Posted inଖେଳ

ହନୁମା, ରାହାନେଙ୍କ ଅର୍ଦ୍ଧଶତକ, ମ୍ୟାଚ ଡ୍ର

ଆଣ୍ଟିଗୁଆ,୨୦।୮-
ସ୍ଥାନୀୟ କୁଲିଜ କ୍ରିକେଟ ଗ୍ରାଉଣ୍ଡରେ ସୋମବାର ଶେଷ ହୋଇଥିବା ଭାରତ-ଓ୍ବେଷ୍ଟଇଣ୍ଡିଜ ‘ଏ’ ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ ଅମୀମାଂସିତଭାବେ ଶେଷ ହୋଇଛି। ମ୍ୟାଚର ଅନ୍ତିମ ଦିବସରେ ଅର୍ଦ୍ଧଶତକ ହାସଲ କରିଥିଲେ ଭାରତର ହନୁମା ବିହାରୀ ଓ ଅଜିଙ୍କ୍ୟ ରାହାନେ। ଉଭୟଙ୍କ ଅର୍ଦ୍ଧଶତକ ସହାୟତାରେ ଭାରତ ଏହାର ଦ୍ୱିତୀୟ ଇନିଂସକୁ ୧୮୮/୫ରେ ଘୋଷଣା କରିଥିଲା। ମୟଙ୍କ ଅଗ୍ରଓ୍ବାଲ (୧୩), ରିଷଭ ପନ୍ତ (୧୯), ରବୀନ୍ଦ୍ର ଜାଡେଜା (୯) ପ୍ରଭାବୀ ବ୍ୟାଟିଂ କରିବାରେ ବିଫଳ ହୋଇଥିବାବେଳେ ହନୁମା ବିହାରୀ ୧୨୫ ବଲ୍‌ରୁ ୯ ଚୌକା ଓ ୧ ଛକା ସହାୟତାରେ ସର୍ବାଧିକ ୬୪ ଓ ରାହାନେ ୧୬୨ ବଲ୍‌ରୁ ୫ ଚୌକା ଓ ୧ ଛକା ସହ ୫୪ ରନ ସ୍କୋର କରିଥିଲେ। ମାତ୍ର ୨୨ ରନରେ ଭାରତର ପ୍ରଥମ ଉଇକେଟ ପଡ଼ିଥିବାବେଳେ ହନୁମା ଓ ରାହାନେ ଦ୍ୱିତୀୟ ଉଇକେଟରେ ୯୬ ରନ ଯୋଗ କରି ସ୍ଥିତି ସମ୍ଭାଳି ନେଇଥିଲେ। ଓ୍ବେଷ୍ଟଇଣ୍ଡିଜ ‘ଏ’ ପକ୍ଷରୁ ଆକିମ ଫ୍ରାଜର ୨ଟି ଏବଂ ରୋମାରିଓ ଶେଫର୍ଡ, ଖାରି ପିଏରେ ଗୋଟିଏ ଲେଖାଏ ଉଇକେଟ ନେଇଥିବାବେଳେ ରିଷଭ ପନ୍ତ ରନଆଉଟ ହୋଇଥିଲେ। ଇନିଂସ ଘୋଷଣା କରି ଭାରତ ଘରୋଇ ଓ୍ବେଷ୍ଟଇଣ୍ଡିଜ ‘ଏ’ ସମ୍ମୁଖରେ ୩୦୫ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଥିଲା। ଜବାବରେ ଓ୍ବେଷ୍ଟଇଣ୍ଡିଜ ‘ଏ’ ଦ୍ୱିତୀୟ ଇନିଂସରେ ୩ ଉଇକେଟ ହରାଇ ୪୭ ରନ କରିଥିବାବେଳେ ଉଭୟ ଦଳର ଅଧିନାୟକ ମ୍ୟାଚ ବନ୍ଦ କରିବାକୁ ରାଜି ହୋଇଥିଲେ। ଜେରେମି ସୋଲୋଜାନୋ ୧୬, କାଭେମ୍‌ ହଜ୍‌ ୫ ଓ ବ୍ରେଣ୍ଡନ କିଙ୍ଗ ୧୪ ରନ କରି ଆଉଟ ହୋଇଥିଲେ। ଭାରତୀୟ ବୋଲରଙ୍କ ମଧ୍ୟରେ ଯଶପ୍ରୀତ ବୁମ୍‌ରା, ରବିଚନ୍ଦ୍ରନ ଅଶ୍ୱିନ ଓ ରବୀନ୍ଦ୍ର ଜାଡେଜା ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଭାରତ ଏହାର ପ୍ରଥମ ଇନିଂସ୍‌କୁ ୨୯୭/୫ରେ ଘୋଷଣା କରିଥିବାବେଳେ ଓ୍ବେଷ୍ଟଇଣ୍ଡିଜ ଏ’ ପ୍ରଥମ ଇନିଂସରେ ୧୮୧ ରନକରି ଅଲଆଉଟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri