ସ୍ମିତାରାଣୀ ପ୍ରସଙ୍ଗରେ ଯାହା ଯୁକ୍ତିଯୁକ୍ତ ତାହା କରାଯିବ: ମନ୍ତ୍ରୀ

ଭୁବନେଶ୍ୱର,୮।୨(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ନିର୍ବାହୀ ଅଧିକାରିଣୀ(ପିଇଓ)୍‌ ସ୍ମିତାରାଣୀ ବିଶ୍ୱାଳ ମୃତ୍ୟୁ ଘଟଣାର ଏକମାତ୍ର ମୂକସାକ୍ଷୀ ବିବାଦୀୟ ଅତିଥି ଭବନ ଭଙ୍ଗାଯିବା ପରେ ରାଜନୈତିକ ଉଷ୍ମତା ପରିଲକ୍ଷିତ ହୋଇଛି। ଘଟଣାରେ ଜାଣିଶୁଣି ତଥ୍ୟ ନଷ୍ଟ କରିବାକୁ ଚେଷ୍ଟା କରୁଥିବା ଭାଜପା ଅଭିଯୋଗ କରିବା ପରେ ରାଜ୍ୟ ଗୃହମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୋ ସରକାର, ୫-ଟି ବେଳେ ପୋଲିସର ଆଚରଣ, ଉଚ୍ଚାରଣ ବଦଳିଛି। ଏ ପ୍ରସଙ୍ଗରେ ପୋଲିସ ତତ୍ପରତାର ସହ କାମ କରୁଛି। ଘଟଣାର ତଦନ୍ତ ଚାଲିଛି। ଆଇନ ଅନୁଯାୟୀ ଯାହା ଯୁକ୍ତିଯୁକ୍ତ ତାହା କରାଯିବ ବୋଲି ସେ କହିଛନ୍ତି।

ଶନିବାର ଖବରଦାତା ସମ୍ମିଳନୀରେ ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି, ତଥ୍ୟ ଲୁଚାଇବାକୁ ଉକ୍ତ ଅତିଥି ଭବନକୁ ଯାଜପୁର ଜିଲା ପ୍ରଶାସନ ଜାଣିଶୁଣି ଭାଙ୍ଗିଛି। ଏପର୍ଯ୍ୟନ୍ତ ଘଟଣାର ତଦନ୍ତ ସରିନାହିଁ, ହେଲେ ପ୍ରମାଣ ନଷ୍ଟ ପାଇଁ ଉଦ୍ୟମ ହେଉଛି। ସେହିଭଳି ଜବତ ସାମଗ୍ରୀ ମୁଖ୍ୟ ଅଭିଯୁକ୍ତ ରୂପେଶ ଭଦ୍ରଙ୍କ ସ୍ତ୍ରୀଙ୍କୁ ହସ୍ତାନ୍ତର ହୋଇଥିବା ବେଳେ କାହିଁକି ଜବତ ହେଲାନାହିଁ। ଉକ୍ତ ଘରର ସିସିଟିଭି କୁଆଡ଼େ ଗଲା ତାହା ସ୍ପଷ୍ଟ କରାଯାଉ। ଏସ୍‌ପି ନିରପେକ୍ଷ ତଦନ୍ତ କରିନାହାନ୍ତି। ଘଟଣାରେ କେବଳ ଆର୍‌ଆଇଙ୍କୁ ନିଲମ୍ବନ କରାଯାଇଛି। ହେଲେ ଏଥିରେ ତହସିଲଦାର, ବିଡିଓଙ୍କର ମଧ୍ୟ ସମ୍ପର୍କ ରହିଛି। ସ୍ମିତାରାଣୀ ମୃତ୍ୟୁ ରହସ୍ୟ ଉନ୍ମୋଚନ ପାଇଁ ସିବିଆଇ ତଦନ୍ତ ଦାବି କରାଯାଇଥିଲା, ତାହା ହୋଇନାହିଁ। ଏପରିକି ମହିଳା କମିଶନ ଅଧ୍ୟକ୍ଷାଙ୍କ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ସୁପାରିସ ବି ହେଲାନି ବୋଲି ଲେଖାଶ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri