Posted inଖେଳ

ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ: ୧୨ରେ ହାଜର ହେବାକୁ ଡ୍ରାଭିଡଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧।୧୧(ପି.ଟି.)- ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ପୂର୍ବତନ କ୍ରିକେଟର ତଥା ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ) ନିର୍ଦ୍ଦେଶକ ରାହୁଲ ଡ୍ରାଭିଡଙ୍କ ପିଛା ଛାଡୁନାହିଁ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏଥିକ୍ସ ଅଫିସର ଡି.କେ. ଜୈନ ତାଙ୍କୁ ଏ ସଂକ୍ରାନ୍ତରେ ଆସନ୍ତା ୧୨ ତାରିଖ ଦିନ ବ୍ୟକ୍ତିଗତ ଭାବେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛି। ଗତ ସେପ୍ଟେମ୍ବର ୨୬ ତାରିଖରେ ୪୬ ବର୍ଷୀୟ ଡ୍ରାଭିଡ ଏ ନେଇ ଶୁଣାଣିରେ ଉପସ୍ଥିତ ରହି ସଫେଇ ଦେଇଥିଲେ। ଡ୍ରାଭିଡ୍‌ ଏନ୍‌ସିଏର ନିର୍ଦ୍ଦେଶକ ରହିବା ସହ ଇଣ୍ଡିଆ ସିମେଣ୍ଟ୍ସ ଗ୍ରୁପ୍‌ର ଭାଇସ୍‌ ପ୍ରେସିଡେଣ୍ଟ ଭାବେ କାର୍ଯ୍ୟ କରୁଛନ୍ତି। ଇଣ୍ଡିଆ ସମେଣ୍ଟ୍ସ କମ୍ପାନୀ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଫ୍ରାଞ୍ଚାଇଜ୍‌ ଚେନ୍ନାଇ ସୁପର କିଙ୍ଗ୍ସର ମାଲିକ ରହିଛି। କେବଳ ସେତିକି ନୁହଁ ଏନ୍‌ସିଏରେ କାର୍ଯ୍ୟ କରିବା ପୂର୍ବରୁ ସେ ମଧ୍ୟ ଭାରତ ଏ ଓ ୧୯ ବର୍ଷରୁ କମ୍‌ ଦଳର ହେଡ୍‌ କୋଚ୍‌ ରହିଥିଲେ। ଏଥିପାଇଁ ମଧ୍ୟପ୍ରଦେଶ କ୍ରିକେଟ ଆସୋସିଏଶନ (ଏମ୍‌ପିସିଏ) ଆଜୀବନ ସଦସ୍ୟ ସଞ୍ଜୀବ ଗୁପ୍ତା ତାଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ। ଡ୍ରାଭିଡଙ୍କ ସହ ଗୁପ୍ତା ମଧ୍ୟ ଶୁଣାଣିରେ ଉପସ୍ଥିତ ରହିବେ। ଡ୍ରାଭିଡ ଅବଶ୍ୟ ଏ ନେଇ ତାଙ୍କର ପକ୍ଷ ରଖିଛନ୍ତି ଓ ସଫେଇ ଦେଇଛନ୍ତି। ସେ ଇଣ୍ଡିଆ ସିମେଣ୍ଟ୍ସରୁ ଲିଭ୍‌ ଅଫ୍‌ ଆବସେନ୍ସ ନେଇଛନ୍ତି। ତେଣୁ ଚେନ୍ନାଇ ସୁପର କିଙ୍ଗ୍ସ ସହ ତାଙ୍କର କୌଣସି ଯାଏ ଆସେ ନାହିଁ ବୋଲି ସେ କହିଥିଲେ। ୧୨ ତାରିଖ ଦିନ ଶୁଣାଣି ପାଇଁ ହାଜର ହେବା ପରେ ଡ୍ରାଭିଡଙ୍କୁ ନେଇ ଚାଲିଥିବା ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ମମଲାର ଅନ୍ତ ଘଟିବ ବୋଲି ଆଶା କରାଯାଉଛି। ଉଲ୍ଲେଖଥାଉ କି, ବିସିସିଆଇ ନୂଆ ସମ୍ବିଧାନ ଅନୁଯାୟୀ ଜଣେ ବ୍ୟକ୍ତି ଏକା ସମୟରେ କେବଳ ଗୋଟିଏ ପଦରେ ରହି କାର୍ଯ୍ୟ କରିପାରିବେ। ଏକରୁ ଊର୍ଦ୍ଧ୍ୱ ପଦରେ ରହି କାର୍ଯ୍ୟକଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱର ଅଭିଯୋଗ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

IPL ମଧ୍ୟରେ ପ୍ରେମିକାଙ୍କ ସହ ଗୁରୁଦ୍ୱାର ପହଞ୍ଚିଲେ ଅର୍ଶଦୀପ, ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିବା ଚର୍ଚ୍ଚା

ନୂଆଦିଲ୍ଲୀ,୧୪।୪: କ୍ରିକେଟର ଏବଂ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କ ସାଧାରଣ, ଅନେକ ପୁରୁଷ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ବିବାହ କରିଛନ୍ତି। ସଦ୍ୟତମ ପ୍ରକାଶିତ ବ୍ୟକ୍ତି ହେଉଛନ୍ତି ଅର୍ଶଦୀପ ସିଂହ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri