ସ୍ୟାଣ୍ଡ ଆନିମେଶନ୍‌ରେ କରୋନା ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ସୁଦର୍ଶନଙ୍କ ବାର୍ତ୍ତା: ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନା ମହାମାରୀର ମୁକାବିଲା ପାଇଁ ସଚେତନ ହେବା ଆବଶ୍ୟକ। ଏହାକୁ ନେଇ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଜନସାଧାରଣଙ୍କୁ ବିଭିନ୍ନ ପରାମର୍ଶ ଦିଆଯାଉଛି। ବିଶେଷକରି ପରିବାରର ବୟସ୍କ ସଦସ୍ୟଙ୍କ ଯତ୍ନ ନେବା, ଲକ୍‌ଡାଉନ୍‌ ସମୟରେ ସାମାଜିକ ଦୂରତ୍ୱ ପାଳନ କରିବା, ବାହାରକୁ ଯିବା ସମୟରେ ମାସ୍କ ପିନ୍ଧିବା, ଆୟୁଷ ମନ୍ତ୍ରାଳୟ ପକ୍ଷରୁ ଦିଆଯାଉଥିବା ପରାମର୍ଶକୁ ଗ୍ରହଣ କରିବା, ଆରୋଗ୍ୟ ସେତୁ ଆପ୍‌ ଡାଉନ୍‌ଲୋଡ କରି ବ୍ୟବହାର କରିବା, ଗରିବ ତଥା ଅସହାୟଙ୍କୁ ସହାୟତା ଯୋଗାଇଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ଦେଇଥିଲେ। ଏହି ବିଷୟବସ୍ତୁକୁ ନେଇ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ସ୍ୟାଣ୍ଡ ଆନିମେଶନ୍‌ ପ୍ରସ୍ତୁତ କରିଥିଲେ। ସେହିଭଳି ଆନିମେଶନରେ ସୁଦର୍ଶନ ଡାକ୍ତର, ପୋଲିସ, ପରିମଳ କର୍ମଚାରୀ ଆଦି କରୋନା ଯୋଦ୍ଧାଙ୍କ ସମର୍ଥନରେ ସେ ବାର୍ତ୍ତା ଦେଇଥିଲେ। ଉକ୍ତ ଭିଡିଓକୁ ସେ ନିଜ ଟୁଇଟର ଆକାଉଣ୍ଟରେ ଶେୟାର କରିଥିଲେ। ଶୁକ୍ରବାର ଉକ୍ତ ଟୁଇଟ୍‌କୁ ରିଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ସୁଦର୍ଶନଙ୍କ ପ୍ରଶଂସା କରିଛନ୍ତି। ଲୋକମାନଙ୍କ ନିକଟରେ ସଚେତନତା ବାର୍ତ୍ତା ପହଞ୍ଚାଇବା ଲାଗି ଏହା ଅଭିନବ ଉପାୟ ବୋଲି ମୋଦି କହିଥିଲେ। ପରେ ସୁଦର୍ଶନ ଏଥିଲାଗି ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହା ତାଙ୍କୁ ଅନୁପ୍ରାଣୀତ କରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri