ସ୍ବୟଂଶାସିତ ମାନ୍ୟତା ପ୍ରତ୍ୟାହାର ନିଷ୍ପତ୍ତିକୁ ବିରୋଧ:ରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

ଢେଙ୍କାନାଳ ଅଫିସ, ୨।୧୧

ସ୍ଥାୟୀ ଅଧ୍ୟାପକ ନିଯୁକ୍ତି ଦିଆଯାଉ ନ ଥିବାରୁ ସ୍ବୟଂଶାସିତ ମାନ୍ୟତା ହରାଇବାକୁ ଯାଉଛି ଢେଙ୍କାନାଳ କଲେଜ। ଏ ନେଇ ନୂଆଦିଲ୍ଲୀସ୍ଥିତ ୟୁନିଭରର୍ସିଟି ଗ୍ରାଣ୍ଟ କମିଶନ (ୟୁଜିସି) ଷ୍ଟାଣ୍ଡିଂ କମିଟି ପତ୍ର ଲେଖି କଲେଜ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇଛନ୍ତି। ୟୁଜିସିର ଏହି ନିଷ୍ପତ୍ତି ବିରୋଧରେ ତାତିଛନ୍ତି ଯୁକ୍ତ ୩ ବିଭାଗର ଛାତ୍ରୀଛାତ୍ର। ପ୍ରତିବାଦ ସ୍ବରୂପ ସେମାନେ ଶୁକ୍ରବାର ପୂର୍ବାହ୍ନ ସାଢ଼େ ୧୦ଟାରୁ କଲେଜ ଫାଟକ ସମ୍ମୁଖରେ ଥିବା ସହରର ପ୍ରମୁଖ ରାସ୍ତାକୁ ଅବରୋଧ କରି ଧାରଣାରେ ବସିଥିଲେ। ଫଳରେ ୨ଘଣ୍ଟା ଧରି ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।
ସୂଚନା ପାଇ ଉପଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ, ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ, ଟାଉନ ଥାନାଧିକାରୀ ଜ୍ଞାନରଞ୍ଜନ ସାମଲ ପ୍ରମୁଖ ପୋଲିସ ସହ ପହଞ୍ଚତ୍ ଆନ୍ଦୋଳନରତ ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ସୁଫଳ ମିଳି ନ ଥିଲା। ଏ ନେଇ ପ୍ରଶାସନ ପଦକ୍ଷେପ ନେବ ବୋଲି ଲିଖିତ ଭାବେ ଦେବାକୁ ପିଲାମାନେ ଅଡ଼ି ବସିଥିଲେ। ଉପଜିଲାପାଳ ଲିଖିତ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ଅନ୍ୟପଟେ ଏ ନେଇ ଛାତ୍ରୀଛାତ୍ରମାନେ ପ୍ରଶାସନକୁ ୨୪ ଘଣ୍ଟା ମହଲତ ଦେଇଛନ୍ତି। ଏହି ସମୟ ମଧ୍ୟରେ କୌଣସି ପଦକ୍ଷେପ ଗ୍ରହଣ କରା ନ ଗଲେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନ ଆରମ୍ଭ ହେବ ବୋଲି ସେମାନେ ଚେତାବନୀ ଦେଇଛନ୍ତି।
ସୂଚନାଯୋଗ୍ୟ, ୧୯୫୯ରେ ପ୍ରତିଷ୍ଠିତ ଢେଙ୍କାନାଳ କଲେଜକୁ ୨୦୦୨ ସ୍ବୟଂଶାସିତ ମାନ୍ୟତା ମିଳିଥିଲା। ଯୁକ୍ତ ୩ ସ୍ନାତକରେ ଏବେ ୨୦୦୦ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ଏଠାରେ ବାଣିଜ୍ୟ, ଇତିହାସ, ଉଦ୍ଭିଦ ବିଜ୍ଞାନରେ ପିଜି ପାଠ୍ୟକ୍ରମ ରହିଛି। ପିପିପି ମୋଡ୍‌ରେ ଏମ୍‌ବିଏ ପାଠ୍ୟକ୍ରମ ମଧ୍ୟ ଚାଲିଛି। ହେଲେ କଲେଜରେ ୬୦ ମଞ୍ଜୁର ଅଧ୍ୟାପକ ପଦବୀ ରହିଥିବା ବେଳେ ବର୍ତ୍ତମାନ ଅଛନ୍ତି ମାତ୍ର ୨୬। ଅଧ୍ୟାପକ ଅଭାବ ଓ ସ୍ମାର୍ଟ କ୍ଲାସ ପରିଚାଳନା ନ ହେବା ଆଦି ସମସ୍ୟାକୁ ନେଇ ୟୁଜିସି ପକ୍ଷରୁ ସ୍ବୟଂଶାସିତ ମାନ୍ୟତା ପ୍ରତ୍ୟାହାର କରିନେବାକୁ ଚିଠି ଆସିଛି। ଏ ସଂକ୍ରାନ୍ତରେ ଗତ ୨୭ ତାରିଖରେ ‘ଧରିତ୍ରୀ’ରେ ଖବର ପ୍ରକାଶିତ ହେବାପରେ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା।
ଏ ସମ୍ପର୍କରେ ଅଧ୍ୟକ୍ଷା ଡ. ରଶ୍ମି ମିଶ୍ର କୁହନ୍ତି, ସମସ୍ୟା ସମ୍ପର୍କରେ କଲେଜ କର୍ତ୍ତୃପକ୍ଷ ସ୍ଥାନୀୟ ଜନ ପ୍ରତିନିଧି ଏବଂ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗକୁ ଅବଗତ କରାଇଛନ୍ତି। ସେହିପରି ପ୍ରଶାସନ ପକ୍ଷରୁ ସମସ୍ତ ଘଟଣାକୁ ଅନୁଧ୍ୟାନ କରି ପଦକ୍ଷେପ ଗ୍ରହଣ କରାଯିବ ବୋଲି ଉପଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri