ସ୍ୟାଟ୍‌ ଉଚ୍ଛେଦ ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଉପରେ ମିଳିଲାନି ରହିତାଦେଶ; କେନ୍ଦ୍ର, ରାଜ୍ୟ ସରକାରଙ୍କୁ ନୋଟିସ

କଟକ ଅଫିସ,୮ା୮: ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍‌) ଉଚ୍ଛେଦ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶିତ ଗେଜେଟ୍‌ ନୋଟିଫିକେଶନକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଏହି ମାମଲାର ଶୁଣାଣି କରି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ କେ.ଏସ୍‌. ଝାବେରୀ ଓ ଜଷ୍ଟିସ୍‌ କେ.ଆର୍‌. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଉକ୍ତ ଗେଜେଟ୍‌ ନୋଟିଫିକେଶନ ଉପରେ ରହିତାଦେଶ ଜାରି କରିବାକୁ ମନା କରି ଦେଇଛନ୍ତି। ଏହି ମାମଲାରେ ହାଇକୋର୍ଟ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଆସନ୍ତା ସେପ୍ଟେମ୍ବର ୫ରେ କେନ୍ଦ୍ର ଓ ରାଜ୍ୟ ସରକାର ସେମାନଙ୍କ ଜବାବ ରଖିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର କେନ୍ଦ୍ର ସରକାରଙ୍କ ଏହି ନୋଟିଫିକେଶନକୁ ଚ୍ୟାଲେଞ୍ଜ କରି କଟକ ସ୍ୟାଟ୍‌ ବାର ଆସୋସିଏଶନ ପକ୍ଷରୁ ହାଇକୋର୍ଟରେ ପିଟିଶନ ଦାଏର କରାଯାଇଥିଲା। ସେହିପରି ଗୁରୁବାର ଓଡ଼ିଶା ଟ୍ରିବ୍ୟୁନାଲ କୋର୍ଟ ବାର ଆସୋସିଏଶନ କଟକ ଓ ଭୁବନେଶ୍ୱର ପକ୍ଷରୁ ହୋଇଥିବା ଅନ୍ୟଏକ ମାମଲାର ଶୁଣାଣି ହେବ।
ଓଡ଼ିଶା ଟ୍ରିବ୍ୟୁନାଲ କୋର୍ଟ ବାର ଆସୋସିଏଶନ ପକ୍ଷରୁ ମଙ୍ଗଳବାର କେନ୍ଦ୍ର ସରକାରଙ୍କ ଏହି ଗେଜେଟ୍‌ ନୋଟିଫିକେଶନ୍‌କୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଛି, ହାଇକୋର୍ଟରେ ସ୍ୟାଟ୍‌ ଉଚ୍ଛେଦ ନେଇ ମାମଲା ବିଚାରାଧୀନ ରହିଛି। ମାତ୍ର ମାମଲାର ଶୁଣାଣି ଶେଷ ହୋଇ ନ ଥିବାବେଳେ କେନ୍ଦ୍ର ସରକାର ଯେଉଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ତାହା ବେଆଇନ। ରାଜ୍ୟ କିମ୍ବା କେନ୍ଦ୍ର ସରକାରଙ୍କର ଏହି ବ୍ୟବସ୍ଥା ଉଚ୍ଛେଦ କରିବାର କ୍ଷମତା ନାହିଁ। କେବଳ ପାର୍ଲାମେଣ୍ଟର ଉଚ୍ଛେଦ କ୍ଷମତା ରହିଛି। ତେଣୁ କେନ୍ଦ୍ର ସରକାରଙ୍କ ଏହି ବିଜ୍ଞପ୍ତିକୁ ରଦ୍ଦ କରିବା ପାଇଁ ଆବେଦନକାରୀ ଦର୍ଶାଇଛନ୍ତି। ଏହି ମାମଲାରେ କେନ୍ଦ୍ର ସରକାର, ପର୍ସୋନେଲ ପବ୍ଲିକେଶନ ଗ୍ରୀଭାନ୍ସ, ପେନସନ ମନ୍ତ୍ରଣାଳୟ ଏବଂ ରାଜ୍ୟସରକାରଙ୍କୁ ପକ୍ଷଭୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri