ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କ ଲମ୍ବା ଲାଇନ୍‌

ଗୋପ,୨୪।୩(ଡି.ଏନ୍‌.ଏ): କରୋନାକୁ ନେଇ ସାରା ବିଶ୍ବରେ ଆତଙ୍କ ଦେଖାଯାଇଥିବାବେଳେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ତା’ର ବ୍ୟତିକ୍ରମ ଦେଖାଯାଇଛି। ସାମାଜିକ ଦୂରତା ଦୃଷ୍ଟି ଦିଆ ଯାଉ ନ ଥିବାରୁ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆସୁଥିବା ଲୋକେ ଲମ୍ବା ଲାଇନରେ ଛିଡ଼ା ହୋଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ସୋମବାର ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଅଚାନକ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ବିଭିନ୍ନ ରୋଗୀଙ୍କ ସହ କଥା ହେବା ପରେ ରୋଗୀ ଓ ଲୋକଙ୍କ ଲମ୍ବାଲାଇନ ଛିଡ଼ା ହୋଇଥିବା ଦେଖି ବିରକ୍ତି ପ୍ରକାଶ କରିଥିଲେ। ତୁରନ୍ତ ରୋଗୀଙ୍କୁ ଲାଇନରେ ଠିଆ ନ କରି ଚେୟାରରେ ବସାଇବାକୁ ଡାକ୍ତର ଓ କର୍ମଚାରୀମାନଙ୍କୁ କହିଥିଲେ। କିନ୍ତୁ ମନ୍ତ୍ରୀଙ୍କ ନିର୍ଦ୍ଦେଶର ଗୋଟିଏ ଦିନ ପରେ ଅର୍ଥାତ ମଙ୍ଗଳବାର ସକାଳୁ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ଆସିଥିବା ରୋଗୀ ଏବଂ ଲୋକେ ଘଣ୍ଟା ଘଣ୍ଟା ଧରି ପୁଣି ଲାଇନରେ ଠିଆ ହୋଇଥିବା ଦେଖିବାକୁ ମିଳିଛି। ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକୀୟ ଡାକ୍ତର ନ ଥିବାବେଳେ ଜଣେ ଡାକ୍ତରଙ୍କୁ ୨୪ ଘଣ୍ଟା ଡିୟୁଟି ଦିଆଯାଉଥିବାରୁ ଏପରି ଅବସ୍ଥା ଉପୁଜି ଥିବା ଜଣାପଡିଛି। ଏହି ସମୟରେ କୌଣସି ଗୁରୁତର ରୋଗୀ ଆସିଲେ ସେହି ଡାକ୍ତର ଯିବା ଯୋଗୁ ଆହୁରି କିଛି ସମୟ ଲାଇନରେ ଅପେକ୍ଷା କରନ୍ତି। ଡାକ୍ତରଖାନା ଅଧିକାରୀ ଏବଂ ପୁରୀ ଜିଲା ଚିକିତ୍ସାଧିକାରୀ ଏଥିପ୍ରତି ଦୃଷ୍ଟି ଦେବାକୁ ରୋଗୀମାନେ ଦାବି କରିଛନ୍ତି। ଅପରପକ୍ଷେ ଏହି ଡାକ୍ତରଖାନାର ଦାୟିତ୍ୱ ପୁରୀରେ ଥିବା ଜଣେ ଡାକ୍ତରଙ୍କ ହାତରେ ଥିବାରୁ ଏଠାରେ ଥିବା ଡାକ୍ତର କିଛି ପଦକ୍ଷେପ ନେଇ ପାରୁନାହାନ୍ତି ବୋଲି ଜଣାପଡିଛି। ଏ ସମ୍ପର୍କରେ ଏହି ସ୍ବାସ୍ଥ୍ୟକେନ୍ଦ୍ର ଆଂଶିକ ଦାୟିତ୍ୱରେ ଥିବା ଶିବ ପ୍ରସାଦ ମଙ୍ଗରାଜ କୁହନ୍ତି, ଏଠାରେ ଆବଶ୍ୟକତା ଅନୁସାରେ ସବୁ କରାଯାଉଥିବା କହି ଅନ୍ୟ ପ୍ରସଙ୍ଗକୁ ଏଡ଼ାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri