ସ୍ବାସ୍ଥ୍ୟକର୍ମୀଙ୍କୁ ସୁରକ୍ଷିତ ରଖିବାକୁ ହେବ

ନୂଆଦିଲ୍ଲୀ,୯ା୪(ପି.ଟି.): କରୋନା ମହାମାରୀ ବିରୋଧୀ ଲଢ଼େଇରେ ଡାକ୍ତର ଓ ସ୍ବାସ୍ଥ୍ୟସେବା କର୍ମଚାରୀମାନେ ହେଉଛନ୍ତି ଯୋଦ୍ଧା। ସେମାନଙ୍କୁ ସୁରକ୍ଷିତ ରଖିବାକୁ ହେବ ବୋଲି ସୁପ୍ରିମକୋର୍ଟ ବୁଧବାର କେନ୍ଦ୍ର ସରକାରଙ୍କୁ କହିଛନ୍ତି। ସେମାନଙ୍କୁ ବ୍ୟକ୍ତିଗତ ସୁରକ୍ଷା ଉପକରଣ (ପିପିଇ) ଏବଂ ଅନ୍ୟାନ୍ୟ ସୁବିଧା ଯୋଗାଇଦେବା ଲାଗି ସରକାର ଯଥାସାଧ୍ୟ ଉଦ୍ୟମ କରୁଥିବା ସରକାର ଅଦାଲତଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। କୋଭିଡ୍‌-୧୯କୁ ନେଇ ଆଗକୁ କିଭଳି ପଦକ୍ଷେପ ନେବାକୁ ହେବ ସେନେଇ ଜନସାଧାରଣଙ୍କ ମତାମତ ଜାଣିବା ଲାଗି ବ୍ୟବସ୍ଥା ପ୍ରସ୍ତୁତ କରିବାକୁ ହେବ ବୋଲି ଜଷ୍ଟିସ୍‌ ଅଶୋକ ଭୂଷଣ ଏବଂ ଏସ୍‌. ରବୀନ୍ଦ୍ର ଭଟ୍ଟଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି। ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀଙ୍କୁ ସୁରକ୍ଷା ଉପକରଣ ଯୋଗାଇଦେବା ଲାଗି ଆସିଥିବା ୩ଟି ପିଟିଶନ ଉପରେ ଖଣ୍ଡପୀଠ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଶୁଣାଣି କରିଥିଲେ। ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀମାନେ କରୋନା ଯୋଦ୍ଧା ବୋଲି ସଲିସିଟର ଜେନେରାଲ ତୁଷାର ମେହଟ୍ଟା ଖଣ୍ଡପୀଠଙ୍କୁ ଜଣାଇଥିଲେ। ଡାକ୍ତର ଓ ହସ୍ପିଟାଲ କର୍ମଚାରୀଙ୍କ ବେତନ କାଟ୍‌ ଖବରକୁ ସେ ଖଣ୍ଡନ କରିଥିଲେ। ମାସ୍କ ଓ ଅନ୍ୟ ବ୍ୟକ୍ତିଗତ ସୁରକ୍ଷା ଉପକରଣ କିଣିବା ପାଇଁ ବେତନ କଟାଯାଇପାରିବ ନାହିଁ। ଏ ସମ୍ପର୍କରେ ସମସ୍ତ ରାଜ୍ୟକୁ କେନ୍ଦ୍ର ସରକାର ଚିଠି ଲେଖିବେ। ଯଦି କେହି ଡାକ୍ତର ଓ କର୍ମଚାରୀଙ୍କ ଦରମା କାଟୁଥାନ୍ତି ତେବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମେହଟ୍ଟା କହିଛନ୍ତି।

ଘରୋଇ ଲାବ୍‌ରେ ଯାଞ୍ଚ ଦେୟ କମାଅ
କୋଭିଡ୍‌-୧୯ ପରୀକ୍ଷାରେ ନିୟୋଜିତ ଘରୋଇ ଲାବରେଟୋରୀଗୁଡ଼ିକ ଯେପରି ଜନସାଧାରଣଙ୍କଠାରୁ ଅଧିକ ଦେୟ ନ ନେବେ ସେଥିପାଇଁ ବ୍ୟବସ୍ଥା ଗ୍ରହଣ କରିବାକୁ ସୁପ୍ରିମକୋର୍ଟ କେନ୍ଦ୍ରକୁ ନିର୍ଦ୍ଦେଶ ଦେଇଛନ୍ତି। ଘରୋଇ ଲାବରେଟୋରୀଗୁଡ଼ିକର ଦାବି କରୁଥିବା ଦେୟ ସରକାର ଭରଣା କରିବା ଉଚିତ୍‌ ବୋଲି ଅଦାଲତ କହିଛନ୍ତି। ପୂର୍ବରୁ ଦିନକୁ ୧୫,୦୦୦ ପରୀକ୍ଷା ହେଉଥିବାବେଳେ ଏବେ ଏହି କ୍ଷମତାକୁ ବଢ଼ାଇଦିଆଯାଇଛି। ୪୭ଟି ଘରୋଇ ଲାବ୍‌କୁ କୋଭିଡ୍‌-୧୯ ପରୀକ୍ଷା ପାଇଁ ଅନୁମତି ଦିଆଯାଇଥିବା ସରକାର ଜଷ୍ଟିସ୍‌ ଅଶୋକ ଭୂଷଣ ଏବଂ ଏସ୍‌. ରବୀନ୍ଦ୍ର ଭଟ୍ଟଙ୍କ ଖଣ୍ଡପୀଠକୁ ଜଣାଇଥିଲେ। ସମସ୍ତଙ୍କୁ ମାଗଣାରେ ସ୍‌ପରୀକ୍ଷା ସୁବିଧା ଯୋଗାଇବା ଲାଗି ଆଇନଜୀବୀ ଶଶାଙ୍କ ଦେଓ ସୁଧି ଦାଏର କରିଥିବା ପିଟିଶନର ଶୁଣାଣି କରି ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। କରୋନା ପରୀକ୍ଷା ବ୍ୟୟବହୁଳ ହୋଇଥିବାରୁ ଏହା ସମସ୍ତଙ୍କୁ ମାଗଣାରେ ଉପଲବ୍ଧ ହେବା ଆବଶ୍ୟକ ବୋଲି ଆଇନଜୀବୀ ସୁଧି କୋର୍ଟଙ୍କୁ କହିଥିଲେ। ତେବେ କେତେ ଲାବରେଟୋରୀର ଆବଶ୍ୟକ ହେବ ଏବଂ ଲକ୍‌ଡାଉନ କେତେଦିନ ଚାଲିବ ତାହା ବର୍ତ୍ତମାନ କୁହାଯାଇପାରୁନାହିଁ ବୋଲି ସଲିସିଟର ଜେନେରାଲ ତୁଷାର ମେହଟ୍ଟା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri