Posted inଖେଳ

ସ୍ମିଥ୍‌ଙ୍କୁ ଗାଳି ଦେଉଥିଲେ ଦର୍ଶକ, କ୍ଷମା ମାଗିଲେ ବିରାଟ

ଓଭାଲ, ୧୦।୬: ଆଇସିସି ବିଶ୍ୱକପରେ ରବିବାର ଅନୁଷ୍ଠିତ ଭାରତ ଏବଂ ଅଷ୍ଟ୍ରେଲିଆ ମ୍ୟାଚରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଏକ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳିଥିଲା। ବଲ୍‌ ଟ୍ୟାମ୍ପରିଂ ଅଭିଯୋଗରେ ଦଣ୍ଡିତ ହୋଇ ପୁଣି କ୍ରିକେଟକୁ ଫେରିଥିବା ଅଷ୍ଟ୍ରେଲିଆ କ୍ରିକେଟର୍‌ ଷ୍ଟିଭ୍‌ ସ୍ମିଥ୍‌ ଭାରତ ବିପକ୍ଷ ମ୍ୟାଚରେ ବ୍ରାଉଣ୍ଡ୍ରି ପାଖରେ ଫିଲ୍ଡିଂ କରୁଥିବାବେଳେ ଦର୍ଶକ ତାଙ୍କୁ ଚିଟର୍‌..ଚିଟର୍‌ କହି ଚିଡାଇଥିଲେ। ବିରାଟ ଦର୍ଶକଙ୍କୁ ଏପରି ନ ଚିଡାଇବା ପାଇଁ କହିଥିଲେ। ମ୍ୟାଚ୍‌ ପରେ ବିରାଟ ଏନେଇ ନିଜ ପ୍ରତିକ୍ରିୟା ରଖି କହିଥିଲେ, ସ୍ମିଥ୍‌ କୌଣସି ଦୋଷ କରିନାହାନ୍ତି। ଯାହା ବି ଦୋଷ କରିଥିଲେ ସେଥିପାଇଁ ସେ ଦଣ୍ଡିତ ହୋଇସାରିଛନ୍ତି। କଠିନ ପରିଶ୍ରମରେ ସେ ପୁଣି ଥରେ ଦଳକୁ ଫେରିଛନ୍ତି। ତାଙ୍କୁ ଏଭଳି ଚିଡାଇବା ଆଦୌ ଉଚିତ୍‌ ନୁହେଁ। ଷ୍ଟାଡିୟମରେ ଅଧିକ ସଂଖ୍ୟାରେ ଭାରତୀୟ ଦର୍ଶକ ଉପସ୍ଥିତ ଥିବାରୁ ମୁଁ ଦର୍ଶକଙ୍କ ତରଫରୁ ସ୍ମିଥଙ୍କୁ କ୍ଷମା ମାଗୁଛି ବୋଲି ବିରାଟ କହିଛନ୍ତି। ସୂଚନାଯୋଗ୍ୟ, ବଲ ଟ୍ୟାମ୍ପରିଂ ଅଭିଯୋଗରେ ଅଷ୍ଟ୍ରେଲିଆ କ୍ରିକେଟ ବୋର୍ଡ ସ୍ମିଥ୍‌ଙ୍କୁ ଏକବର୍ଷ ପାଇଁ କ୍ରିକେଟରୁ ବାସନ୍ଦ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ବିଜୟ ସ୍ବାଦ ଚାଖିଲା ଭାରତ: ଇଂଲଣ୍ଡକୁ କଲା ଧରାଶାୟୀ

ବର୍ମିଂହାମ୍‌,୧୫ା୭: ଚଳିତ ଇଂଲଣ୍ଡ ଟୁର୍‌ରେ ଲଗାତର ୪ ପରାଜୟ ପରେ ମଙ୍ଗଳବାର ଭାରତୀୟ ଦଳ ତା’ର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଅକ୍ଷର ପଟେଲଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ…

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ…

ବିଦ୍ୟୁତ୍‌ ସଂଯୋଗ ନ ହେଲେ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ନୂଆପଡ଼ା,୧୫ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ମଧ୍ୟସ୍ଥ ଢେକୁନପାଣି ଗଁାରେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡି ଯୋଗୁ ଲୋକେ ଅନ୍ଧାରରେ ରାତି ବିଉଛନ୍ତି।…

ଫିଫା ବିଶ୍ୱକପ୍‌: ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ସ୍ପେନ୍‌

ଆର୍ଲିଂଟନ,୧୫ା୭:୨୦୧୦ ସଂସ୍କରଣ ଚାମ୍ପିୟନ ସ୍ପେନ ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଚଳିତ ଫିଫା ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ସ୍ପେନ ୨-୦ ଗୋଲରେ…

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri