ସ୍ବାସ୍ଥ୍ୟସେବାରେ ଉନ୍ନତି ଆଣିଲେ ପୁରସ୍କାର: ଡାକ୍ତର, ଅନ୍ୟ କର୍ମଚାରୀଙ୍କୁ ମିଳିବ ଆର୍ଥିକ ପୁରସ୍କାର

ଭୁବନେଶ୍ୱର, ୨୯ା୧୦(ବ୍ୟୁରୋ): ସ୍ବାସ୍ଥ୍ୟସେବାରେ ସ୍ବଚ୍ଛତା ଆଣିବାକୁ ୫ଟି କାର୍ଯ୍ୟକ୍ରମ ମାଧ୍ୟମରେ କିଛିଦିନ ତଳେ ସଚିବମାନେ ବିଭିନ୍ନ ଡାକ୍ତରଖାନା ଗସ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଉଥିଲେ। ସରକାରଙ୍କ ହଠାତ୍‌ ଏଭଳି ଆଭିମୁଖ୍ୟ ଦେଖି ସରକାରୀ ଅଧିକାରୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମଧ୍ୟ ମିଳିଥିଲା। ତେଣୁ ଏଥିରେ ସୁଧାର ଆଣିବା ପାଇଁ ଏବେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟରେ ପରିବର୍ତ୍ତନ ଆସିଛି। ଦୁର୍ନୀତିଗ୍ରସ୍ତଙ୍କୁ ଦଣ୍ଡ ଦେବା ସହିତ ଭଲ କାର୍ଯ୍ୟ କରୁଥିବା ଡାକ୍ତର ଏବଂ ଅନ୍ୟ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ଦେବାକୁ ଘୋଷଣା କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ ୫ଟି କାର୍ଯ୍ୟକ୍ରମରେ ଡାକ୍ତର ଏବଂ ସେବାରେ ନିୟୋଜିତ କର୍ମଚାରୀଙ୍କ ପାଇଁ ପୁରସ୍କାର ଘୋଷଣା କରିଛନ୍ତି। ଡାକ୍ତରଙ୍କ ଲାଗି ୧୦ଲକ୍ଷ ଟଙ୍କା ଏବଂ ଅନ୍ୟ କର୍ମଚାରୀଙ୍କ ପାଇଁ ୫ ଲକ୍ଷ ଟଙ୍କାର ଘୋଷଣା କରିଛନ୍ତି।
ସରକାରଙ୍କ ଘୋଷଣା ଅନୁଯାୟୀ, ୫ଟି କାର୍ଯ୍ୟକ୍ରମରେ ରାଜ୍ୟ ସରକାର ଜନସାଧାରଣଙ୍କୁ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଉପରେ ବିଶେଷ ଗୁରୁତ୍ୱ ଦେଉଛନ୍ତି। ସ୍ବାସ୍ଥ୍ୟସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅନେକ ଡାକ୍ତର, ପାରାମେଡିକାଲ ଷ୍ଟାଫ୍‌ ଓ ଅନ୍ୟ କର୍ମଚାରୀମାନେ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ଆନ୍ତରିକତାର ସହ କାର୍ଯ୍ୟ କରୁଛନ୍ତି। ସମ୍ବେଦନଶୀଳଭାବେ ରୋଗୀଙ୍କ ଯତ୍ନ ନେଉଛନ୍ତି। ସେହିଭଳି କାର୍ଯ୍ୟ କରୁଥିବା ଡାକ୍ତର ଏବଂ ଅନ୍ୟ କର୍ମଚାରୀଙ୍କୁ ଉତ୍ସାହିତ କରିବା ସକାଶେ ପୁରସ୍କାର ଦିଆଯିବ। ଏହାସହ ସ୍ବାସ୍ଥ୍ୟସେବା ଯୋଗାଉଥିବା ଅନୁଷ୍ଠାନଗୁଡିକୁ ମଧ୍ୟ ପୁରସ୍କୃତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିପାଇଁ ରାଜ୍ୟସ୍ତରୀୟ ଉତ୍ସବରେ ସ୍ବାସ୍ଥ୍ୟସେବା ଯୋଗାଇବାରେ ଶ୍ରେଷ୍ଠ ବିବେଚିତ ୧୦ଜଣ ଡାକ୍ତର ଏବଂ ଅନ୍ୟ କର୍ମଚାରୀ ପୁରସ୍କୃତ ହେବେ। ଡାକ୍ତରଙ୍କ କ୍ଷେତ୍ରରେ ୧୦ଲକ୍ଷ ଟଙ୍କା ଏବଂ ଅନ୍ୟ କର୍ମଚାରୀଙ୍କୁ ୫ଲକ୍ଷ ଟଙ୍କା ଲେଖାଏ ପୁରସ୍କୃତ କରାଯିବ। ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ବ୍ୟକ୍ତିତ୍ୱଙ୍କୁ ନେଇ ଏକ କମିଟି ଏନେଇ ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟସେବା କ୍ଷେତ୍ରରେ ନିୟୋଜିତ ଥିବା ଜଣେ ସ୍ଥାୟୀ କର୍ମଚାରୀ ନିଜ ଚାକିରିକାଳ ମଧ୍ୟରେ କରିଥିବା ଉଲ୍ଲେଖନୀୟ ସେବାକୁ ଭିତ୍ତିକରି ପୁରସ୍କାର ପ୍ରଦାନ କରାଯିବ। ଏହି ପୁରସ୍କାର ଲାଗି ମନୋନୀତ କର୍ମଚାରୀଙ୍କୁ ଅବସର ଦିନ ଉଚ୍ଚ ପଦବୀକୁ ପଦୋନ୍ନତି ମିଳିବ। ଏଥିପାଇଁ ଜଣେ କର୍ମଚାରୀ ୨୫ବର୍ଷ ସ୍ଥାୟୀ ଚାକିରି କରିଥିବା ଆବଶ୍ୟକ। ଅପରପକ୍ଷରେ ନ୍ୟାଶନାଲ କ୍ୱାଲିଟି ଆକ୍ରିଡିଏସନ ଷ୍ଟାଣ୍ଡାର୍ଡ ପ୍ରମାଣ ପତ୍ର ହାସଲ କରିଥିବା ସ୍ବାସ୍ଥ୍ୟସେବା ଅନୁଷ୍ଠାନର ଡାକ୍ତରଙ୍କଠାରୁ ଆରମ୍ଭ କରି ନିରାପତ୍ତାରକ୍ଷୀ କର୍ମଚାରୀଙ୍କୁ ଗୋଟିଏ ମାସର ଦରମା ବୋନସ ଭାବେ ପରବର୍ତ୍ତୀ ଆର୍ଥିକ ବର୍ଷରେ ମିଳିବ। କାୟାକଳ୍ପ ହାସଲ କରିଥିବା ସ୍ବାସ୍ଥ୍ୟସେବା ଅନୁଷ୍ଠାନର ଡାକ୍ତରଙ୍କ ଏବଂ ନିରାପତ୍ତାରକ୍ଷୀ ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କୁ ଅଧା ମାସର ଦରମା ବୋନସ ଭାବେ ପରବର୍ତ୍ତୀ ଆର୍ଥିକବର୍ଷ ଦିଆଯିବ। ସେହିପରି ଲକ୍ଷ୍ୟ ପ୍ରମାଣପତ୍ର ହାସଲ କରିଥିବା ସ୍ବାସ୍ଥ୍ୟ ଅନୁଷ୍ଠାନର ପ୍ରସବ ଗୃହ ଓ ମାତୃତ୍ୱ ଅସ୍ତ୍ରୋପଚାର ଗୃହରେ କାର୍ଯ୍ୟରତ ଡାକ୍ତର ଏବଂ ଅନ୍ୟ କର୍ମଚାରୀଙ୍କୁ ଅଧା ମାସର ଦରମା ବୋନସ ଭାବେ ପରବର୍ତ୍ତୀ ଆର୍ଥିକ ବର୍ଷ ମିଳିବ। ମୋ ସରକାର କାର୍ଯ୍ୟକ୍ରମ ଅନୁଯାୟୀ ରୋଗୀଙ୍କ ମତାମତ ଅନୁସାରେ ୫ଟି ଅନୁଷ୍ଠାନ ପୁରସ୍କୃତ ହେବ। ସରକାରୀ ଡାକ୍ତରଖାନା ଯାଉଥିବା ରୋଗୀଙ୍କ ମତାମତକୁ ଭିତ୍ତିକରି ସ୍ଥିର ହୋଇଥିବା ଶ୍ରେଷ୍ଠ ୫ଟି ଅନୁଷ୍ଠାନର ମେଡିକାଲ ଅଫିସରଙ୍କୁ ତ୍ରୈମାସିକ ପ୍ରଶଂସା ପତ୍ର ପ୍ରଦାନ କରାଯିବ। ଏହାସହିତ ବର୍ଷଯାକ ଭଲ କାମ କରିଥିବା ମେଡିକାଲ କର୍ମଚାରୀଙ୍କୁ ଏଲ୍‌ଟିସିରେ ବିଦେଶ ଭ୍ରମଣ ପାଇଁ ସୁଯୋଗ ମିଳିବ। ଏହାସହ ଚୁକ୍ତି ଭିତ୍ତିକ କର୍ମଚାରୀ ତାଲିମ ପାଇଁ ବିଦେଶ ଯାଇପାରିବେ। ପ୍ରସବ ଓ ତଜ୍ଜନିତ ଅସ୍ତ୍ରୋପଚାର ପାଇଁ ଭଲ କାମ କରିଥିବା ଟିମ୍‌କୁ ସ୍ବାସ୍ଥ୍ୟ ବିଭାଗ ନିୟମାବଳୀ ଅନୁଯାୟୀ ଆର୍ଥିକ ପ୍ରୋତ୍ସାହନ ପ୍ରଦାନ କରାଯିବ। ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ଲାଗି କର୍ମଚାରୀଙ୍କ ମଧ୍ୟରେ ଏକ ସୁସ୍ଥ ପ୍ରତିଯୋଗିତା ସୃଷ୍ଟି କରିବା ପାଇଁ ଏଭଳି ପୁରସ୍କାର ଘୋଷଣା କରାଯାଇଥିବା ସରକାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡର: ମାଡିବସିଲା…

ନୂଆପଡ଼ା,୧୨ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ୍‌ସ୍ଥିତ ପାଳ ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ଯୋଗାଣ ବିଭାଗର…

‘ପାକିସ୍ତାନ ହିଁ ଏମିତି କରିପାରେ’; ଇସଲାମାବାଦରେ ଆମେରିକା-ଇରାନ ବାର୍ତ୍ତାକୁ ନେଇ…

ନୂଆଦିଲ୍ଲୀ,୧୨।୪: ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତାକୁ ନେଇ କଂଗ୍ରେସ ସାଂସଦ ଶଶି ଥରୁର ବଡ଼ ବୟାନ ଦେଇଛନ୍ତି। ପାକିସ୍ତାନ…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ…

Dharitri Business Eminence Award 2026: ଶିକ୍ଷା ବ୍ୟବସାୟ ନୁହେଁ, ଭବିଷ୍ୟତ ଗଢ଼ିବାର ମାଧ୍ୟମ

ଶିକ୍ଷା ଶିଳ୍ପରେ ଜଣେ ଆଗଧାଡ଼ିର ଉଦ୍ୟୋଗୀ ଭାବେ ସୋମଦତ୍ତ ବେହୁରା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୁବନେଶ୍ୱରସ୍ଥିତ କେ.ଟି. ଗ୍ଲୋବାଲ୍‌ ସ୍କୁଲର ପ୍ରତିଷ୍ଠାତା ସୋମଦତ୍ତ ବେହୁରା…

ପାରାଦୀପ, କପିଳଯୋରରେ ମାଛ ମଡକ:  ପଚାମାଛ ଗନ୍ଧରେ ସହର…

ପାରାଦୀପ ୧୨।୪(ଶରତ ରାଉତ): ବନ୍ଦର ସହର ପାରାଦୀପ ମଧ୍ୟସ୍ଥଳରେ ଥିବା କପିଳଯୋରରେ ରବିବାର ମାଛ ମଡକ ହୋଇଛି। ସହରର ବଡପଡିଆ ପରିବା ମାର୍କେଟଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri