ସ୍ବାସ୍ଥ୍ୟକର୍ମୀଙ୍କୁ ସୁରକ୍ଷିତ ରଖିବାକୁ ହେବ

ନୂଆଦିଲ୍ଲୀ,୯ା୪(ପି.ଟି.): କରୋନା ମହାମାରୀ ବିରୋଧୀ ଲଢ଼େଇରେ ଡାକ୍ତର ଓ ସ୍ବାସ୍ଥ୍ୟସେବା କର୍ମଚାରୀମାନେ ହେଉଛନ୍ତି ଯୋଦ୍ଧା। ସେମାନଙ୍କୁ ସୁରକ୍ଷିତ ରଖିବାକୁ ହେବ ବୋଲି ସୁପ୍ରିମକୋର୍ଟ ବୁଧବାର କେନ୍ଦ୍ର ସରକାରଙ୍କୁ କହିଛନ୍ତି। ସେମାନଙ୍କୁ ବ୍ୟକ୍ତିଗତ ସୁରକ୍ଷା ଉପକରଣ (ପିପିଇ) ଏବଂ ଅନ୍ୟାନ୍ୟ ସୁବିଧା ଯୋଗାଇଦେବା ଲାଗି ସରକାର ଯଥାସାଧ୍ୟ ଉଦ୍ୟମ କରୁଥିବା ସରକାର ଅଦାଲତଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। କୋଭିଡ୍‌-୧୯କୁ ନେଇ ଆଗକୁ କିଭଳି ପଦକ୍ଷେପ ନେବାକୁ ହେବ ସେନେଇ ଜନସାଧାରଣଙ୍କ ମତାମତ ଜାଣିବା ଲାଗି ବ୍ୟବସ୍ଥା ପ୍ରସ୍ତୁତ କରିବାକୁ ହେବ ବୋଲି ଜଷ୍ଟିସ୍‌ ଅଶୋକ ଭୂଷଣ ଏବଂ ଏସ୍‌. ରବୀନ୍ଦ୍ର ଭଟ୍ଟଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି। ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀଙ୍କୁ ସୁରକ୍ଷା ଉପକରଣ ଯୋଗାଇଦେବା ଲାଗି ଆସିଥିବା ୩ଟି ପିଟିଶନ ଉପରେ ଖଣ୍ଡପୀଠ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଶୁଣାଣି କରିଥିଲେ। ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀମାନେ କରୋନା ଯୋଦ୍ଧା ବୋଲି ସଲିସିଟର ଜେନେରାଲ ତୁଷାର ମେହଟ୍ଟା ଖଣ୍ଡପୀଠଙ୍କୁ ଜଣାଇଥିଲେ। ଡାକ୍ତର ଓ ହସ୍ପିଟାଲ କର୍ମଚାରୀଙ୍କ ବେତନ କାଟ୍‌ ଖବରକୁ ସେ ଖଣ୍ଡନ କରିଥିଲେ। ମାସ୍କ ଓ ଅନ୍ୟ ବ୍ୟକ୍ତିଗତ ସୁରକ୍ଷା ଉପକରଣ କିଣିବା ପାଇଁ ବେତନ କଟାଯାଇପାରିବ ନାହିଁ। ଏ ସମ୍ପର୍କରେ ସମସ୍ତ ରାଜ୍ୟକୁ କେନ୍ଦ୍ର ସରକାର ଚିଠି ଲେଖିବେ। ଯଦି କେହି ଡାକ୍ତର ଓ କର୍ମଚାରୀଙ୍କ ଦରମା କାଟୁଥାନ୍ତି ତେବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମେହଟ୍ଟା କହିଛନ୍ତି।

ଘରୋଇ ଲାବ୍‌ରେ ଯାଞ୍ଚ ଦେୟ କମାଅ
କୋଭିଡ୍‌-୧୯ ପରୀକ୍ଷାରେ ନିୟୋଜିତ ଘରୋଇ ଲାବରେଟୋରୀଗୁଡ଼ିକ ଯେପରି ଜନସାଧାରଣଙ୍କଠାରୁ ଅଧିକ ଦେୟ ନ ନେବେ ସେଥିପାଇଁ ବ୍ୟବସ୍ଥା ଗ୍ରହଣ କରିବାକୁ ସୁପ୍ରିମକୋର୍ଟ କେନ୍ଦ୍ରକୁ ନିର୍ଦ୍ଦେଶ ଦେଇଛନ୍ତି। ଘରୋଇ ଲାବରେଟୋରୀଗୁଡ଼ିକର ଦାବି କରୁଥିବା ଦେୟ ସରକାର ଭରଣା କରିବା ଉଚିତ୍‌ ବୋଲି ଅଦାଲତ କହିଛନ୍ତି। ପୂର୍ବରୁ ଦିନକୁ ୧୫,୦୦୦ ପରୀକ୍ଷା ହେଉଥିବାବେଳେ ଏବେ ଏହି କ୍ଷମତାକୁ ବଢ଼ାଇଦିଆଯାଇଛି। ୪୭ଟି ଘରୋଇ ଲାବ୍‌କୁ କୋଭିଡ୍‌-୧୯ ପରୀକ୍ଷା ପାଇଁ ଅନୁମତି ଦିଆଯାଇଥିବା ସରକାର ଜଷ୍ଟିସ୍‌ ଅଶୋକ ଭୂଷଣ ଏବଂ ଏସ୍‌. ରବୀନ୍ଦ୍ର ଭଟ୍ଟଙ୍କ ଖଣ୍ଡପୀଠକୁ ଜଣାଇଥିଲେ। ସମସ୍ତଙ୍କୁ ମାଗଣାରେ ସ୍‌ପରୀକ୍ଷା ସୁବିଧା ଯୋଗାଇବା ଲାଗି ଆଇନଜୀବୀ ଶଶାଙ୍କ ଦେଓ ସୁଧି ଦାଏର କରିଥିବା ପିଟିଶନର ଶୁଣାଣି କରି ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। କରୋନା ପରୀକ୍ଷା ବ୍ୟୟବହୁଳ ହୋଇଥିବାରୁ ଏହା ସମସ୍ତଙ୍କୁ ମାଗଣାରେ ଉପଲବ୍ଧ ହେବା ଆବଶ୍ୟକ ବୋଲି ଆଇନଜୀବୀ ସୁଧି କୋର୍ଟଙ୍କୁ କହିଥିଲେ। ତେବେ କେତେ ଲାବରେଟୋରୀର ଆବଶ୍ୟକ ହେବ ଏବଂ ଲକ୍‌ଡାଉନ କେତେଦିନ ଚାଲିବ ତାହା ବର୍ତ୍ତମାନ କୁହାଯାଇପାରୁନାହିଁ ବୋଲି ସଲିସିଟର ଜେନେରାଲ ତୁଷାର ମେହଟ୍ଟା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?