ୩୮(୪)ରେ ସଂଶୋଧାନ ଆଣିବାକୁ ସିଓଏ ଏହି ରିପୋର୍ଟରେ ପ୍ରସ୍ତାବ ଦେଇଛି। ଯଦି ଏହି ପ୍ରସ୍ତାବକୁ ସୁପ୍ରିମକୋର୍ଟ ଗ୍ରହଣ କରନ୍ତି ତା’ହେଲେ ପୂର୍ବତନ କ୍ରିକେଟରମାନଙ୍କ ପାଇଁ ସୁଯୋଗ ସୃଷ୍ଟି ହେବ। ବିସିସିଆଇ ତଥା ରାଜ୍ୟ ଆସୋସିଏଶନଗୁଡିକ ପାଇଁ ୨ ବର୍ଷରୁ କମ୍‌ ସମୟ ପାଇଁ ଚୁକ୍ତି କରିଥିବା ପୂର୍ବତନ ଖେଳାଳିମାନେ ଏକାଧିକ ଭୂମିକାରେ ରହିପାରିବେ। ଉଦାହରଣ ସ୍ବରୂପ କ୍ରିକେଟ ଉପଦେଷ୍ଟା କମିଟି (ସିଏସି)ରେ ସାମିଲ ହୋଇଥିବା ସଦସ୍ୟମାନେ ଭାଷ୍ୟକାର ରୂପେ କାର୍ଯ୍ୟ କରିପାରିବେ।
ନିଜ କାର୍ଯ୍ୟକାଳରେ ସିଓଏ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ନେଇ ଏକାଧିକ ଘଟଣା ସମ୍ମୁଖୀନ ହୋଇଥିଲା। ଆସନ୍ତା ୨୩ ତାରିଖରେ ବିସିସିଆଇ ନିର୍ବାଚନ ହେବା ପରେ ସିଓଏ କୌଣସି କାର୍ଯ୍ୟ ରହିବ ନାହିଁ ଓ ଏହା ନିଷ୍କ୍ରିୟ ହେବ। ଏହି ଧାରା ଦ୍ୱାରା ଅଭିଜ୍ଞ ଓ ଦକ୍ଷ ପ୍ରଶାସକଙ୍କୁ ବୋର୍ଡର ବିଭିନ୍ନ ପଦରେ କାର୍ଯ୍ୟ କରିବାର ସୁଯୋଗ ମିଳିପାରୁ ନ ଥିଲା। ସିଓଏର ଏହି ପ୍ରସ୍ତାବ ଗୃହୀତ ହେଲେ ବିସିସିଆଇ ସହିତ ଲମ୍ବା ଚୁକ୍ତି କରି ନ ଥିବା ପୂର୍ବତନ କ୍ରିକେଟରମାନେ କ୍ରିକେଟ ପ୍ରଶାସନରେ ଏକାଧିକ ଦାୟିତ୍ୱରେ ରହିପାରିବେ। ତେବେ ସୁପ୍ରିମକୋର୍ଟ ସିଓଏର ଏହି ପ୍ରସ୍ତାବକୁ କେତେ ଗୁରୁତ୍ୱ ଦେଉଛନ୍ତି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri