ସ୍ବାସ୍ଥ୍ୟସେବା ଗବେଷଣା ପାଇଁ ଢେଙ୍କାନାଳରେ ବିଦେଶୀ ଛାତ୍ରୀ: କଲେଜ ପିଲାଙ୍କ ସହ ମତ ବିନିମୟ କଲେ

ଢେଙ୍କାନାଳ ଅଫିସ, ୨୧।୮-ଗ୍ରାମାଞ୍ଚଳର ସ୍ବାସ୍ଥ୍ୟସେବା ସମ୍ପର୍କରେ ଅଧିକ ଗବେଷଣା କରିବାକୁ ଢେଙ୍କାନାଳରେ ପହଞ୍ଚତ୍ଛନ୍ତି ଯୁକ୍ତରାଷ୍ଟ୍ର ଆମେରିକା ରୋଚେଷ୍ଟର ବିଶ୍ୱବିଦ୍ୟାଳୟର ୫ଜଣ ଛାତ୍ରୀ। ସମ୍ପୃକ୍ତା ବିଦେଶୀ ଛାତ୍ରୀମାନେ ମଙ୍ଗଳବାର ଢେଙ୍କାନାଳ କଲେଜରେ ଆୟୋଜିତ ଭାବ ବିନିମୟ କାର୍ଯ୍ୟକ୍ରମରେ ଯୋଗଦେଇ ସେମାନଙ୍କ ଅନୁଭୂତି ବାଣ୍ଟିଥିଲେ।
ଓଡ଼ିଶାର ଗ୍ରାମୀଣ ସ୍ବାସ୍ଥ୍ୟସେବା ସମ୍ପର୍କରେ ଅଧିକ ଜ୍ଞାନ ଆହରଣ କରିବାକୁ ସ୍ବେଚ୍ଛାସେବୀ ସଙ୍ଗଠନ ‘ଶୋଭା’ ସହାୟତାରେ ଛାତ୍ରୀ ନିଶା ଆରିଆ, ଅପର୍ଣ୍ଣା ଇନ୍ଦିରାଗାନ୍ଧୀ, ଶ୍ରେୟା ବାଗଚନ୍ଦନ, ଓଲିଭା, ଚାସ୍‌ ଚାସ୍ତିଡ଼ି ପ୍ରମୁଖ ଢେଙ୍କାନାଳ ଆସିଛନ୍ତି। ସେମାନଙ୍କ ଲାଗି କଲେଜ ପକ୍ଷରୁ ସ୍ବତନ୍ତ୍ର ଭାବ ବିନିମୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି ଅବସରରେ ବିଦେଶୀ ଛାତ୍ରୀମାନେ ଦେଶର ଶିକ୍ଷାବ୍ୟବସ୍ଥା, ବୃତ୍ତିଚୟନ, ସମାଜସେବା, କୁମାରୀ ସ୍ବାସ୍ଥ୍ୟ ଆଦି ବିଷୟରେ କଲେଜର ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିଥିଲେ। କଲେଜ ଅଧ୍ୟକ୍ଷା ପ୍ରଫେସର ରଶ୍ମି ମିଶ୍ର ବିଦେଶୀ ଛାତ୍ରୀଙ୍କୁ ସ୍ବାଗତ କରିଥିଲେ। ଏହି ପରିପ୍ରେକ୍ଷୀରେ ସେ କହିଲେ, ଏପରି କାର୍ଯ୍ୟକ୍ରମ କଲେଜର ପିଲାମାନଙ୍କ ପାଇଁ ବେଶ୍‌ ଉପଯୋଗୀ ସାବ୍ୟସ୍ତ ହେବ।
ପ୍ରାରମ୍ଭରେ ସମ୍ପୃକ୍ତା ଛାତ୍ରୀମାନେ ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ଉଭୟ ଦେଶର ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା। ମହାବିଦ୍ୟାଳୟର ପଠନ ଗୃହ ବିଭାଗ ଦ୍ୱାରା ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟାପିକା ସୁମିତ୍ରା ବେହେରା ସ୍ବାଗତ ଭାଷଣ ଦେଇଥିଲେ। ଅଧ୍ୟାପିକା ରଞ୍ଜିତା କୁମାରୀ ମହାନ୍ତି ପଠନ ଗୃହର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଅଧ୍ୟାପକ ଦେବାଶିଷ ମହାନ୍ତି, ସୁରେଶ ବଳିଆରସିଂ, ପ୍ରଜ୍ଞା ପାରମିତା ପ୍ରଧାନ, ପଦ୍ମକାନ୍ତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ଛାତ୍ରୀମାନେ ମହାବିଦ୍ୟାଳୟର ଭିତ୍ତିଭୂମି, ପ୍ରାକୃତିକ ପରିବେଶ ବୁଲି ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଇକ୍‌ ଶୋ’ରୁମ୍‌

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?