ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟରେ ଡା. ରାମଚନ୍ଦାନୀ

ଚିପିଲିମା,୬ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ମେଡିକାଲ କଲେଜ ଓ ହସ୍ପିଟାଲର ସିନିୟର ରେସିଡେଣ୍ଟ ଡାକ୍ତର ଶଙ୍କର ରାମଚନ୍ଦାନୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟରେ ସ୍ଥାନ ପାଇଛନ୍ତି। ସେ ଗତ କିଛିଦିନ ତଳେ ନିଜ କାର୍‌ରେ ବୁର୍ଲା କୁଷ୍ଠ କଲୋନୀ ରାସ୍ତାରେ ଯାଉଥିଲେ। ଜଣେ କୁଷ୍ଠ ରୋଗୀ (ବୃଦ୍ଧ) ରାସ୍ତା ପାର ହୋଇ ପାରୁ ନ ଥିବା ସେ ଦେଖିଥିଲେ। ଏହାପରେ ସେ କାର୍‌କୁ ସାଇଡ୍‌ କରି ସମ୍ପୃକ୍ତ ବୃଦ୍ଧଙ୍କୁ କୋଳେଇ ଧରି ରାସ୍ତା ସେପଟେ ଥିବା କୁଡ଼ିଆରେ ଛାଡ଼ିଥିଲେ। ଏହି ଖବର ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବା ପରେ ‘ଧରିତ୍ରୀ’ ଓ ‘ଓଡ଼ିଶା ପୋଷ୍ଟ’ ସହ ଓ୍ବେବ୍‌ପୋର୍ଟାଲରେ ମଧ୍ୟ ପ୍ରଥମେ ପ୍ରକାଶ ପାଇଥିଲା। ତାହା ରାଜ୍ୟ ସରକାରଙ୍କ ଦୃଷ୍ଟିକୁ ଆସିଛି। ଡାକ୍ତର ରାମଚନ୍ଦାନୀଙ୍କ ଏହି ପେପର କ୍ଲିପିଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟରେ ସ୍ଥାନ ପାଇଛି। ଅନ୍ୟମାନଙ୍କ ପାଇଁ ଏହା ଉଦାହରଣ ବୋଲି ଦର୍ଶାଯାଇଛି। ଏ ନେଇ ଡା. ରାମଚନ୍ଦାନୀ କହିଛନ୍ତି, କୁଷ୍ଠରୋଗୀଙ୍କୁ ଘୃଣା କରିବା ଅନୁଚିତ। ଛୁଇଁଲେ କୁଷ୍ଠରୋଗ ବ୍ୟାପେ ନାହିଁ। ଆମମାନଙ୍କ ଭିତରେ ଥିବା ଭୁଲ ଧାରଣ ଯୋଗୁ କୁଷ୍ଠରୋଗୀମାନେ ଆଜି ଅବହେଳିତ ଆଉ ଘୃଣାର ପାତ୍ର ହୋଇଛନ୍ତି। ଶିକ୍ଷିତ ସମାଜ ଏହି ଚିନ୍ତାଧାରାରେ ପରିବର୍ତ୍ତନ ଆଣିବାକୁ ସେ ଆହ୍ବାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri