ସ୍ବାସ୍ଥ୍ୟକାନ୍ଥରେ କରୋନା ସଚେତନତା: ଆଶା, ଅଙ୍ଗନଓ୍ବାଡି କର୍ମୀ ତତ୍ପର

ବିଜେପୁର, ୨୪।୩(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସମଗ୍ର ବିଶ୍ୱକୁ ଗ୍ରାସ କରିବାରେ ଲାଗିଛି। ବ୍ୟକ୍ତିଗତ ସଚେତନତା ହିଁ ଏହାକୁ ପ୍ରତିରୋଧ କରିପାରିବ। ତେଣୁ ସହରଠାରୁ ଗାଁ ପର୍ଯ୍ୟନ୍ତ ସମସ୍ତେ ତତ୍ପର ହୋଇପଡ଼ିଛନ୍ତି। ଏହି କ୍ରମରେ ବରଗଡ଼ ଜିଲା ବିଜେପୁର ବ୍ଲକର ଗାଁ ଗହଳିରେ ଥିବା ଆଶା, ଅଙ୍ଗନଓ୍ବାଡି କର୍ମୀ ବେଶ୍‌ ତତ୍ପର ହୋଇପଡ଼ିଥିବା ପରିଲକ୍ଷିତ ହେଉଛି। ଏହାର ପ୍ରତିରୋଧ ପାଇଁ ସରକାର ଦିନକୁ ଦିନ ବିଭିନ୍ନ ପନ୍ଥା ଅବଲମ୍ବନ କରୁଛନ୍ତି। ବ୍ୟକ୍ତିଗତ ବନ୍ଦୀ ଜୀବନ ବିତାଇବା ଏହି ଭାଇରସ୍‌ ସଂକ୍ରମଣରୁ ମୁକୁଳିବାର ଏକମାତ୍ର ବିକଳ୍ପ। ତେଣୁ ରାଜ୍ୟ ବାହାରେ ଚାକିରି କରୁଥିବା ବକ୍ତିଙ୍କ ଘରବାହୁଡ଼ା ବଢ଼ିବାକୁ ଲାଗିଛି। ଫଳରେ ଆଶା, ଅଙ୍ଗନଓ୍ବାଡି କର୍ମୀଗଣ ଖବର ପାଇବା ମାତ୍ରେ ସେମାନଙ୍କ ସହ ଯୋଗାଯୋଗ କରୁଛନ୍ତି। ଟିକିନିଖି ସୂଚନାକୁ ଏଏନ୍‌ଏମ୍‌ ତଥା ଗୋଷ୍ଠୀ ଚିକିତ୍ସାଧିକାରୀଙ୍କୁ ଅବଗତ କରାଉଛନ୍ତି। ସଂକ୍ରମଣରୁ ନିଜକୁ ରକ୍ଷା କରିବାକୁ ସେମାନଙ୍କୁ ବିଭିନ୍ନ ତରିକା ବିଷୟରେ ଅବଗତ କରାଉଛନ୍ତି। ଘରେ ଏକାକୀ ରହି ନିଜକୁ ତଥା ପରିବାରର ଅନ୍ୟମାନଙ୍କୁ ସୁରକ୍ଷିତ ରଖିବାରେ ସହାୟତା କରିବାକୁ ସେମାନଙ୍କୁ ସମ୍ପୃକ୍ତ କର୍ମୀଗଣ ଉତ୍ସାହିତ କରୁଛନ୍ତି। ଗାଁ ଗହଳିରେ ଲୋକଙ୍କୁ ସଚେତନ କରିବାକୁ ସ୍ବାସ୍ଥ୍ୟକାନ୍ଥରେ କରୋନା ଭାଇରସ୍‌ ସଂକ୍ରମଣରୁ ମୁକୁଳିବାର ବିଭିନ୍ନ ତରିକା ବିଷୟରେ ଉଲ୍ଲେଖ କରିଛନ୍ତି। ଏହା ଦ୍ବାରା ଲୋକମାନେ ବେଶ୍‌୍‌ ସଚେତନ ହେଉଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri