ହଂକଂରେ ବିକ୍ଷୋଭ ବେଳେ ପୁଣି ହିଂସା

ହଂକଂ,୧୬ା୯(ଏଏଫ୍‌ପି): ଦୀର୍ଘଦିନ ଧରି ହଂକଂରେ ଚାଲିଥିବା ସରକାର ବିରୋଧୀ ବିକ୍ଷୋଭ ରବିବାର ପୁଣିଥରେ ହିଂସାତ୍ମକ ରୂପ ନେଇଛି। ଗଣତନ୍ତ୍ର ସପକ୍ଷବାଦୀ ବିକ୍ଷୋଭକାରୀଙ୍କୁ ତଡ଼ିବା ପାଇଁ ହଂକଂର ଦଙ୍ଗା ନିୟନ୍ତ୍ରଣ ପୋଲିସ ଲୁହବୁହା ଗ୍ୟାସ ପ୍ରୟୋଗ କରିବା ସହ ପାଣିମାଡ଼ କରିଛି। ଅନ୍ୟପକ୍ଷରେ ବିକ୍ଷୋଭକାରୀମାନେ ମଧ୍ୟ ପୋଲିସ ଉପରକୁ ଟେକାମାଡ଼ କରିବା ସହ ପେଟ୍ରୋଲ ବୋମା ଫିଙ୍ଗିଥିଲେ। ପ୍ରଶାସନର ବିରୋଧ ସତ୍ତ୍ୱେ ହଜାର ହଜାର ବିକ୍ଷୋଭକାରୀ ଶୋଭାଯାତ୍ରାରେ ବାହାରିଥିଲେ। ତେବେ ଆନ୍ଦୋଳନକାରୀଙ୍କ ମଧ୍ୟରେ ଥିବା ଚରମପନ୍ଥୀ ଗୋଷ୍ଠୀର ସଦସ୍ୟମାନେ ସହରର କେତେକ ସରକାରୀ ପ୍ରତିଷ୍ଠାନ ଉପରେ ଆକ୍ରମଣ କରିବାରୁ ବିକ୍ଷୋଭ ହିଂସାତ୍ମକ ହୋଇଥିଲା। ବିକ୍ଷୋଭକାରୀମାନେ କମ୍ୟୁନିଷ୍ଟ ଚାଇନା ପ୍ରତିଷ୍ଠାର ୭୦ତମ ବାର୍ଷିକୀ ପାଳନ ପାଇଁ ଲଗାଯାଇଥିବା ବ୍ୟାନର ପୋଡିବା ସହ ଚାଇନା ପତାକା ଜାଳୁଥିବା ସ୍ଥାନୀୟ ଟେଲିଭିଜନରେ ପ୍ରସାରିତ ହୋଇଛି। କେତେକ ସ୍ଥାନରେ ବିକ୍ଷୋଭକାରୀ ଭଙ୍ଗାରୁଜା କରିଥିଲେ। ହଂକଂ କର୍ତ୍ତୃପକ୍ଷ ପ୍ରତ୍ୟର୍ପଣ ବିଲ୍‌ ପ୍ରତ୍ୟାହାର କରିନେଇଥିଲେ ହେଁ ଅଧିକ ଗଣତାନ୍ତ୍ରିକ ସ୍ବାଧୀନତା ଦାବିରେ ବିକ୍ଷୋଭ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳରେ ଭୂକମ୍ପ, ମୋଦି କହିଲେ ସବୁ ସହାୟତା ଯୋଗାଇବାକୁ ଆମେ ପ୍ରସ୍ତୁତ

କାଠମାଣ୍ଡୁ,୨୫ା୬: ଗୁରୁବାର ସକାଳେ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ନେପାଳରେ ୨୫ କିଲୋମିଟର ଗଭୀରତାରେ ଆଜି ସକାଳ…

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ମଣ୍ଡଳୀ ଥିଲା। ଗତ ୨୦୦୮ରୁ…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା…

ପଢାଉଥିବା ବେଳେ ରୁମ୍‌ ଡାକି ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ ଗଲେ ଟ୍ୟୁଶନ ଶିକ୍ଷକ

ଭୋଗରାଇ, ୨୫ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ…

ଶକ୍ତିଶାଳୀ ଭୂକମ୍ପ: ଭେନେଜୁଏଲାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ଆସିଥିବା ଶକ୍ତିଶାଳୀ ଭୂକମ୍ପ ଝଟକା ସମଗ୍ର ବିଶ୍ୱକୁ ଆତଙ୍କିତ କରିଦେଇଛି। ମାତ୍ର ଗୋଟିଏ ମିନିଟ୍‌ ବ୍ୟବଧାନରେ ୭.୨ ଏବଂ ୭.୫ ତୀବ୍ରତାର ଦୁଇଟି ପ୍ରଳୟଙ୍କରୀ…

LED ଲାଇଟ୍‌ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍‌ଇଡି ଲାଇଟ୍‌ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍‌ ପହଞ୍ଚି ପାଟଣା ବ୍ଲକର…

ହିନ୍ଦୁଧର୍ମର ସ୍ବରୂପ

ଆମେ ଆଜି ଯାହାକୁ ହିନ୍ଦୁଧର୍ମ ବୋଲି କହୁଛୁ, ତାହା ଅନେକ ଶତାବ୍ଦୀ ଧରି ଏକକ ଧର୍ମ ହୋଇ ରହି ନ ଥିଲା। ଏହା ଜାତି ବ୍ୟବସ୍ଥାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri