ହଟ୍‌ସ୍ପଟ ଅଞ୍ଚଳରେ ନଜର ରଖିଥିବା ଡ୍ରୋନ୍‌ ନିଖୋଜ

ନଏଡା,୧୬।୪: ଉତ୍ତରପ୍ରଦେଶ ନୋଏଡାରେ କରୋନା ହଟ୍‌ସ୍ପଟ ଅଞ୍ଚଳକୁ ନଜର ରଖିଥିବା ପୋଲିସର ଏକ ଡ୍ରୋନ୍‌ ହଠାତ୍‌ ନିଖୋଜ ହୋଇଯାଇଥିବା ଜଣାପଡ଼ିଛି। ଏହି ଡ୍ରୋନ୍‌କୁ ଏକ ସୋସାଇଟି ଉପରେ ନଜର ରଖିବାକୁ ଲଗାଯାଇଥିଲା। ହେଲେ ୪ରୁ ୫ ଦିନ ହେବ ହଠାତ୍‌ ଡ୍ରୋନ୍‌ ନିଖୋଜ ହୋଇଯାଇଥିବା ବେଳେ ଉତ୍ତରପ୍ରଦେଶ ପୋଲିସ ଏହାକୁ ଖୋଜିବା ପାଇଁ ଉଦ୍ୟମ ଚଳାଇଛି। ଏଥିପାଇଁ ଏହି କାର୍ଯ୍ୟରେ ଆଉ ଏକ ଡ୍ରୋନ୍‌ ଲଗାଯାଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଉତ୍ତରପ୍ରଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ୧୫ଟି ଜିଲାକୁ ହଟ୍‌ସ୍ପଟ ଅଞ୍ଚଳ ଘୋଷଣା କରାଯାଇଛି। ଏଥିସହ ନଏଡାରେ ୨୭ଟି ଅଞ୍ଚଳକୁ ସିଲ୍‌ କରାଯାଇଛି। ଏହି କ୍ରମରେ ନଏଡା ସେକ୍ଟର-୭୫ ସ୍ଥିତ ସୁପରଟେକ କେପଟାଉନ୍‌ ସୋସାଇଟିକୁ ହଟ୍‌ସ୍ପଟ ଘୋଷଣା କରାଯାଇଥିଲା। ଏହି ସୋସାଇଟି ଉପରେ ନଜର ରଖିବା ପାଇଁ ପୋଲିସ ୪ରୁ ୫ ଦିନ ପୂର୍ବରୁ ଏକ ଡ୍ରୋନ୍‌କୁ ନିୟୋଜିତ କରିଥିଲା। କିଛି ସମୟ ପର୍ଯ୍ୟନ୍ତ ସୋସାଇଟିର ସମସ୍ତ ଭିଡିଓ ରେକର୍ଡ ହୋଇଥିବା ବେଳେ ହଠାତ୍‌ ଭୂତଳରେ ଥିବା ଅପରେଟର ସହ ଡ୍ରୋନ୍‌ର ସମ୍ପର୍କ ବିଚ୍ଛିନ୍ନ ହୋଇଯାଇଥିଲା। ଡ୍ରୋନ୍‌ ସହ ସମ୍ପର୍କ କରିବାକୁ ଯେତେ ଚେଷ୍ଟା କଲେ ମଧ୍ୟ ହୋଇପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri