Posted inଖେଳ

ସୟଦ ମୁସ୍ତାକ ଅଲି ଟି୨୦ : ମୁମ୍ବାଇକୁ ଜିତାଇଲେ ସୂର୍ଯ୍ୟ କୁମାର

ସୁରତ, ୨୬।୧୧ (ପି.ଟି.)- ଏଠାରେ ଚାଲିଥିବା ସୟଦ ମୁସ୍ତାକ ଅଲି ଟି୨୦ ପ୍ରତିଯୋଗିତାର ସୁପର ଲିଗ ପର୍ଯ୍ୟାୟର ଏକ ମ୍ୟାଚ୍‌ରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ଅର୍ଦ୍ଧଶତକୀୟ ଇନିଂସ ବଳରେ ମୁମ୍ବାଇ ୭ ଉଇକେଟ୍‌ରେ କର୍ନାଟକୁ ପରାସ୍ତ କରିଛି। ସ୍ଥାନୀୟ ସିବି ପଟେଲ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ କର୍ନାଟକ ପକ୍ଷରୁ ଧାର୍ଯ୍ୟ ୧୭୨ ରନର ଲକ୍ଷ୍ୟକୁ ପିଛା କରିଥିବା ମୁମ୍ବାଇ ୧୯ ଓଭରରେ ୩ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ଦଳ ପକ୍ଷରୁ ସୂର୍ଯ୍ୟ କୁମାର ୫୩ ବଲରୁ ୯୪ ରନ (୧୧ ଚୌକା, ୪ ଛକା) କରି ଅପରାଜିତ ରହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଶିଭମ ଦୁବେ ୨୨*, ପୃଥ୍ବୀ ଶ’ ୩୦ ରନ କରିଥିଲେ। ପୂର୍ବରୁ ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା କର୍ନାଟକ ରୋହନ କଦମ (୭୧ ରନ) ଓ ଦେବଦତ୍ତ ପାଡିକଲ (୫୭)ଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୧୭୧ ରନ କରିଥିଲା। ଲୋକେଶ ରାହୁଲ (୦) ଓ ଅଧିନାୟକ ମନୀଷ ପାଣ୍ଡେ (୪) ବିଫଳ ହୋଇଥିଲେ। ମୁମ୍ବାଇ ପକ୍ଷରୁ ଶାର୍ଦ୍ଦୁଳ ଠାକୁର ଓ ଦୁବେ ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri