ହନୁମତିଆ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ: ତଳମୁଣ୍ଡକୁ ପାଣି ଆସୁନି, ଚାଷୀ ହନ୍ତସନ୍ତ

ତେଲକୋଇ, ୨୫ା୧(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ହନୁମତିଆ କ୍ଷୁଦ୍ର ଜଳ ସେଚନ (ଡିମିରିଆ)ପ୍ରକଳ୍ପରୁ ତଳ ମୁଣ୍ଡକୁ ଜଳ ଯୋଗାଣ ହୋଇପାରୁନାହିଁ । ଏଥିଯୋଗୁ ସୂର୍ଯ୍ୟମୁଖି, ଆକୁଳ ମକା, ଶୋରିସ ଓ ଚିନାବାଦାମ ଚାଷୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏହା ମଧ୍ୟରେ ପାଣି ପମ୍ପ ଦ୍ୱାରା ଚାଷୀଙ୍କୁ ଆବଶ୍ୟକ ପାଣି ଯୋଗାଣ ପାଇଁ ପାଣିପକ୍ଷ କାର୍ଯ୍ୟକ୍ରମ କରାଯାଇଥିଲା। ତେବେ ରବି ଫସଲ ନଷ୍ଟ ହେଉଥିବା ନେଇ ଶୁକ୍ରବାର ଚାଷୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହି କ୍ଷୁଦ୍ର ଜଳସେଚନ ମାଧ୍ୟମରେ ରବି ଫସଲ ପାଇଁ ଡିମିରିଆ ଜଟ ଓ ହାଲପୋଡି ଚାଷୀମାନଙ୍କର ଆବଶ୍ୟକ ଜଳସେଚନ କରା ନ ଗଲେ ରବି ଫସଲ ସମ୍ପୂର୍ଣ୍ଣ ଉଜୁଡି ଯିବା ନେଇ ସେମାନେ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଅଭିଯୋଗ କରିଛନ୍ତି। ପର୍ଯ୍ୟାପ୍ତ ପାଣି ହନୁମତିଆ ଜଳ ପ୍ରକଳ୍ପରେ ରହିଥିବା ସତ୍ତ୍ୱେ ଆବଶ୍ୟକ ପାଣି ଯୋଗାଣ ହୋଇପାରୁ ନ ଥିବା ହାଲପୋଡି ଗ୍ରାମର ଚାଷୀ ଡିଲେଶ୍ୱର କହିଛନ୍ତି। ସେହିପରି ଏହି ଜଳ ପ୍ରକଳ୍ପରୁ ୩ହଜାର ଚାଷୀ କ୍ଷତି ହେବା ଆଶଙ୍କା କରିଛନ୍ତି । ଏ ସମ୍ବନ୍ଧରେ ଜଳସେଚନ ବିଭାଗର ଏସ୍‌ଡିଓ ଡି. ସୁଧାକରଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ପର୍ଯ୍ୟାୟକ୍ରମେ ସମ୍ପୃକ୍ତ ଚାଷୀଙ୍କ ରବି ଫସଲ ପାଇଁ ଜଳଯୋଗାଣ ହୋଇପାରିବ ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri