ହତ୍ୟାକରି ମହାନଦୀକୁ ଫିଙ୍ଗିଦେଇଥିଲେ

ଖୋର୍ଦ୍ଧା ଅଫିସ, ୨୬ା୮:ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ପୁବୁସାହିର ଯୁବକ ବାସୁଦେବ ପ୍ରଧାନଙ୍କ ନିଖୋଜ ଘଟଣା ନୂଆମୋଡ଼ ନେଇଛି। ବାସୁଦେବଙ୍କୁ ଅଭିଯୁକ୍ତ କବାଡ଼ିଆ ମାଲିକ ରବୀନ୍ଦ୍ର ମୁଦୁଲି ହତ୍ୟା କରି ବୋଲେରୋରେ ମୃତଦେହ ନେଇ ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା କଣ୍ଟିଲୋ ଫାଣ୍ଡି ଅଧୀନ ସିଦ୍ଧମୂଳ ବ୍ରିଜ ଉପରୁ ମହାନଦୀରେ ଫିଙ୍ଗିଦେଇଥିବା ପୋଲିସ ତଦନ୍ତରୁ ଜାଣିବାକୁ ପାଇଛି। ଅଭିଯୁକ୍ତ କବାଡ଼ିଆ ମାଲିକ ରବୀନ୍ଦ୍ର ମଧ୍ୟ ଏହି କଥା ସ୍ବୀକାର କରିଥିବା ଟାଉନ ଥାନା ଅଧିକାରୀ ସଞ୍ଜୟ ପଟ୍ଟନାୟକ କହିଛନ୍ତି। ଗୁରୁବାର ପୂର୍ବାହ୍ନରେ ପୋଲିସ ଡଗ୍‌ ସ୍କାଡ୍‌ ସହ ରବୀନ୍ଦ୍ରଙ୍କ ଗୋଦାମରେ ପହଞ୍ଚି ଯାଞ୍ଚ କରିଥିଲା। ସେଠାରୁ ବ୍ୟବହୃତ ବୋଲେରୋ, ମୃତକ ବ୍ୟବହାର କରୁଥିବା ଗାମୁଛା, ପ୍ୟାଣ୍ଟଶାର୍ଟ ଜବତ କରାଯାଇଛି। ସମ୍ପୃକ୍ତ ବୋଲେରୋରେ ରକ୍ତଛିଟା ଲାଗିଥିବା ପୋଲିସ ଦେଖିବାକୁ ପାଇଛି। ଏ ନେଇ ପୋଲିସ ଏକ କେସ୍‌ (ନଂ. ୪୦୦/୨୨) ରୁଜୁ କରି ତଦନ୍ତ ଜାରି ରହିଛି।
ପରେ ଓଡ୍ରାଫ ଟିମ୍‌ ଓ ପୁବୁସାହି ଗ୍ରାମର କେତେଜଣ ବ୍ୟକ୍ତିଙ୍କୁ ନେଇ ମୃତଦେହ ଫିଙ୍ଗାଯାଇଥିବା ସ୍ଥାନରେ ପୋଲିସ ପହଞ୍ଚି ଅନୁସନ୍ଧାନ କରିଥିଲା। ଓଡ୍ରାଫ ଟିମ୍‌ ସେଠାରେ ଦୀର୍ଘ ସମୟ ଧରି ନଦୀରେ ଖୋଜାଖୋଜି ସତ୍ତ୍ୱେ କୌଣସି ସନ୍ଧାନ ନ ପାଇ ଫେରିଥିଲେ। ଏନେଇ ପୋଲିସ ସମସ୍ତ ଥାନାକୁ ଖବର ଦେଇଥିଲା। କଟକ ଜଗତପୁରସ୍ଥିତ ମହାନଦୀରେ ଭାସୁଥିବା ଏକ ମୃତଦେହକୁ ସ୍ଥାନୀୟ ପୋଲିସ ଗୁରୁବାର ଜବତ କରିଛି। ତାହା ବାସୁଦେବଙ୍କ ମୃତଦେହ ବୋଲି ଅନୁସନ୍ଧାନରୁ ଜଣାପଡ଼ିଛି। ଶୁକ୍ରବାର ଖୋର୍ଦ୍ଧା ଟାଉନଥାନା ପୋଲିସର ଏକ ଟିମ୍‌ ସେଠାକୁ ଯାଇ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ବିତ କରିବା ସହ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ଥାନାଧିକାରୀ ପଟ୍ଟନାୟକ କହିଛନ୍ତି। ଏହି ହତ୍ୟାକାଣ୍ଡରେ ୩ରୁ ୪ଜଣ ସଂପୃକ୍ତ ଥିବା ଜଣାପଡ଼ିଛି। ଏ ନେଇ ଅଭିଯୁକ୍ତ ରବୀନ୍ଦ୍ରଙ୍କ ସମେତ ପୁବୁସାହି ଅଞ୍ଚଳର ୩ଜଣଙ୍କୁ ଥାନାରେ ଅଟକ ରଖି ପୋଲିସ ପଚରାଉଚୁରା କରୁଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri