ହତ୍ୟା କରିବା ପରେ ଦୁର୍ଘଟଣାର ରୂପ ଦେବାକୁ ଉଦ୍ୟମ: ଅଭିଯୁକ୍ତଙ୍କ ମଧ୍ୟରୁ ୨ ଗିରଫ; ବ୍ୟବହୃତ ହାଇଓ୍ବା, କାର୍‌ ଜବତ

ଜମନକିରା, ୨।୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅନ୍ତର୍ଗତ ବଡ଼ରମା ଘାଟିରେ ଗତ ୧୪ ତାରିଖ ବିଳମ୍ବିତ ରାତିରେ ଘଟିଥିବା ବାଇକ ଦୁର୍ଘଟଣାରେ ଚାଳକଙ୍କ ମୃତ୍ୟୁ ଘଟିଥିଲା। ତେବେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଶୁକ୍ରବାର ପୋଲିସ ପକ୍ଷରୁ ଡକାଯାଇଥିବା ଖବରଦାତା ସମ୍ମିଳନୀରେ କୁଚିଣ୍ଡା ଏସ୍‌ଡିପିଓ ରାଜକିଶୋର ମିଶ୍ର ପ୍ରକାଶ କରିଛନ୍ତି। ଏନେଇ ଜମନକିରା ଥାନା ୭୪/୧୭.୭୨୦୧୯ (୩୦୨)ରେ ମାମଲା ରୁଜୁ କରାଯାଇଛି। ୫ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ସେଠାରେ ଜାମିିନ ନାମଞ୍ଜୁର ହେବାରୁ ବିଚାର ବିଭାଗ କୋର୍ଟ ହାଜତକୁ ପଠାଇଥିବା ପୋଲିସ କହିଛି।

ପୋଲିସର ସୂଚନା ଅନୁସାରେ, ଜମନକିରା ଥାନା ଅନ୍ତର୍ଗତ ବଡ଼ରମା ପଞ୍ଚାୟତ କଦଳୀପାଳ ଗଁାର ଶ୍ୟାମସୁନ୍ଦର ସିଂ (୪୫) ବାଇକ ଓ ସାଇକେଲ ସଜାଡ଼ିବା କାମ କରି ପରିବାର ପ୍ରତିପୋଷଣ କରନ୍ତି। ଗତ ୧୪ ତାରିଖ ରାତିରେ ଖାଇପିଇ ଶୋଇଥିବା ବେଳେ ଜନୈକ ଅଜଣା ବ୍ୟକ୍ତି ବାଇକ ଖରାପ ଥିବା କହି ଶ୍ୟାମସୁନ୍ଦରକୁ ଘରୁ ଡାକିନେଇଥିଲେ। ତାଙ୍କୁ ନିଜ ବାଇକରେ ନେଇଯାଇଥିବା ବେଳେ ସେ ଆଉ ଫେରିନଥିଲା। ପରିବାରଲୋକେ ଖୋଜା ଖୋଜି କରିବା ପରେ ବଡ଼ରମା ଘାଟି ମଝିରେ ବାଇକ ସହ ରାସ୍ତାରେ ପଡ଼ିଥିବା ଦେଖିବାକୁ ପାଇଥିଲେ। ହେଲେ ପାରିପାଶ୍ୱିକ ସ୍ଥିତିରୁ ଏହା ଏକ ହତ୍ୟାକାଣ୍ଡ ବୋଲି ପରିବାର ଲୋକ ସନ୍ଦେହ କରି ତାଙ୍କୁ ହତ୍ୟା କରାଯାଇଥିବା ନେଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଶ୍ୟାମଙ୍କ ବେକରେ ରଶି ଚିହ୍ନ ଓ ଗୋଡ଼ ଆଣ୍ଠୁରେ ମାଟି ଲାଗି ରହିଥିଲା। ଦୁର୍ଘଟଣାସ୍ଥଳରୁ ଅନତି ଦୂରରୁ ରକ୍ତ ପଡ଼ିଥିବା ବେଳେ ବାଇକ୍‌ ଓ ମୃତଦେହର ସ୍ଥିତି ଦେଖି ଏହାକୁ ହତ୍ୟାର ରୂପ ଦିଆଯାଇଥିବା ପରିବାରଲୋକେ ସନ୍ଦେହ କରିଥିଲେ। ଏନେଇ ଶ୍ୟାମଙ୍କ ସ୍ତ୍ରୀ ସୁଚିିତାଦେବୀ ସିଂଙ୍କ ଥାନାରେ ଅଭିଯୋଗ କ୍ରମେ ପୋଲିସ ଗତ ୧୫ ତାରିଖ ଜୁଲାଇରୁ ଛାନଭିନ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରାଇଭରଙ୍କ ରହସ୍ୟମୟ ନିଖୋଜ ଘଟଣା: ଏ ଥାନାରୁ ସେ ଥାନାକୁ ଦୌଡିଦୌଡି ବଞ୍ଚାଇ ପାରିଲେନି ସ୍ତ୍ରୀ, ଶେଷରେ…

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ଗତ ୯ ଦିନ ହେଲା  ରହସ୍ୟଜନକ ଭାବେ ନିଖୋଜ …

ନିକଟରେ ହୋଇଥିଲା ବାହାଘର: ଖବର ପାଇ ପଶିଗଲେ ଦୁର୍ବୃତ୍ତ

ଆଳି, ୩।୭ (ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲାର ଆଳି ଥାନା ଅନ୍ତର୍ଗତ ନିଆଳ ଗ୍ରାମରେ ଦୁର୍ବୃତ୍ତମାନେ ଜଣେ ମହିଳାଙ୍କୁ ଆକ୍ରମଣ କରି ପ୍ରାୟ ପାଞ୍ଚ ଲକ୍ଷ ଟଙ୍କା…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…

ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ: ଗ୍ରାମୀଣ ରୋଜଗାର ନୂଆ ଗ୍ୟାରେଣ୍ଟି

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜନସମ୍ମିଳନୀ ଓ ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri