ସ୍ବାସ୍ଥ୍ୟ ସଙ୍କଟର ସମ୍ମୁଖୀନ ହେବେ ୧୦ କୋଟି ଶିଶୁ

ଜେନେଭା, ୨୬।୪: କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଅନେକ କାର୍ଯ୍ୟ ବନ୍ଦ ହୋଇଯାଇଛି। ଏଭଳିସ୍ଥିତିରେ ଲୋକମାନେ ସୁସ୍ଥ ଶିଶୁଙ୍କ ସ୍ବାସ୍ଥ୍ୟ ପରୀକ୍ଷା ବା ଟିକାକରଣ କରାଉନାହାନ୍ତି। କରୋନା ଭୟରେ ଶିଶୁଙ୍କ ପରିବାର ଲୋକେ ମେଡିକାଲ ଯାଉ ନ ଥିବା ବେଳେ ଅନେକ ପିଲା ଗୁରୁତର ରୋଗରୁ ରକ୍ଷା ପାଇବା ପାଇଁ ଟିକା ନେଇ ପାରୁନାହାନ୍ତି। ହେଲେ ଲୋକମାନେ ଯଦି କରୋନା ଭୟରେ ଶିଶୁଙ୍କ ଟିକାକରଣ ନ କରାନ୍ତି, ତାହେଲେ ଆଗାମୀ ଦିନରେ ଶିଶୁମାନେ ଅନ୍ୟ ସ୍ବାସ୍ଥ୍ୟ ସଙ୍କଟର ସମ୍ମୁଖୀନ ହେବେ। ଆଗାମୀ ଦିନରେ ଲକ୍ଷ ଲକ୍ଷ ଶିଶୁ ମିଳିମିଳା, କାଶ, କଫ ଏବଂ ଅନ୍ୟ ଜୀବନ ହାନିକାରକ ରୋଗରେ ଆକ୍ରାନ୍ତ ହୋଇପାରନ୍ତି ବୋଲି ଜନସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଆଶଙ୍କା ବ୍ୟକ୍ତ କରିଛନ୍ତି। ଆମେରିକାର ୧୦୦୦ କ୍ଲିନିକ୍‌ରୁ ପେଡିଆଟ୍ରିକ ଇଲେକ୍ଟ୍ରୋନିକ ହେଲ୍‌ଥ ରେକର୍ଡସ କମ୍ପାନୀ ଦ୍ୱାରା ସଂଗୃହୀତ ସୂଚନା ଅନୁଯାୟୀ, ଏପ୍ରିଲ ପ୍ରଥମ ସପ୍ତାହ ସୁଦ୍ଧା ହାଡ଼ଫୁଟି, ଗଳଗଣ୍ଡ ରୋଗ ଏବଂ ରୁବେଲା ଟିକାକରଣ ହାର ୫୦% କମିଥିବା ବେଳେ ଡିଫ୍‌ଥେରିଆ ଏବଂ କଫ, କାଶ ଟିକା ଏବଂ ଏଚ୍‌ପିଭି ଟିକାକରଣ ୭୩% ହ୍ରାସ ପାଇଛି। ଯଦି ଏଭଳି ସ୍ଥିତି ଜାରି ରୁହେ, ତାହେଲେ ଟିକାକରଣ ଦ୍ୱାରା ରୋକାଯାଇ ପାରୁଥିବା ଅନ୍ୟ ଭୂତାଣୁ ସଂକ୍ରମଣ ମଧ୍ୟ ବୃଦ୍ଧି ପାଇବ ବୋଲି ଆମେରିକୀୟ ଏକାଡେମୀ ଅଫ୍‌ ପେଡିଆଟ୍ରିକ୍ସ କମିଟିର ସଦସ୍ୟ ଡ. ସଚିନ ଟି ଓଲିରି କହିଛନ୍ତି। ଏହାଛଡ଼ା ସରକାରଙ୍କ ତରଫରୁ ମାଗଣାରେ କରାଯାଉଥିବା ଟିକାକରଣ ମଧ୍ୟ ଗତ ମାର୍ଚ୍ଚରୁ ହ୍ରାସ ପାଉଥିବା ଜଣାପଡ଼ିଛି। ୟୁନେସ୍କୋ ଓ ଡବ୍ଲ୍ୟୁଏଚ୍‌ଓ ଅନ୍ତଃରାଷ୍ଟ୍ରୀୟ ସଂଗଠନ ପକ୍ଷରୁ ନିକଟରେ ଜାରି କରାଯାଇଥିବା ଏକ ରିପୋର୍ଟରେ ଦର୍ଶାଯାଇଥିଲା ଯେ, ୨୪ରୁ ଊର୍ଦ୍ଧ୍ୱ ଦେଶରେ ରାଷ୍ଟ୍ରୀୟ ଟିକାକରଣ କାର୍ଯ୍ୟକ୍ରମ ରୋକାଯାଇଛି। ଏହାଦ୍ୱାରା ପ୍ରାୟ ୧୦ କୋଟି ଶିଶୁ ସ୍ବାସ୍ଥ୍ୟ ସଙ୍କଟର ସମ୍ମୁଖୀନ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri