ସ୍ବାସ୍ଥ୍ୟଭିତ୍ତିକ କାର୍ଯ୍ୟକ୍ରମ ଲାଗି ୩୬.୧୩ କୋଟି

ଢେଙ୍କାନାଳ ଅଫିସ, ୨୯।୫-କୋଭିଡ୍‌-୧୯ ମୁକାବିଲା ଏବଂ ସ୍ବାସ୍ଥ୍ୟଭିତ୍ତିକ କାର୍ଯ୍ୟକ୍ରମର ସୁପରିଚାଳନା ଲାଗି ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ଢେଙ୍କାନାଳ ଜିଲାକୁ ୩୬.୧୩ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏ ନେଇ ଜିଲା ସ୍ବାସ୍ଥ୍ୟ ସମିତି ଆନୁକୂଲ୍ୟରେ ଶୁକ୍ରବାର ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଯୋଗଦେଇ ସାମ୍ପ୍ରତିକ ପରିସ୍ଥିତିରେ ଲୋକମାନେ ଯେଭଳି ଉତ୍ତମ ସ୍ବାସ୍ଥ୍ୟସେବା ପାଇପାରିବେ ସେ ଦିଗରେ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ। ଏଥିସହ ଜିଲାରେ ଚାଲିଥିବା ବିଭିନ୍ନ ସ୍ବାସ୍ଥ୍ୟଭିତ୍ତିକ କାର୍ଯ୍ୟକ୍ରମର ସଫଳ ରୂପାୟନ ଲାଗି ସେ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଏହି ଅବସରରେ ବ୍ଲକଗୁଡ଼ିକ ଲାଗି ଉଦ୍ଦିଷ୍ଟ ସ୍ବାସ୍ଥ୍ୟ ଯୋଜନା ପୁସ୍ତିକା ଉନ୍ମୋଚିତ ହୋଇଥିଲା। ସିଡିଏମ୍‌ଓ ଡା. ନିରଞ୍ଜନ ମିଶ୍ର, ଏଡିଏମ୍‌ଓ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର, ଡା. ଅଭୟ କୁମାର ଦାସ, ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମ ପରିଚାଳକ ସୋନାଲି ପ୍ରିୟଦର୍ଶିନୀ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?