ସ୍ବାସ୍ଥ୍ୟକର୍ମୀ ନିଯୁକ୍ତିରେ ଅନିୟମିତତା ଅଭିଯୋଗ

କେନ୍ଦ୍ରାପଡା ଅଫିସ, ୧୬।୪-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କେନ୍ଦ୍ରାପଡା ଜିଲାରେ ୩୦୦ରୁ ଅଧିକ ଅସ୍ଥାୟୀ ଚିକିତ୍ସାଳୟ, ସଙ୍ଗରୋଧ ଗୃହ ପ୍ରସ୍ତୁତ ହୋଇଛି। ଏହି ଚିକିତ୍ସା ଓ ସଙ୍ଗରୋଧ କେନ୍ଦ୍ରରେ କାର୍ଯ୍ୟ ପାଇଁ ଅସ୍ଥାୟୀ ସ୍ବାସ୍ଥ୍ୟକର୍ମୀଙ୍କୁ ନିଯୁକ୍ତି ମିଳିଛି। ମାତ୍ର ଏହି ନିଯୁକ୍ତିରେ ଅନିୟମିତତା ହୋଇଥିବା ଜିଲାପାଳଙ୍କ ନିକଟରେ ବୁଧବାର ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଅଭିଯୋଗକାରୀ ସାବିତ୍ରୀ ଲେଙ୍କା କହିଛନ୍ତି, ଓଡିଶା ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ନିଯୁକ୍ତି ସମ୍ପର୍କରେ ଗତ ମାର୍ଚ୍ଚ ୨୩ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହି ବିଜ୍ଞପ୍ତିରେ ବୟସସୀମା ନିର୍ଦ୍ଧାରଣ କରାଯାଇ ନ ଥିବା ବେଳେ କେନ୍ଦ୍ରାପଡା ସିଡିଏମଓଙ୍କ ଦ୍ୱାରା ମାର୍ଚ୍ଚ ୨୭ରେ ପ୍ରକାଶିତ ବିଜ୍ଞପ୍ତିରେ ବୟସସୀମା ଅବଧି ଥିଲା। ସେହିପରି ଜିଲା ବାହାରୁ କେତେକ ସ୍ବାସ୍ଥ୍ୟକର୍ମୀଙ୍କୁ ନିଯୁକ୍ତି ମିଳିଥିବାରୁ କେନ୍ଦ୍ରାପଡ଼ା ଜିଲାର ଲୋକ ଏଥିରୁ ବଞ୍ଚତ୍ତ ହୋଇଛନ୍ତି ବୋଲି ଅଭିଯୋଗକାରୀ ଲେଙ୍କା ପ୍ରକାଶ କରିଛନ୍ତି। ଜିଲାପାଳଙ୍କୁ ପ୍ରଦାନ କରାଯାଇଥିବା ଏହି ଅଭିଯୋଗ ପତ୍ରରେ ସ୍ମରଣିକା ସ୍ବାଇଁ, ଲୋପାମୁଦ୍ରା ନାୟକ, ବବିତା ନାୟକଙ୍କ ସମେତ ୧୦ରୁ ଊର୍ଦ୍ଧ୍ୱ ନିଯୁକ୍ତି ଆଶାୟୀଙ୍କ ଦସ୍ତଖତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri