ସ୍ମେଲଟର ପ୍ଲାଣ୍ଟରେ ଦୁର୍ଘଟଣା: କାରକୁ ଟାଣି ନେଲା ମ୍ୟାଗନେଟ

ବଅଁରପାଳ,୫।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲକୋ ସ୍ମେଲଟର ପ୍ଲାଣ୍ଟର ପଟ୍‌ଲାଇନ୍‌ ଏ ଓ ବି ମଧ୍ୟସ୍ଥଳରେ ମଙ୍ଗଳବାର ସକାଳେ ଜଣେ ଠିକାଦାରଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ସମ୍ପୃକ୍ତ ଠିକାଦାର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୂଚନାଯୋଗ୍ୟ, ଉକ୍ତ ଠିକାଦାର କାର୍‌ରେ ପଟ୍‌ଲାଇନ୍‌ ରାସ୍ତା ଦେଇ ଯାଉଥିବା ବେଳେ ହଠାତ୍‌ ମ୍ୟାଗନେଟ କାର୍‌ଟିକୁ ଟାଣି ନେଇଥିଲା। ଫଳରେ କାର୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସୂଚନା ମୁତାବକ ଉକ୍ତ ରାସ୍ତା ଦେଇ କୌଣସି ଗାଡ଼ି ଯାତାୟାତ କରିପାରିବ ନାହିଁ ବୋଲି ନାଲକୋ ପକ୍ଷରୁ ନୋଟିସ୍‌ ଲଗାଯାଇ ବାରଣ କରାଯାଇଛି। ତେବେ ଏହାକୁ ଅବମାନନା କରି ଠିକାଦାର କିଭଳି କାର୍‌ରେ ଉକ୍ତ ନିଷିଦ୍ଧାଞ୍ଚଳ ରାସ୍ତା ଦେଇ ଗଲେ, ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ନାଲାକୋର ସୁରକ୍ଷା ବିଭାଗର ଅବହେଳା ଯୋଗୁ ଏଭଳି ଘଟଣା ଘଟିଥିବା ନେଇ ନାଲକୋ କର୍ମଚାରୀ କହିଛନ୍ତି। ସେହିପରି ମଙ୍ଗଳବାର ସକାଳେ ପଟ୍‌ଲାଇନ୍‌ ପରିସରରେ ପିଟିଏମ୍‌ କ୍ରେନର ଏକ ପ୍ୟାନେଲ ବକ୍ସ ଉପରୁ ତଳକୁ ଗଳିପଡ଼ିଥିଲା। ଯଦି ସେହି ସମୟରେ କୌଣସି ଶ୍ରମିକ କାମ କରୁଥାନ୍ତେ ତେବେ ସେମାନେ ଦୁର୍ଘଟଣାର ଶୀକାର ହୋଇଥାନ୍ତେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିଲା MGNREGA ନାଁ

ଭୁବନେଶ୍ୱର,୧୨।୧୨: କେନ୍ଦ୍ର ସରକାର ଶୁକ୍ରବାର ପୁଣି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସରକାର MGNREGA ନାଁ ବଦଳାଇ ପୂଜ୍ୟ ବାପୁ ଗ୍ରାମୀଣ ରୋଜଗାର ଯୋଜନା(Pujya...

ରାହୁଲଙ୍କ ବୈଠକରେ ଥରୁର ଅନୁପସ୍ଥିତ: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସ ଏମ୍‌ପି ଶଶି ଥରୁର ଶୁକ୍ରବାର ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦଳର ଲୋକ ସଭା ଏମ୍‌ପି ବୈଠକରେ ଯୋଗ ଦେଇ ନ ଥିଲେ।...

ଚାଲାଣ ହେଉଥିଲା କଫ୍‌ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୧୨ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶୁକ୍ରବାର ସହର ଉପକଣ୍ଠ କଟାପାଲି କେନାଲ ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। ଏହା...

‘ଧମକ ସେହିମାନେ ଦିଅନ୍ତି, ଯେଉଁମାନେ…’, SIR ବିରୋଧରେ ମମତାଙ୍କ ବୟାନକୁ ନେଇ ଭାଜପା ଖପ୍ପା!

ନୂଆଦିଲ୍ଲୀ/କୋଲକାତା,୧୨।୧୨: ପଶ୍ଚିମବଙ୍ଗରେ SIR ଉପରେ ଚାଲିଥିବା ବିବାଦ ମଧ୍ୟରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବିବୃତ୍ତି ଦେଇ ରାଜନୈତିକ ବିବାଦକୁ ଆହୁରି ବଢ଼ାଇ ଦେଇଛନ୍ତି। ଗୁରୁବାର...

ଆସନ୍ତା ୭ ଦିନ ହେବ ବର୍ଷା! ୫୫ କିଲୋମିଟର ବେଗରେ ବହିବ ପବନ

ଚେନ୍ନାଇ,୧୨।୧୨: ତାମିଲନାଡୁରେ ଉତ୍ତର-ପୂର୍ବ ମୌସୁମୀ ବାୟୁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଅକ୍ଟୋବର ୧୬ରେ ଆରମ୍ଭ ହୋଇଥିବା ଉତ୍ତର-ପୂର୍ବ ମୌସୁମୀ ବାୟୁ ନଭେମ୍ବରରେ ନିରାଶାଜନକ ଥିଲା। ତଥାପି,...

ଅଶ୍ୱିନୀ ବୈଷ୍ଣବ ବଡ଼ ଘୋଷଣା: କୃଷକ ହେବେ….

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଶୁକ୍ରବାର ତିନୋଟି ପ୍ରମୁଖ ନିଷ୍ପତ୍ତି ନେଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ୨୦୨୭...

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

ମୋକିମ୍‌ଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଏଥର ଦିଲ୍ଲୀରେ …

ଭୁବନେଶ୍ୱର,୧୨।୧୨: ମୋକିମଙ୍କ ଚିଠି ପ୍ରସଙ୍ଗରେ କଂଗ୍ରେସ ବିଧାୟକ ଦଳ ନେତା ପ୍ରତିକ୍ରିୟା ରଖିଛନ୍ତି। ଓଡ଼ିଶାରେ ବିବାଦ, ଦିଲ୍ଲୀରେ ସମାଧାନ ହେବ କହିଲେ ରାମଚନ୍ଦ୍ର କାଡାମ। ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri