ସ୍ବାସ୍ଥ୍ୟ ବିପର୍ଯ୍ୟୟ ପ୍ରଶମନ ତାଲିମ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡା ଅଫିସ,୧୬ା୪-ରାଜ୍ୟ ସରକାରଙ୍କ କ୍ଷମତାପୂର୍ଣ୍ଣ ମନ୍ତ୍ରୀ ଗୋଷ୍ଠୀଙ୍କ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଭିଡିଓ କନ୍‌ଫରେନ୍ସ ଜରିଆରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟରେ ଥିବା ଭିଡିଓ କନଫରେନ୍ସ ପ୍ରକୋଷ୍ଠରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଉପସ୍ଥିତ ରହି ବୈଠକରେ ଭାଗ ନେବା ସହିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଦେଇଥିଲେ। ରାଜ୍ୟରେ ସ୍ବାସ୍ଥ୍ୟ ବିପର୍ଯ୍ୟ ପ୍ରଶମନ ତାଲିମ କେନ୍ଦ୍ର, ଏହା ସହିତ ସମସ୍ତ ପ୍ରମୁଖ ରୋଗର ନିବାରଣ, ଉତ୍କର୍ଷ ପ୍ରଶିକ୍ଷଣ କେନ୍ଦ୍ର ଏବଂ ବିଭିନ୍ନ ଚିକିତ୍ସା ପଦ୍ଧତି ଗବେଷଣା କେନ୍ଦ୍ର ପ୍ରତିଷ୍ଠା କରାଯିବା ନେଇ ବୈଠକରେ ସ୍ବାସ୍ଥ୍ୟ ମନ୍ତ୍ରୀ ଦାସ ପ୍ରସ୍ତାବ ଦେଇଥିଲେ। ଏହା ଦ୍ୱାରା ସମସ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ଏବଂ ଫାମାସିଷ୍ଟମାନେ ଜରୁରୀକାଳୀନ ପରିସ୍ଥିତିରେ କିଭଳି ଚିକିତ୍ସା କରାଯାଇ ପାରିବ ସେ ସମ୍ପର୍କରେ ଅବଗତ ହୋଇପାରିବେ ବୋଲି ସେ ଦର୍ଶାଇଥିଲେ। ସେହିପରି ଔଷଧ କମ୍ପାନୀ ଓ ଅନ୍ୟାନ୍ୟ ସ୍ବାସ୍ଥ୍ୟ ସେବାରେ ବ୍ୟବହୃତ ହେଉଥିବା ସମସ୍ତ ଉପକରଣ ଶିଳ୍ପ ପ୍ରତିଷ୍ଠା କରାଯିବା ଦିଗରେ ମଧ୍ୟ ମନ୍ତ୍ରୀ ଦାସ ଗୁରୁତ୍ୱାରୋପ କରିଥିଲେ। ଏହା ସହିତ ରାଜ୍ୟରେ ଅଧିକ ସଂଖ୍ୟକ କୋଭିଡ-୧୯ ପରୀକ୍ଷା କେନ୍ଦ୍ର ବୃଦ୍ଧି କରାଯିବା ନେଇ ଆଲୋଚନା ହୋଇଥିଲା। ଏଥିପାଇଁ ବିପୁଳ ସଂଖ୍ୟକ ପରୀକ୍ଷଣ ସରଞ୍ଜାମ ଯୋଗାଇ ଦେବା ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିବା ଏବଂ ଓଡିଶା ରାଜ୍ୟ ଔଷଧ ନିଗମ ଜରିଆରେ ମଧ୍ୟ ଏହାର ବ୍ୟବସ୍ଥା କରିବା ପାଇଁ ମନ୍ତ୍ରୀ ଦାସ ଆଲୋଚନା କରିଥିଲେ। ସେହିଭଳି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ମାର୍ଗ ଦର୍ଶନ ଓ ଅନ୍ୟ ରାଜ୍ୟ ଦ୍ୱାରା ପାଳନ କରାଯାଉଥିବା କାର୍ଯ୍ୟ ଶୈଳୀକୁ ଅନୁଧ୍ୟାନ କରି ଏକ ମାର୍ଗଦର୍ଶିକା ପ୍ରସ୍ତୁତ କରିବା ପାଇଁ ମଧ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଦାସ ପ୍ରସ୍ତାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରାପଡ଼ିଲେ ଅସୁରବନ୍ଧ ଆର୍‌ଆଇ

ସୋରଡ଼ା,୬ା୯(ଡି.ଏନ.ଏ.)-ସୋରଡ଼ା ତହସିଲ ଅସୁରବନ୍ଧ ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ବସନ୍ତ କୁମାର ମଲିକ ଲାଞ୍ଚ ନେଇ ଭିଜିଲାନ୍ସ ହାବୁଡରେ ପଡିଛନ୍ତି। ଗୁରୁବାର ଅପରାହ୍ନରେ ତାଙ୍କ କାର୍ଯ୍ୟାଳୟ ପରିସରରେ...

ବଡ଼ସାହିରେ ଭାରତ ବନ୍ଦର ମିଶ୍ରିତ ପ୍ରଭାବ

ବଡ଼ସାହି,୮।୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଞ୍ଚଳରେ ଭାରତ ବନ୍ଦ ଡାକରାର ମିଶ୍ରିତ ପ୍ରଭାବ ଦେଖାଦେଇଛି। ବ୍ଲକ କଂଗ୍ରେସର ବଡ଼ସାହି ଜୋନ୍‌ ସଭାପତି ଶଶାଙ୍କ ଶେଖର...

ପରିବା ମାର୍କେଟ ବନ୍ଦ ଚର୍ଚ୍ଚା: ଜମିଲା ଭିଡ଼

ପୁରୀ ଅଫିସ,୨୨।୩: କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ରାଜ୍ୟ ସରକାର ଲଢ଼େଇ ଜାରି ରଖିଛନ୍ତି। ରାଜ୍ୟରେ ୨ଜଣ ଆକ୍ରାନ୍ତ ଚିହ୍ନଟ ପରେ ଏହି ସଂଖ୍ୟା କିପରି...

କାଳବୈଶାଖୀ: ଘର ଉପରେ ପଡିଲା ଗଛ, ଦମ୍ପତି ଆହତ

ବାଲିଗୁଡା,୨୯ା୫(ଡି.ଏନ୍‌.ଏ.)- ବାଲିଗୁଡା ଉପଖଣ୍ଡ କ.ନୂଆଗାଁ ବ୍ଲକ ଅଞ୍ଚଳରେ ଗୁରୁବାର ରାତିରେ କାଳବୈଶାଖୀ ପ୍ରଭାବରେ ଜୋରରେ ବର୍ଷା ପବନ ହୋଇଥିଲା। ସାରଙ୍ଗଗଡ଼ ଥାନା ବନେଗଁାର କୃଷ୍ଣଚନ୍ଦ୍ର ପ୍ରଧାନଙ୍କ...

ଛାତ୍ରୀଙ୍କୁ ଅପହରଣ ଅଭିଯୋଗ

ରୂପ୍‌ସା, ୫।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ସାର୍ଥା ଫାଣ୍ଡି ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଗୁରୁବାର ସିଂଲା ଥାନାରେ...

ଭଦ୍ରକ ଜିଲା ଲକ୍‌ଡାଉନ୍‌ ଘୋଷଣା

  ଭଦ୍ରକ ଅଫିସ, ୨୪ା୩- କରୋନାର ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିିରେ ରଖି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଭଦ୍ରକ ଜିଲାରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ପୂର୍ବରୁ...

ଦଳୀୟ ପତାକା ପୋଡ଼ି, ଭଙ୍ଗାରୁଜା

ଚାନ୍ଦବାଲି, ୨୩।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଘଣ୍ଟେଶ୍ୱର ଅଞ୍ଚଳରେ ରାଜନୈତିକ ବିବାଦକୁ ନେଇ ବିଜେଡି ଓ ଭାଜପା ସମର୍ଥକମାନେ ମୁହଁାମୁହିଁ ହେବା...

ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ

ପୁରୀ ଅଫିସ,୧୮।୮: ଭାଦ୍ରବ କୃଷ୍ଣ ତ୍ରୟୋଦଶୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହୋଇଛି। ମଧ୍ୟାହ୍ନ ଧୂପ ନୀତି ପରେ ରତ୍ନସିଂହାସନରେ...


Coronavirus Update

Archives

Model This Week

Why Dharitri