ହରିଣ,ବାର୍‌ହା ଉପଦ୍ରବ: ଡାଳୁଅ ଧାନ ଫସଲ ନଷ୍ଟ

କୁଜଙ୍ଗ, ୨୧ା୩ (ଡି.ଏନ୍‌.ଏ.):ଏରସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ, ଗଡ଼କୁଜଙ୍ଗ ଓ ନୂଆଗାଁ ପଞ୍ଚାୟତରେ ହରିଣ ଓ ବାର୍‌ହା ଯୋଗୁ ଡାଳୁଅ ଧାନ ଫସଲ ନଷ୍ଟ ହେଉଛି। ପରିବାର ପ୍ରତିପୋଷଣ ପାଇଁ ଢିଙ୍କିଆ ଚାରିଦେଶର ଅଧିକାଂଶ ଚାଷୀ ଡାଳୁଅ ଧାନ ଉପରେ ନିର୍ଭର କରନ୍ତି। କିନ୍ତୁ ଶିଳ୍ପ ପାଇଁ ଜଙ୍ଗଲ ସଫା ହୋଇଯାଇଥିବାରୁ ହରିଣ ଓ ବାର୍‌ହାମାନେ ସେମାନଙ୍କ ଖାଦ୍ୟ ପାଇଁ ଡାଳୁଅ ଧାନ କିଆରି ମୁହାଁ ହୋଇଛନ୍ତି। ଚଳିତ ବର୍ଷ ଢିଙ୍କିଆ ପଞ୍ଚାୟତରେ ପ୍ରାୟ ୩୦୦ ଏକରରୁ ଊର୍ଦ୍ଧ୍ୱ ଜମିରେ ଡାଳୁଅ ଧାନ ଚାଷ ହୋଇଛି। ଏହି ଢିଙ୍କିଆ ତଣ୍ଡାରେ ପ୍ରାୟ ୫୦୦ରୁ ଊର୍ଦ୍ଧ୍ୱ ହରିଣ ଓ ବହୁ ସଂଖ୍ୟାରେ ବାର୍‌ହା ରହିଛନ୍ତି। ଶିଳ୍ପ ପାଇଁ ଜଙ୍ଗଲ କଟାଯିବା ପରେ ସେମାନେ ବିଭିନ୍ନ ବୁଦାଳିଆ ଜଙ୍ଗଲ, କିଆ ଗୋହିରି ଓ ସମୁଦ୍ର ତଟକୁ ଲାଗିଥିବା ଝାଉଁ ଜଙ୍ଗଲରେ ଆଶ୍ରୟ ନେଉଛନ୍ତି। ରାତିରେ ହେଲେ ସେମାନେ ଡାଳୁଅ ଧାନ କିଆରିରେ ପଶି ଖାଇବା ସାଙ୍ଗକୁ ନଷ୍ଟ କରୁଛନ୍ତି।
ଫଳରେ ଚାଷୀଙ୍କ ବ୍ୟାପକ କ୍ଷୟକ୍ଷତି ହେଉଛି। ଏନେଇ ରାତିରେ ଚାଷୀ ମେଳି ହୋଇ ଯେତେ ଜଗିଲେ ବି କିଛି ସୁଫଳ ମିଳୁନି। ଏହାସତ୍ତ୍ୱେ ବନବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ ବୋଲି ଚାଷୀ ଦେବଦତ୍ତ ସ୍ବାଇଁ, ଲୋକନାଥ ସ୍ବାଇଁ, ବିଜୟ ଦାସ, ଶରତ ଲେଙ୍କା, ହେମନ୍ତ ସ୍ବାଇଁ, ଜଗବନ୍ଧୁ ମଲ୍ଲିକ୍‌ ଓ ତ୍ରିନାଥ ମଲ୍ଲିକ ପ୍ରମୁଖ କହିଛନ୍ତି। ଅପରପକ୍ଷରେ ବନ୍ୟଜନ୍ତୁମାନଙ୍କ ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ବନ ବିଭାଗ ନିକଟରେ ସେମାନେ ଦାବିକରିଛନ୍ତି। ଏ ସମ୍ପର୍କରେ କୁଜଙ୍ଗ ରେଞ୍ଜର ରଞ୍ଜନ ମିଶ୍ରଙ୍କ ମୋବାଇଲ୍‌ ନମ୍ବର ୯୪୩୮୦୪୪୭୦୯କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ଏହା ବନ୍ଦ ଥିବାରୁ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ୧୨୫ ଦିନ ମିଳିବ କାମ: ନୂଆ ଯୋଜନାକୁ ନେଇ ଉତ୍ସାହିତ ଶ୍ରମିକ

ଭଞ୍ଜନଗର,୩।୭(ବାବୁଲା ପ୍ରଧାନ): ଜୁଲାଇ ୧ ତାରିଖରୁ ଭି.ବି-ଜୀ ରାମ ଜୀ ଯୋଜନା ସମଗ୍ର ଦେଶରେ ଲାଗୁ ହୋଇଛି। ପୂର୍ବରୁ ଥିବା ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ ନିଯୁକ୍ତି…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

ସବୁଜ ଭବିଷ୍ୟତ ଗଢ଼ିବା ପାଇଁ ଶପଥ ନେଲେ ଛାତ୍ରୀଛାତ୍ର, ଜଳବାୟୁ ପରିବର୍ତ୍ତନରେ…

ମହାକାଳପଡ଼ା,୩ା ୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହେବ ସଜୁବ ବନାନୀ। ଏଥିପାଇଁ ସ୍କୁଲ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

ଘରୁ ଉଭାନ୍‌ ହୋଇଗଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ: ବାପା କହିଲେ…

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ସ୍ଥିତ ଭୈରବନଗର ପଡ଼ାରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ହୋଇଥିବା ନେଇ ଅଭିଯୋଗ ଆସିଛି।…

ଅଙ୍ଗନଦୀ ସେତୁରୁ ଉଠିଗଲା କଂକ୍ରିଟ: ଦୁର୍ଘଟଣା ଆଶଙ୍କା

ଲୋଇସିଂହା,୩।୭ (ସୁଶାନ୍ତ ବାରିକ):ବଲାଙ୍ଗୀର-ବରଗଡ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ସାଲେଭଟା ଅଙ୍ଗନଦୀ ସେତୁ ମଝି ଅଂଶ ଶୋଚନୀୟ ହୋଇ ପଡିଥିବା ସ୍ଥାନକୁ ଗତ ମଙ୍ଗଳବାର ମରାମତି କରାଯାଇଥିଲା।…

ରାଜ୍ୟ ପାଇଁ ଗୌରବ ଆଣିଲେ ଖୁସିରାମ: ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌ ଚାମ୍ପିୟନଶିପ୍‌ରେ…

ବଲାଙ୍ଗୀର,୩ା୭(ବୀରେନ୍ଦ୍ର କୁମାର ଝାଙ୍କର):ମହାରାଷ୍ଟ୍ରର ନାସିକଠାରେ ଗତ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୧୪ତମ ସିଙ୍ଗା, ମାକାନ, ପ୍ରି-ଟିନ୍‌, ପ୍ରି-ଜୁନିୟର ଓ ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri