ହଜାରରୁ ଊର୍ଦ୍ଧ୍ୱ ଲୋକ ଦେଖିଲେ ଯୁଦ୍ଧ ଜାହାଜ

ପାରାଦୀପ,୨୫।୧୧(ସ୍ବ.ପ୍ର.): ପ୍ରତିବର୍ଷ ପରି ଚଳିତବର୍ଷ ରବିବାର ପାରାଦୀପ ବନ୍ଦରରେ ସର୍ବଧାରଣଙ୍କ ପାଇଁ ଲାଗିଛି ଭାରତୀୟ ନୌସେନାର ୨ଟି ଯୁଦ୍ଧ ଜାହାଜ ଆଇଏନ୍‌ଏସ୍‌ ଘଡ଼ିଆଳ ଓ ରାଣା। ଏହାକୁ ହଜାରରୁ ଊର୍ଦ୍ଧ୍ୱ ଲୋକ ଦେଖିବାର ସୁଯୋଗ ପାଇଛନ୍ତି। ବନ୍ଦରାଞ୍ଚଳର ଜୟଦେବସଦନଠାରୁ ସ୍ବତନ୍ତ୍ର ବସ୍‌ ଯୋଗେ ଲୋକମାନେ ବନ୍ଦର ଭିତରକୁ ଯାଇ ଜାହାଜରେ ଚଢ଼ିଥିଲେ। ସେମାନଙ୍କୁ ନୌସେନାର ଯବାନମାନେ ଶୃଙ୍ଖଳିତ ଭାବେ ଜାହାଜ ସମ୍ପର୍କରେ ବୁଝାଇଥିଲେ। ବିଶେଷକରି ଛାତ୍ରୀଛାତ୍ର ଓ ଏନ୍‌ସିସି କ୍ୟାଡରଙ୍କୁ ଅଧିକ ପ୍ରାଧାନ୍ୟ ଦିଆଯାଇଥିଲା। ରାଣାର କ୍ୟାପେଟନ୍‌ ଅତୁଲ ଦେଶଓ୍ବାଲା ଓ ଘଡ଼ିଆଳର କମାଣ୍ଡର ରୋହିତ କାର୍ଟ୍ଟାଜୁ ଗଣମାଧ୍ୟମକୁ ଏ ବିଷୟରେ ସୂଚନା ଦେଇ କହିଛନ୍ତି, ଏହି ଜାହାଜ ୨ଟିକୁ ଓଡ଼ିଶା ନୌସେନା ଅଧିକାରୀ ଋିତୁରାଜ ସାହୁ ଶନିବାର ସ୍ବାଗତ କରିଥିଲେ। ୧୯୭୧ ଡିସେମ୍ବର ୪ରେ ନୌସେନା କରାଚି ସହର ଉପରେ ଆକ୍ରମଣ କରି ବିଜୟ ଲାଭ କରିଥିଲା। ସେହି ଦିନକୁ ନୌସେନା ବିଜୟ ଦିବସ ଭାବେ ପାଳନ କରୁଛି। ତେଣୁ ବଜୟ ଦିବସ ଅବ୍ୟବହିତ ପୂର୍ବରୁ ଏଭଳି ଦେଶର ସବୁ ପୋର୍ଟରେ ଜନସାଧାରଣ ଓ ଛାତ୍ରୀଛାତ୍ରଙ୍କ ସହ ନୌସେନା ଯୋଡ଼ି ହେଉଛି। ଏହାଦ୍ୱରା ଛାତ୍ରୀଛାତ୍ର ଭବିଷ୍ୟତରେ ନୌସେନାରେ ସାମିଲ ହେବା ପାଇଁ ଆଗ୍ରହ ପ୍ରକାଶ କରିବେ ବୋଲି କୁହାଯାଇଛି। ପୂର୍ବବର୍ଷଗୁଡ଼ିକରେ ଗୋଟିଏ ଦିନ ଜନସାଧାରଣଙ୍କ ଦର୍ଶନ ପାଇଁ ଓ ଅନ୍ୟଦିନ ଡେ ଆର୍ଟ ସି (ସମୁଦ୍ରରେ ଦିନେ) କାର୍ଯ୍ୟକ୍ରମ କରାଯାଏ। ଚଳିତ ବର୍ଷ ସମୁଦ୍ରରେ ଦିନେ କାର୍ଯ୍ୟକ୍ରମ ହେବନାହିଁ। ସୋମବାର କେବଳ ଦର୍ଶକମାନେ ଜାହାଜ ଦେଖିବାର ସୁଯୋଗ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାର ମାଧ୍ୟମ ‘ସୁରଭି’

ଦାରିଙ୍ଗବାଡ଼ି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଲୁକ୍କାୟିତ…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

ଶିକ୍ଷାର ଗୁଣାତ୍ମକ ଉନ୍ନତି ଶିକ୍ଷାର୍ଥୀଙ୍କ ଫଳାଫଳ ସମୀକ୍ଷା ଉପରେ ଗୁରୁତ୍ୱ

ଥୁଆମୂଳ ରାମପୁର, ୧୩।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ଭବାନୀପାଟଣା ଆନୁକୂଲ୍ୟରେ ଥୁଆମୂଳ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ପ୍ରକାଶ ୩.୦’…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?