ହଟିଲା ହୋର୍ଡିଂ, ଭାଙ୍ଗିଲା ୪୦ ଦୋକାନ

ଭୁବନେଶ୍ୱର, ୧୧ା୨ (ବ୍ୟୁରୋ): ବିଗତ କିଛି ମାସ ହେବ ଭୁବନେଶ୍ୱରରେ ଜବରଦଖଲ ଉଚ୍ଛେଦ ଜୋର୍‌ଦାର ଚାଲିଛି। ସହରକୁ ସମ୍ପୂର୍ଣ୍ଣ ଜବରଦଖଲ ମୁକ୍ତ ଲକ୍ଷ୍ୟ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି), ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଓ କମିଶନରେଟ ପୋଲିସର ମିଳିତ ଟିମ୍‌ ପକ୍ଷରୁ ସୋମବାର ଇନ୍‌ଫୋସିଟି ଥାନା ଅନ୍ତର୍ଗତ କିଟ୍‌ ରାସ୍ତାର ଦୁଇ ପାର୍ଶ୍ୱରୁ ଜବରଦଖଲ ହଟିଛି। ମିଳିତ ଟିମ୍‌ ପକ୍ଷରୁ ୨୮ଟିଣ ଓ ଛାତ ଦୋକାନ ସହ ୧୨ ଖାଇବା ଦୋକାନ, ୧୦ ପାଚେରୀକୁ ଭାଙ୍ଗି ଦିଆଯାଇଥିବାବେଳେ ୫ ସିମେଣ୍ଟ ଖୁଣ୍ଟି, ୪ ର଼୍ୟାମ୍ପ, ୧୪ ହୋର୍ଡିଂ ଓ ସାଇନ ବୋର୍ଡକୁ ହଟାଇ ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ଦିନକୁଦିନ ଉକ୍ତ ରାସ୍ତାକୁ ଉଠା ଦେକାନୀ ଓ ଅସ୍ଥାୟୀ ଦେକାନୀମାନେ କବ୍‌ଜା କରି ବ୍ୟବସାୟ କରୁଛନ୍ତି। ଫଳରେ ଗାଡି ଚଳାଚଳରେ ଗୁରୁତର ସମସ୍ୟା ସୃଷ୍ଟି ହେଉଛି। ଏନେଇ ଅଭିଯୋଗ ଆସିବା ପରେ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ଉଚ୍ଛେଦରେ ଏନ୍‌ଫୋର୍ସମେଣ୍ଟ ଅଧିକାରୀ ପ୍ରମୋଦ କୁମାର ପାତ୍ର, ଯୋଗସୂତ୍ର ଅଧିକାରୀ ଶୁଭ୍ରାଶୁଂ ଶେଖର ମହାନ୍ତି, ଏସିପି ପ୍ରକାଶ ଚନ୍ଦ୍ର ପାଲ, ଇନ୍‌ଫୋସିଟି ଥାନା ଅଧିକାରୀ ବିଶ୍ୱଜିତ୍‌ ମହାନ୍ତିଙ୍କ ସମେତ ବିଏମ୍‌ସିର ୧, ୩, ୪ ନମ୍ବର ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri