ସ୍ବାସ୍ଥ୍ୟସେବା ଲାଗି ୬୯ ହଜାର କୋଟି

ନୂଆଦିଲ୍ଲୀ, ୧ା୨: କେନ୍ଦ୍ର ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶନିବାର ସ୍ବାସ୍ଥ୍ୟସେବାର ବିକାଶ ଲାଗି ମୋଟ ୬୯ ହଜାର କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗି ବଜେଟରେ ୬,୪୦୦ କୋଟି ଟଙ୍କା ରହିଛି। ଏଥିରେ ୨୦ ହଜାର ହସ୍ପିଟାଲ ସାମିଲ ହୋଇଥିବାବେଳେ ଗରିବ ଓ ଅବହେଳିତଙ୍କ ଚିକିତ୍ସାକୁ ଅଧିକ ପ୍ରାଧାନ୍ୟ ଦିଆଯିବ ବୋଲି ସୀତାରାମନ୍‌ ପ୍ରକାଶ କରିଛନ୍ତି। ଘରୋଇ ଓ ସରକାରୀ ଭାଗୀଦାରିତାରେ ହସ୍ପିଟାଲ ନିର୍ମାଣ କରାଯିବା ସହ ଆବଶ୍ୟକ ଜିଲା ତଥା ଆୟୁଷ୍ମାନ୍‌ ଭାରତ ଯୋଜନାର ସୁଫଳ ପାଉ ନ ଥିବା ଅଞ୍ଚଳକୁ ପ୍ରଥମେ ଏଥିରେ ଯୋଡ଼ାଯିବ। ଏହା ଯୁବପିଢ଼ିଙ୍କ ଲାଗି ପର୍ଯ୍ୟାପ୍ତ ନିଯୁକ୍ତି ସୃଷ୍ଟି କରିବ। ‘ଟିବି ହାରିବ ଓ ଦେଶ ବଞ୍ଚିବ’ କ୍ୟାମ୍ପେନ୍‌ ଜୋର୍‌ଦାର କରାଯିବ ବୋଲି ଅର୍ଥମନ୍ତ୍ରୀ ସୀତାରାମନ୍‌ ପ୍ରକାଶ କରିଛନ୍ତି। ୨୦୨୫ ସୁଦ୍ଧା ଟିବିକୁ ସମ୍ପୂର୍ଣ୍ଣ ନିର୍ମୂଳ କରାଯିବ। ଏଥିସହ ଜନଔଷଧୀ କେନ୍ଦ୍ର ଯୋଜନାରେ ସବୁ ଜିଲାକୁ ଯୋଡ଼ାଯିବ ବୋଲି ସେ କହିଛନ୍ତି। ୨୦୨୪ ସୁଦ୍ଧା ସବୁ ଜିଲାକୁ ୨ ହଜାର ମେଡିସିନ, ୩୦୦ ସର୍ଜିକାଲ୍ସ ପ୍ରଦାନ କରାଯିବାକୁ ଯୋଜନା ରହିଥିବା ବଜେଟରେ ଘୋଷଣା କରାଯାଇଛି। ଜନସାଧାରଣ କିପରି ସ୍ବଳ୍ପ ମୂଲ୍ୟରେ ଔଷଧ ପାଇବେ ତାକୁ ଗୁରୁତ୍ୱ ଦିଆଯିବ। ସ୍ବାସ୍ଥ୍ୟ ସରଞ୍ଜାମ ଆମଦାନି କ୍ଷେତ୍ରରେ ସ୍ବଳ୍ପ ସ୍ବାସ୍ଥ୍ୟ ସେସ୍‌ ପ୍ରଚଳନ କରାଯିବ। ସ୍ବାସ୍ଥ୍ୟ ସେବାର ବିକାଶ ଲାଗି ଘରୋଇ ଶିଳ୍ପ ଓ ସ୍ବାସ୍ଥ୍ୟସେବା ଉତ୍ସକୁ ବଳିଷ୍ଠ କରାଯିବ। ୧୧୨ ଆକାଂକ୍ଷୀ ଜିଲାରେ ହସ୍ପିଟାଲ ନିର୍ମାଣ କରାଯାଇ ଚିକିତ୍ସା ଯୋଗାଇ ଦିଆଯିବ ବୋଲି ଅର୍ଥମନ୍ତ୍ରୀ ବଜେଟ ଉପସ୍ଥାପନ ବେଳେ ପାର୍ଲାମେଣ୍ଟରେ ଘୋଷଣା କରିଛନ୍ତି। ତେବେ ଗତଥର ଅପେକ୍ଷା ଚଳିତ ଥର ଜାତୀୟ ସ୍ବାସ୍ଥ୍ୟ ମିଶନରେ ସାମାନ୍ୟ କମ୍‌ ବ୍ୟୟବରାଦ କରାଯାଇଛି। ଗତଥର ଏଥିଲାଗି ୩୪,୧୧୫ କୋଟି ଟଙ୍କା ପ୍ରଦାନ କରାଯାଇଥିବାବେଳେ ଚଳିତ ଥର ୩୪, ୨୯୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?