Posted inଖେଳ

ସୟଦ ମୁସ୍ତାକ ଅଲି ଟ୍ରଫି: ପୃଥ୍ବୀ ଶ’ଙ୍କ ପ୍ରଭାବୀ ପ୍ରତ୍ୟାବର୍ତ୍ତନ

ମୁମ୍ବାଇ, ୧୭।୧୧ (ପି.ଟି.)- ଡୋପିଂ ମାମଲାରେ ୮ ମାସ ବାସନ୍ଦ ଦଣ୍ଡ ଭୋଗି କ୍ରିକେଟ୍‌କୁ ପ୍ରତ୍ୟାବର୍ତ୍ତନ କରିଥିବା ମୁମ୍ବାଇ ଯୁବ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ ପ୍ରଥମ ମ୍ୟାଚ୍‌ରେ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ରବିବାର ଅନୁଷ୍ଠିତ ସୟଦ ମୁସ୍ତାକ ଅଲି ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟର ଆସାମ ବିପକ୍ଷ ମ୍ୟାଚ୍‌ରେ ସେ ୬୩ ରନର ଏକ ଦ୍ରୁତ ଇନିଂସ ଖେଳିଥିଲେ। ମୁମ୍ବାଇ ଏହି ମ୍ୟାଚ୍‌କୁ ୮୩ ରନରେ ସହଜରେ ଜିତି ନେଇଥିଲା।
ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଖେଳାଯାଇଥିବା ଏହି ଟସ୍‌ ହାରି ମୁମ୍ବାଇ ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିଲା। ଘରୋଇ ଗ୍ରାଉଣ୍ଡରେ ସମସ୍ତଙ୍କ ନଜର ୨୦ ବର୍ଷୀୟ ଶ’ଙ୍କ ଉପରେ ରହିଥିଲା। ଡୋପ୍‌ ଟେଷ୍ଟରେ ବିଫଳ ହୋଇ ବାସନ୍ଦ ହେବା ପରେ ତାଙ୍କର ଏହା ପ୍ରଥମ ମ୍ୟାଚ୍‌ ଥିଲା। ଜୟ ବିସ୍ତଙ୍କ ସ୍ଥାନରେ ଖେଳିଥିବା ପୃଥ୍ବୀ ସାଥୀ ଓପନର୍‌ ତଥା ଉଇକେଟ୍‌କିପର ଆଦିତ୍ୟ ତାରେଙ୍କ ସହ ମିଶି ପ୍ରଥମ ଉଇକେଟ୍‌ରେ ୧୩୮ ରନର ଭାଗୀଦାରି କରି ଦଅଢ଼ ମୂଳଦୁଆ ପକାଇଥିଲେ। ତାରେ ୪୮ ବଲରୁ ୮୨ (୧୨ ଚୌକା, ୧ ଛକା) ରନ କରି ପ୍ରଥମେ ଆଉଟ୍‌ ହୋଇଥିଲେ। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ମଧ୍ୟ ପରବର୍ତ୍ତୀ ବଲରେ ରିୟାନ ପରାଗଙ୍କ ଦ୍ୱିତୀୟ ଶିକାର ହୋଇଥିଲେ। ଲୟରେ ଖେଳୁଥିବା ପୃଥ୍ବୀ ମଧ୍ୟ ପରବର୍ତ୍ତୀ ଓଭରରେ ୬୩ ରନ (୩୯ ବଲ୍‌, ୭ ଚୌକା, ୨ ଛକା) ଆଉଟ୍‌ ହେବା ଫଳରେ ମୁମ୍ବାଇ ବ୍ୟାକ୍‌ଫୁଟ୍‌କୁ ଚାଲିଆସିଥିଲା। ତେବେ ମଧ୍ୟକ୍ରମରେ ସିଦ୍ଧେଶ ଲାଡ୍‌ ୧୪ ବଲରୁ ୩୨ ରନର ଅପରାଜିତ ଇନିଂସ ଖେଳିବାରୁ ମୁମ୍ବାଇ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୨୦୬ ରନ କରିବାକୁ ସମର୍ଥ ହୋଇଥିଲା। ଜବାବରେ ଅବୁ ନଚିମଙ୍କ ନେତୃତ୍ୱାଧୀନ ଆସାମ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ୍‌ ହରାଇ ୧୨୩ ରନ କରିଥିଲା। ରିୟାନ ୩୨ ଏବଂ ଶିବଶଙ୍କର ରୟ ଓ ଅମିତ୍‌ ସିହ୍ନା ୨୨ ରନ ଲେଖାଏ କରିଥିଲେ। ମୁମ୍ବାଇ ପକ୍ଷରୁ ଧାଓ୍ବଲ କୁଲକର୍ନୀ, ଶିଭମ ଦୁବେ ଓ ସାମ୍ସ ମୁଲାନି ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀରେ ଚଉମୁହାଣି ଫେରିଘାଟ ଦିଗହରା: ଚାଳକଙ୍କ ସାହସିକତା ଯୋଗୁ ଯାତ୍ରୀ…

ମହାକାଳପଡ଼ା,୩୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବରକନ୍ଧା ପଞ୍ଚାୟତ ସଂଲଗ୍ନ ମହାନଦୀ ଅପର ପାର୍ଶ୍ୱରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ଝଡ଼ ପଶ୍ଚିମ ଉତ୍ତର…

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ଜିଲା ପ୍ରଶାସନର ଗୁରୁତ୍ୱ, ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ…

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): ମଧ୍ୟପ୍ରାଚୀ ଯୁଦ୍ଧ ପାଇଁ ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀର ଘୋର ଅଭାବ ଦେଖାଯାଇଛି। ଏହି ସଙ୍କଟ ଆଗକୁ…

SIRର ଲକ୍ଷ୍ୟ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ: ପ୍ରତି ଘରକୁ ୩ ଥର ଯିବେ ବିଏଲଓ

ଭଞ୍ଜନଗର,୩୦।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସଆଇଆର ଉପରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏନେଇ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଶନିବାର ଏକ…

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri