ଭୁବନେଶ୍ୱର,୧୯।୬(ବ୍ୟୁରୋ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ସମୀକ୍ଷା ବୈଠକ ମଙ୍ଗଳବାର ସଚିବାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସେବା ବିଷୟରେ ଆଲୋଚନା ହୋଇଥିଲା। ରାଜ୍ୟରେ କର୍କଟ ରୋଗ କାର୍ଯ୍ୟକ୍ରମ ସମ୍ପର୍କରେ ମନ୍ତ୍ରୀ ସମୀକ୍ଷା କରିଥିଲେ। ଓଡ଼ିଶା କ୍ୟାନସର କେୟାର ଫାଉଣ୍ଡେଶନ ଗଠନ ନିମନ୍ତେ ବୈଠକରେ ନିଷ୍ପତ୍ତି ହୋଇଛି। ଏହି ଫାଉଣ୍ଡେଶନର ପ୍ରଥମ ବୈଠକ ଆସନ୍ତା ଜୁଲାଇ ୧୫ରେ ଅନୁଷ୍ଠିତ ହେବ। ବାରଙ୍ଗଠାରେ ପ୍ରତିଷ୍ଠା ହେବାକୁ ଯାଉଥିବା ଆପେକ୍ସ କର୍କଟ କେନ୍ଦ୍ର ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏତଦ୍ବ୍ୟତୀତ ଆଚାର୍ଯ୍ୟ ହରିହର କର୍କଟ ରୋଗ ପ୍ରତିଷ୍ଠାନରେ ରୋଗୀଙ୍କ ଭାର ହ୍ରାସ କରିବା ନିମନ୍ତେ ଏହାର ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ କରାଯିବାକୁ ଆଲୋଚନା ହୋଇଛି। ରାଜ୍ୟର ଜିଲା ମୁଖ୍ୟ ଚିକିତ୍ସାଳୟଗୁଡ଼ିକରେ ଆରମ୍ଭ ହୋଇଥିବା କୋମୋଥେରାପି କାର୍ଯ୍ୟକ୍ରମ ଉପରେ ଆଲୋଚନା କରି ଏହାକୁ ଅଧିକ ଲୋକାଭିମୁଖୀ କରିବା ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଭବାନୀପାଟଣାରେ ବେଦାନ୍ତ ତରଫରୁ ପିପିପି ମୋଡରେ ପ୍ରତିଷ୍ଠା ହେବାକୁ ଥିବା ଡାକ୍ତରଖାନା ନିର୍ମାଣ କାର୍ଯ୍ୟ ସମ୍ପର୍କରେ ମଧ୍ୟ ବେଦାନ୍ତ ଅଧିକାରୀମାନଙ୍କ ସହିତ ଆଲୋଚନା କରିଛନ୍ତି। ଏହି ବୈଠକରେ ବିଭାଗ କମିଶନର ଡା. ପ୍ରମୋଦ କୁମାର ମେହେର୍ଦ୍ଦା, ରାଜ୍ୟ ଔଷଧ ନିଗମ ଏମ୍.ଡି. ଅର୍ଚ୍ଚନା ପଟ୍ଟନାୟକ, ସ୍ବତନ୍ତ୍ର ସଚିବ ଶରତ ଚନ୍ଦ୍ର ମିଶ୍ର, ଡା. ବି.କେ. ବ୍ରହ୍ମା, ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ହରପ୍ରସାଦ ପଟ୍ଟନାୟକ, ଯୁଗ୍ମ ସଚିବ ଯାମିନୀ ଷଡ଼ଙ୍ଗୀ, ଆଚାର୍ଯ୍ୟ ହରିହର କର୍କଟ ରୋଗ ପ୍ରତିଷ୍ଠାନ ନିର୍ଦ୍ଦେଶକ ଡା. ଲଲାଟେନ୍ଦୁ ଷଡ଼ଙ୍ଗୀ ଓ ଡା. ଦିନେଶ ପେଣ୍ଡାରକରଙ୍କ ସମେତ ଘରୋଇ ଡାକ୍ତରଖାନାଗୁଡ଼ିକର କର୍ମକର୍ତ୍ତା ଏବଂ ସ୍ବାସ୍ଥ୍ୟ ବିଭାଗର ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।

ଟୋକନ୍ ସମସ୍ୟା, ଚାଷୀ ହନ୍ତସନ୍ତ
ସୋନପୁର,୧୨।୨(ନି.ପ୍ର.) – ଅନଲାଇନ ଟୋକନ ବ୍ୟବସ୍ଥାରେ ସମସ୍ୟା ଯୋଗୁଁ ଚଳିତ ବର୍ଷ ସୁବର୍ଣ୍ଣପୁର ଜିଲାରେ ଧାନ ସଂଗ୍ରହ କ୍ଷେତ୍ରରେ ଚରମ ବିଶୃଙ୍ଖଳା ସୃଷ୍ଟି ହୋଇଛି। ନଭେମ୍ବର...

ମୁଣ୍ଡଳିରେ ଭାଙ୍ଗିଲା ଡଙ୍ଗା, ବର୍ତ୍ତିଲେ ମତ୍ସ୍ୟଜୀବୀ
ନରାଜ,୭ା୧୧(ଡି.ଏନ୍.ଏ.) ବାରଙ୍ଗ ବ୍ଲକ ଅନ୍ତର୍ଗତ ମହାନଦୀର ମୁଣ୍ଡଳି ବ୍ୟାରେଜଠାରେ ବୁଧବାର ଏକ ମାଛ ଧରୁଥିବା ଡଙ୍ଗା ହଠାତ୍ ଭାଙ୍ଗିଯାଇଥିଲା। ଏହି ସମୟରେ ମାଛ ଧରୁଥିବା ଦୁଇ...

ଜମୁନି ପ୍ରଥମାଷ୍ଟମୀ ପୋଷାକ ବେପାର
ଅନୁଗୋଳ ଅଫିସ, ୭।୧୨: ଦିନଟିଏ ପରେ ପ୍ରଥମାଷ୍ଟମୀ। ପୋଢ଼ୁଆଁ ହେବେ ଘରର ଜ୍ୟେଷ୍ଠ ସନ୍ତାନ। ମାମୁଘରୁ ଆସିଥିବା ନୂଆ ପୋଷାକ ପିନ୍ଧି ଏଣ୍ଡୁରିପିଠା ଖାଇବେ ପିଲାଏ। ଏଥିପାଇଁ...

ଚିଲିକାରେ ୪ ନୂଆ ମୁହାଣ : ବଢ଼ିଛି ଲବଣ ମାତ୍ରା
ଭୁବନେଶ୍ୱର,୧୩।୫(ବ୍ୟୁରୋ)- ବାତ୍ୟା ‘ଫନୀ’ ପ୍ରଭାବରେ ଚିଲିକାରେ ୪ ନୂଆ ମୁହାଣ ସୃଷ୍ଟି ହୋଇଛି। ପୂର୍ବରୁ ଥିବା ଦୁଇଟି ମୁହାଣ ମଝିରେ ଆଉ ତିନୋଟି ଏବଂ ଉତ୍ତରପଟକୁ...

ଶୂଲିଆଯାତ୍ରା: ବଳି ପକାଯିବ, ମହୋତ୍ସବ ହେବ ନାହିଁ
ବଲାଙ୍ଗୀର ଅଫିସ/ଦେଓଗାଁ,୧୨ା୧: ଆଦିବାସୀଙ୍କ ପ୍ରସିଦ୍ଧ ଶୂଲିଆ ଯାତ୍ରା ଆସନ୍ତା ୧୯ତାରିଖ ପୌଷଶୁକ୍ଳ ପକ୍ଷ ପ୍ରଥମ ମଙ୍ଗଳବାର ବଲାଙ୍ଗୀର ଜିଲା ଖଇରଗୁଡା ବଡଖଳା ଓ କୁମରିଆ ସାନଖଳାଠାରେ...

୮ ଶ୍ରେଣୀ ପାଇଁ ଲାଗୁ ହେବ ପାସ୍ ଫେଲ୍ ବ୍ୟବସ୍ଥା
ଭୁବନେଶ୍ୱର, ୨୩।୭(ବ୍ୟୁରୋ): ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ବ୍ୟବସ୍ଥା ଆସିବାକୁ ଯାଉଛି। ୨୦୦୯ ପୂର୍ବରୁ ଛାତ୍ରୀଛାତ୍ରମାନେ ବାର୍ଷିକ ପରୀକ୍ଷା ଦେଇ...

କଣ୍ଟ ସମୟ ପୂରିଲାଣି, ସରୁନି ପ୍ରକଳ୍ପ କାର୍ଯ୍ୟ: ୬୧ ଅଧାପନ୍ତରିଆ, ୧୫ ଆରମ୍ଭ ହୋଇନି
କାମାକ୍ଷାନଗର, ୧୨ା୧୧(ଡି.ଏନ.ଏ) – ଗ୍ରାମାଞ୍ଚଳର ଜନସାଧାରଣଙ୍କ ମୌଳିକ ସମସ୍ୟାର ସମାଧାନ ଲାଗି ରାଜ୍ୟରେ ଆରମ୍ଭ ହୋଇଛି ‘ଆମ ଗାଁ, ଆମ ବିକାଶ’ କାର୍ଯ୍ୟକ୍ରମ। ରାଜ୍ୟ ସରକାର...

ରାଜ୍ୟରେ ଆଜି ୭,୨୧୬ ସଂକ୍ରମିତ ଚିହ୍ନଟ: କଟକରୁ ସର୍ବାଧିକ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ ଦୁଇଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୭,୨୧୬ କରୋନା ଆକ୍ରାନ୍ତ...