ସ୍ବାସ୍ଥ୍ୟ ବିଭାଗକୁ ରୋଗୀ ସୁରକ୍ଷା ଚିନ୍ତା: ଝରକାରେ ତାରଜାଲି ଲଗାଇବାକୁ ଚିଠି

ଢେଙ୍କାନାଳ ଅଫିସ, ୧୯।୫- ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ କୋଠାରୁ ଡେଇଁ ବର୍ଷକ ମଧ୍ୟରେ ୨ଜଣ ରୋଗୀ ଆତ୍ମହତ୍ୟା କରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି। ଜିଲାବାସୀଙ୍କ ସ୍ବାସ୍ଥ୍ୟସେବାର ପ୍ରାଣକେନ୍ଦ୍ର ଏହି ଡାକ୍ତରଖାନାରେ ରୋଗୀ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବାବେଳେ ପଦାରେ ପଡ଼ିଛି ସ୍ବାସ୍ଥ୍ୟ ବିଭାଗର ଦାୟିତ୍ୱହୀନତା। ଚାରିଆଡ଼ୁ ନିନ୍ଦିତ ହେବା ପରେ ଏ ନେଇ ଚେତିଛନ୍ତି ଚିକିତ୍ସାଳୟ କର୍ତ୍ତୃପକ୍ଷ। ଝରକାଗୁଡ଼ିକରେ ତୁରନ୍ତ ତାରଜାଲି ଲଗାଇବା ପାଇଁ ଶନିବାର ଚିଠି ମାଧ୍ୟମରେ ପୂର୍ତ୍ତ ବିଭାଗକୁ ଅବଗତ କରାଯାଇଛି।
ଶୁକ୍ରବାର ଟୁନା ବେହେରା ନାମକ ଜଣେ ରୋଗୀ ସ୍ବାସ୍ଥ୍ୟକେନ୍ଦ୍ରର ୬ଷ୍ଠ ମହଲାରୁ ଡେଇଁ ଆତ୍ମହତ୍ୟା କରିବା ପରେ ଶନିବାର ସ୍ବାସ୍ଥ୍ୟ ବିଭାଗର ପଦାଧିକାରୀଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି, ଯେଉଁଥିରେ ଚିକିତ୍ସାଳୟରେ ରୋଗୀ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ଚିକିତ୍ସାଳୟରେ କାର୍ଯ୍ୟରତ ୧୮ଜଣ ସୁରକ୍ଷାକର୍ମୀଙ୍କୁ ଡକାଇ ସୁରକ୍ଷା ପ୍ରତି ଧ୍ୟାନ ଦେବାକୁ ତାଗିଦ୍‌ କରାଯାଇଛି।
ଏ ସଂକ୍ରାନ୍ତରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ନିରଞ୍ଜନ ମିଶ୍ର କୁହନ୍ତି, ରୋଗୀ ଆତ୍ମହତ୍ୟା ଘଟଣା ପରେ ଝରକାଗୁଡ଼ିକରେ ତାରଜାଲି ଲଗାଇବା ପାଇଁ ପୂର୍ତ୍ତ ବିଭାଗକୁ ପତ୍ର ମାଧ୍ୟମରେ ଅବଗତ କରାଯାଇଛି। ଦାୟିତ୍ୱର ସହ କର୍ତ୍ତବ୍ୟ ପାଳନ କରିବାକୁ ସୁରକ୍ଷା କର୍ମଚାରୀଙ୍କୁ ତାଗିଦ୍‌ କରାଯାଇଛି। ନିର୍ବାଚନ ଆଚରଣବିଧି ଲାଗୁ ହୋଇଥିବା ହେତୁ ତ୍ୱରିତ କାର୍ଯ୍ୟପନ୍ଥା ଗ୍ରହଣ କରିବା ସମ୍ଭବ ହେଉନାହିଁ। ଆଚରଣବିଧି ଉଠିବା ପରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ବ୍ୟାପକ କରିବାକୁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହେବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri