ହଟିଲା କଟକଣା: ରାଉରକେଲାରେ ଖୋଲିଲା କଣ୍ଟେନ୍‌ମେଣ୍ଟ ଜୋନ୍‌

ରାଉରକେଲା ଅଫିସ,୩୦।୫: ସୁନ୍ଦରଗଡ଼ ଜିଲା ରାଉରକେଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଗତ ମାସ ୨୬ ତାରିଖରେ ସହରର କିଛି ଅଞ୍ଚଳକୁ କଣ୍ଟେନମେଣ୍ଟ ଓ ବଫର ଜୋନ୍‌ ଭାବେ ଘୋଷଣା କରାଯାଇ ବିଭିନ୍ନ କଟକଣା ଲଗାଯାଇଥିଲା। ପୂର୍ବରୁ କିଛି ଅଞ୍ଚଳରୁ କଣ୍ଟେନମେଣ୍ଟ ଆଦେଶ ପ୍ରତ୍ୟାହାର ହୋଇଯାଇଥିଲା। ଶନିବାର ବଳକା ଅଞ୍ଚଳରୁ ମଧ୍ୟ କଣ୍ଟେନମେଣ୍ଟ ଆଦେଶ ପ୍ରତ୍ୟାହାର କରାଯାଇଛି। ସମ୍ପୃକ୍ତ ଅଞ୍ଚଳରୁ କୌଣସି ନୂଆ ପଜିଟିଭ୍‌ ବାହାରି ନ ଥିବାରୁ ଏବଂ ବୃହତ୍ତର ଜନସ୍ବାର୍ଥ ଦୃଷ୍ଟିରୁ ଏହି ପଦକ୍ଷେପ ନିଆଯାଇଛି। ରାଉରକେଲା ମହାନଗର ନିଗମ ପକ୍ଷରୁ ଏ ସମ୍ପର୍କିତ ଏକ ଆଦେଶନାମା ପ୍ରକାଶିତ ହୋଇଛି।

ଦୀର୍ଘ ଏକ ମାସରୁ ଅଧିକ ସମୟ ଧରି ସମ୍ପୃକ୍ତ ଅଞ୍ଚଳର ଲୋକେ ପ୍ରଶାସନକୁ ସହଯୋଗ କରିଛନ୍ତି। ପ୍ରଶାସନ ବି ସବୁବେଳେ ଲୋକଙ୍କ ସୁବିଧା ଲାଗି ବିଭିନ୍ନ ପଦକ୍ଷେପ ନେଇଛି। ଅତ୍ୟାବଶ୍ୟକୀୟ ସାମଗ୍ରୀର ଯୋଗାଣ ହେଉ ଅବା ସ୍ବାସ୍ଥ୍ୟସେବା କିମ୍ବା ସମ୍ପୃକ୍ତ ଅଞ୍ଚଳରେ ଫସି ରହିଥିବା ଅତ୍ୟାବଶ୍ୟକୀୟ ଜିନିଷପତ୍ର ସେଠାରୁ ବାହାର କରିବା ହେଉ ସବୁ କ୍ଷେତ୍ରରେ ମହାନଗର ନିଗମ ପ୍ରଶାସନ ଏକ ପ୍ରକୃତ ବନ୍ଧୁ ଭଳି ଲୋକଙ୍କ ସହ ଛିଡା ହୋଇଛି। ବିଭିନ୍ନ ସମସ୍ୟାର ସମାଧାନ ଲାଗି ଅହରହ ଚେଷ୍ଟା କରିଛି। ଆଗାମୀ ଦିନରେ ବି ମହାନଗର ନିଗମ ପ୍ରଶାସନ ଲୋକଙ୍କ ସହ ମିଶି ଲୋକଙ୍କ ସୁବିଧା ପାଇଁ କାର୍ଯ୍ୟ କରିବାକୁ ବଦ୍ଧ ପରିକର। ସାନିଟାଇଜେଶନ ଠାରୁ ଆରମ୍ଭ କରି ଘରକୁ ଘର ବୁଲି ସ୍ବାସ୍ଥ୍ୟ ଯାଞ୍ଚ, ଏସବୁ କାର୍ଯ୍ୟରେ କର୍ମଚାରୀମାନଙ୍କ ନିଷ୍ଠାପର ସେବାକୁ ଲୋକଙ୍କ ସୀକୃତି ମିଳିଛି। ଲୋକଙ୍କ ସହଯୋଗ ମିଳିଲେ କରୋନା ନିଶ୍ଚିତ ଭାବେ ହାରିବ। ଆମ ରାଉରକେଲା ବିଜୟୀ ହେବ ବୋଲି କମିଶନର ଦିବ୍ୟଜ୍ୟୋତି ପରିଡା ଏକ ପ୍ରେସ ବିବୃତ୍ତିରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ହତ୍ୟାକାରୀଙ୍କୁ ଆଜୀବନ ଜେଲ୍‌

ଜୟପୁର,୧୮।୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରସ୍ଥିତ ଜିଲା ଦୌରାଜଜ୍‌ ବିମଳ ଚାନ୍ଦ ମଙ୍ଗଳବାର ଏକ ହତ୍ୟା ମାମଲାର ଶୁଣାଣି କରି ବନ୍ଧୁ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ...

ଝାରସୁଗୁଡ଼ାରୁ ବାରାଣସୀକୁ ଉଡ଼ିଲା ପ୍ରଥମ ବିମାନ

ଝାରସୁଗୁଡ଼ା ଅଫିସ/ଲଖନପୁର,୩୧।୧(ଡି.ଏନ୍‌.ଏ): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଶୁକ୍ରବାର ଏଲାୟନ୍ସ ଏୟାର୍‌ ଏଟିଆର୍‌ ୭୨ ବିମାନ ଭାୟା ଭୁବନେଶ୍ବର ଦେଇ ବାରାଣସୀକୁ ପ୍ରଥମ...

କୃଷି, ଶିଳ୍ପ, ଶ୍ରମଭିତ୍ତିକ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଗୁରୁତ୍ୱ

କେନ୍ଦୁଝର,୬ା୫(ସ୍ବ.ପ୍ର/ଡି.ଏନ୍‌.ଏ.)-କେନ୍ଦୁଝର ଜିଲାରେ ମହାମାରୀ କରୋନାର ପ୍ରତିରୋଧ ପାଇଁ ନିଆଯାଇଥିବା ପଦକ୍ଷେପର ତଦାରଖ ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତ ନୋଡାଲ୍‌ ଅଫିସର ଜଳସମ୍ପଦ ବିଭାଗର ପ୍ରମୁଖ...

ରାଜ୍ୟ ଓକିଲ ସଂଘ ନିର୍ବାଚନ ସ୍ଥଗିତ

କଟକ ଅଫିସ୍‌,୧୬ା୪: ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ଅନୁବନ୍ଧିତ ସମସ୍ତ ଓକିଲ ସଂଘର ନିର୍ବାଚନ ଏପ୍ରିଲ୍‌ ୨୫ରେ ହେବାର ଥିଲା। ହେଲେ କରୋନା ଭୂତାଣୁ ଯୋଗୁ...

ଗୋଟିଏ ରାତିରେ ୫ ଲକ୍ଷ ଜରିମାନା ଆଦାୟ

ପୁରୁଷୋତ୍ତମପୁର,୧୧ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଇଲାକାର ଋଷିକୁଲ୍ୟା ନଦୀରୁ ବେଆଇନ୍‌ ଭାବେ ବାଲି ଚାଲାଣ ହେଉଛି। ତହସିଲ ପ୍ରଶାସନ ପକ୍ଷରୁ ଏହାର ଧରପଗଡ଼ ହେଉଛି। ରବିବାର...

ଜନସେବା କେନ୍ଦ୍ରକୁ ତାଗିଦ: ନିର୍ଦ୍ଧାରିତ ଦରଠାରୁ ଅଧିକ ନେଲେ କାର୍ଯ୍ୟାନୁଷ୍ଠାନ

ଚନ୍ଦ୍ରଗିରି,୩୦।୭(ଡି.ଏନ୍‌.ଏ.): ବାରମ୍ବାର ସରକାରୀ ଦପ୍ତରକୁ ନଯାଇ ସହଜରେ ଏବଂ କମ୍‌ ଖର୍ଚ୍ଚରେ କିପରି ବିଭିନ୍ନ ସରକାରୀ ପ୍ରମାଣପତ୍ର ପାଇପାରିବେ ସେ ନେଇ ବିଭିନ୍ନ ସ୍ଥାନରେ ଜନସେବା...

ପରିବେଶ ସୁରକ୍ଷାର ବାର୍ତ୍ତା ଦେଇ ନବବର୍ଷକୁ ସ୍ବାଗତ

ବାରିପଦା ଅଫିସ,୨ା୧- ବାରିପଦା ଶହୀଦ ପଡ଼ିିଆଠାରେ ସାମାଜିକ ଅନୁଷ୍ଠାନ କ୍ଲବ ଫ୍ରେଣ୍ଡଶିପ ପକ୍ଷରୁ ମଙ୍ଗଳବାର ରାତିରେ ପରିବେଶ ସୁରକ୍ଷାର ବାର୍ତ୍ତା ଦେଇ ନବବର୍ଷକୁ ସ୍ବାଗତ କରାଯାଇଛି।...

ଜନଶୂନ୍ୟ ଆରଡ଼ି : ପୀଠରେ କାଉକୋଇଲିଲ ଶବ୍ଦ ନାହିଁ

ଆରଡ଼ି,୨୨।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ି ଅଞ୍ଚଳରେ ଜନତା କର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ଆରଡ଼ି, ନାନ୍ଦପୁର, ଓଳଗ, ସୁନ୍ଦରପୁର,...

Play 250+ Trending Games
Archives

Model This Week

Why Dharitri