ସ୍ବାସ୍ଥ୍ୟକେନ୍ଦ୍ରରେ ସରକାରୀ ନିର୍ଦ୍ଦେଶନାମାକୁ ଉଲ୍ଲଂଘନ ଅଭିଯୋଗ

ଟାଙ୍ଗୀ(ଖୋର୍ଦ୍ଧା),୧ା୭(ଡି.ଏନ୍‌.ଏ.): ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଭିନ୍ନ ସରକାରୀ ନୀତିନିୟମ ଓ ନିର୍ଦ୍ଦେଶନାମାକୁ ଉଲ୍ଲଂଘନ କରାଯାଉଥିବା ଅଭିଯୋଗ ହେଉଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି ବୋଲି କୁହାଯାଉଥିଲେ ମଧ୍ୟ ଏଭଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ଏହାର କୌଣସି ପ୍ରଭାବ ପଡୁ ନ ଥିବା ଅଭିଯୋଗ ହେଉଛି। ଉଲ୍ଲେଖଯୋଗ୍ୟ କି, ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିବା ପରେ ଆବେଦନର ୧ ସପ୍ତାହ ମଧ୍ୟରେ ମୃତ୍ୟୁ ପ୍ରମାଣପତ୍ର ମିଳିବାର ସରକାରୀ ନିୟମ ରହିଛି। ତେବେ ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ତାହା କାର୍ଯ୍ୟକାରୀ ହେଉ ନ ଥିବା ଅଭିଯୋଗ ହେଉଛି । ମାସ ମାସ ବିତି ଯାଉଥିଲେ ମଧ୍ୟ ମୃତ୍ୟୁ ପ୍ରମାଣପତ୍ର ଦିଆଯାଉ ନ ଥିବା ଲୋକେ କହିିଛନ୍ତି। ଏପରି କାହିଁକି କରାଯାଉଛି ବୋଲି ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ପଚାରିବାରୁ ସେ ନିଜ ନାମ ଗୋପନ ରଖି ଭାରପ୍ରାପ୍ତ ମେଡିକାଲ ଅଫିସର ଦସ୍ତଖତ କରୁ ନ ଥିବାରୁ ଏଭଳି ଅବସ୍ଥା ସୃଷ୍ଟି ହେଉଛି ବୋଲି କହିଥିଲେ । ରାଜ୍ୟ ସରକାରଙ୍କର ନିରାମୟ ଯୋଜନାକୁ ମଧ୍ୟ ଏଠାରେ ଉଲ୍ଲଂଘନ କରାଯାଉଥିବା ଦେଖାଯାଉଛି । ଉକ୍ତ ଯୋଜନା ଅନୁସାରେ ରୋଗୀମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଦିନରାତି ୨୪ ଘଣ୍ଟା ଔଷଧ ବିତରଣର ବ୍ୟବସ୍ଥା ରହିଛି । ମାତ୍ର ଏଠାରେ ଲିପିବଦ୍ଧ ବିଜ୍ଞାପନ ଉପରେ ଆଉ ଗୋଟିଏ ବ୍ୟାନର ମାରି ସକାଳ ୮ରୁ ୧୨ଟା ଓ ଅପରାହ୍ନ ୪ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଔଷଧ ପ୍ରଦାନ କରାଯିବ ବୋଲି ଉଲ୍ଲେଖ ରହିଛି । ଏହି ଘଟଣା ସମ୍ପର୍କରେ ମେଡିକାଲ ଅଫିସର ଡା. ଜିତେନ୍ଦ୍ର କୁମାର ସାହୁଙ୍କୁ ପଚାରିବାରୁ ଆବଶ୍ୟକ କର୍ମଚାରୀ ନ ଥିବାରୁ ଏପରି କରାଯାଉଥିବା ସେ ମତ ପ୍ରକାଶ କରିଥିଲେ। ଏହି ସଂଶୋଧିତ ନିୟମ ସମ୍ପର୍କରେ ସାହୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟିକୁ ଆଣିଥିବା ମଧ୍ୟ ପ୍ରକାଶ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri