ବାରିପଦା ଅଫିସ, ୨୯ା୩- ବର୍ତ୍ତମାନ ସାରା ବିଶ୍ୱରେ କରୋନା ଭାଇରସ୍କୁ ନେଇ ଆତଙ୍କ ପ୍ରକାଶ ପାଇଛି। ସାରା ଦେଶରେ ୨୧ ଦିନ ପାଇଁ ଲକଡାଉନ କରାଯାଇଛି। ଏଭଳି ପ୍ରତିକୂଳ ସମୟରେ ଡାକ୍ତର, ପାରା ମେଡ଼ିକାଲ୍ ଷ୍ଟାଫ୍, ସଫେଇ କର୍ମଚାରୀ, ପୋଲିସ କର୍ମଚାରୀ ଓ ଗଣମାଧ୍ୟମର କାର୍ଯ୍ୟ ପ୍ରଶଂସନୀୟ। ରାଜ୍ୟ ସରକାର ସ୍ବାସ୍ଥ୍ୟକର୍ମୀମାନଙ୍କ ପାଇଁ ଆଗୁଆ ୩ ମାସର ଦରମା ଓ କେନ୍ଦ୍ର ସରକାର ସ୍ବାସ୍ଥ୍ୟକର୍ମୀମାନଙ୍କ ପାଇଁ ୫୦ ଲକ୍ଷ ଟଙ୍କାର ବୀମା ଘୋଷଣା କରିଛନ୍ତି। ସରକାରଙ୍କ ଏଭଳି ଘୋଷଣାକୁ ଜିଲାର ସମସ୍ତ ପୋଲିସ କର୍ମଚାରୀ ସ୍ବାଗତ କରିଛନ୍ତି। ମାତ୍ର ନିଜ ଜୀବନକୁ ବାଜି ଲଗାଇ ପରିବାରକୁ ଭୁଲି ସରକାରଙ୍କ ପ୍ରତିଟି ପଦକ୍ଷେପକୁ ସଫଳ ରୂପାୟନ ଦେବାରେ ଦିନ ରାତି ପୋଲିସ କର୍ମଚାରୀମାନେ କାର୍ଯ୍ୟ କରି ଆସୁଛନ୍ତି। ପୋଲିସ କର୍ମଚାରୀଙ୍କ ନିଷ୍ଠାବାନ ସେବା ପାଇଁ ଲକଡାଉନ ସଫଳ ହୋଇପାରିଥିବା ବେଳେ ସଂକ୍ରମଣକୁ ରୋକାଯାଉଛି ବୋଲି ପୋଲିସ କର୍ମଚାରୀମାନେ ପ୍ରକାଶ କରିଛନ୍ତି। ତେଣୁ ସମସ୍ତ ପୋଲିସ କର୍ମଚାରୀମାନଙ୍କୁ ସ୍ବାସ୍ଥ୍ୟ କର୍ମଚାରୀଙ୍କ ଭଳି ଅନୁରୂପ ଭାବରେ ୩ ମାସର ଆଗୁଆ ଦରମା, ୫୦ ଲକ୍ଷ ଟଙ୍କାର ବୀମା ଘୋଷଣା କରିବା ପାଇଁ ମୟୂରଭଞ୍ଜ ଜିଲା ପୋଲିସ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ସରକାର ତୁରନ୍ତ ଏହି ଦାବି ପୂରଣ କରିବାକୁ ପୂର୍ବତନ ହାବିଲଦାର ଏବଂ କନେଷ୍ଟବଳ ଶାଖା ସଂଘ ସଭାପତି ପ୍ରମୋଦ କୁମାର ଦାସ ନିବେଦନ କରିଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…
ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…
ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍
ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…
ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…
ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ
କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ ଧରିତ୍ରୀରେ ଖବର ପ୍ରକାଶ…
ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…
ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…
ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…
ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…
ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…
ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…
Archives

