ହଂକଂରେ ସରକାର ବିରୋଧୀ ବିଶାଳ ର଼୍ୟାଲି

ହଂକଂ,୨୨ା୭(ଏଏଫ୍‌ପି): ହଂକଂରେ ସରକାର ବିରୋଧୀ ଆନ୍ଦୋଳନ ଥମିବା ନାଁ ଧରୁନାହିଁ। ରବିବାର ହଜାର ହଜାର ଲୋକ ସରକାର ବିରୋଧୀ ସ୍ଲୋଗାନ ଦେଇ ଶୋଭାଯାତ୍ରାରେ ବାହାରିଥିଲେ। ଚାଇନା ଶାସନ ବିରୋଧରେ ବର୍ଷ ବର୍ଷ ଧରି ରହିଥିବା ପୁଞ୍ଜୀଭୂତ ଅସନ୍ତୋଷକୁ ସେମାନେ ପ୍ରକାଶ କରିଛନ୍ତି। ଦୀର୍ଘଦିନ ଧରି ଏହି ଅର୍ଥନୈତିକ କେନ୍ଦ୍ରରେ ଆନ୍ଦୋଳନ ଓ ଉତ୍ତେଜନା ଲାଗି ରହିଛି। ବିଭିନ୍ନ ସମୟରେ ପୋଲିସ ଓ ବିକ୍ଷୋଭକାରୀଙ୍କ ମଧ୍ୟରେ ସଂଘର୍ଷ ହିଂସାତ୍ମକ ରୂପ ନେଉଛି। ଏଭଳି ସଙ୍କଟ ନିକଟ ଅତୀତରେ କେବେ ଦେଖାଦେଇ ନ ଥିଲା। ମୁଖ୍ୟ ଭୂଖଣ୍ଡ ଚାଇନାକୁ ପ୍ରତ୍ୟର୍ପଣ ବିଲ୍‌କୁ ନେଇ ଆନ୍ଦୋଳନର ସୂତ୍ରପାତ ହୋଇଥିତ୍ଲା। ଫଳରେ ସରକାର ଉକ୍ତ ବିଲ୍‌କୁ ସ୍ଥଗିତ ରଖିଛନ୍ତି। ଏହା ସତ୍ତ୍ୱେ ଆନ୍ଦୋଳନ ଅଧିକ ତୀବ୍ର ହୋଇଛି। ଗଣତାନ୍ତ୍ରିକ ସଂସ୍କାର, ସାର୍ବଜନୀନ ମତାଧିକାର ଏବଂ ଅର୍ଦ୍ଧସ୍ବୟଂଶାସିତ ଅଞ୍ଚଳରେ ହ୍ରାସ ପାଉଥିବା ସ୍ବାଧୀନତାକୁ ରୋକିବା ଆଦି ଦାବି ନେଇ ସ୍ଥାନୀୟ ଲୋକେ ଆନ୍ଦୋଳନକୁ ଆହୁରି ଜୋରଦାର କରିଛନ୍ତି। ଆନ୍ଦୋଳନକାରୀମାନେ ପାର୍ଲାମେଣ୍ଟ ଅଭିମୁଖେ ଅଗ୍ରସର ହେବାରୁ ପୋଲିସକୁ ଲୁହବୁହା ଗ୍ୟାସ୍‌ ଓ ରବର ବୁଲେଟ ମାଡ଼ କରିବାକୁ ପଡିଥିଲା। ୧୯୯୭ରେ ହଂକଂ ଚାଇନା ପରିଚାଳନାକୁ ଆସିବା ପରଠାରୁ ବେଜିଂ କର୍ତ୍ତୃପକ୍ଷ କେବେ ଏଭଳି ଗୁରୁତର ଚ୍ୟାଲେଞ୍ଜର ସମ୍ମୁଖୀନ ହୋଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri