ହରିଦ୍ୱାର-ଋଷିକେଶକୁ ଗଲେ ୯୭୦ଜଣ ବରିଷ୍ଠ ତୀର୍ଥଯାତ୍ରୀ, କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଲୋକସେବା ଭବନରୁ ଭିଡିଓ କନ୍‌ଫରେନ୍ସିଂ ଯୋଗେ ବାଲେଶ୍ୱର ଷ୍ଟେଶନରୁ ହରିଦ୍ୱାର-ଋଷିକେଶକୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଷ୍ଟେଶନରୁ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର ଓ କେନ୍ଦୁଝର ଜିଲାର ୯୭୦ଜଣ ତୀର୍ଥଯାତ୍ରୀଙ୍କୁ ନେଇ ଏକ ଟ୍ରେନ୍‌ ହରିଦ୍ୱାର ଅଭିମୁଖେ ଯାତ୍ରା ଆରମ୍ଭ କରିଛି। ଯାତ୍ରୀଙ୍କ ସହାୟତା ପାଇଁ ୩୦ଜଣ ଏସ୍‌କଟ୍‌ ଅଫିସର ମଧ୍ୟ ସେମାନଙ୍କ ସହ ଯାଇଛନ୍ତି। ଏହି ଅବସରରେ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଛନ୍ତି। ଏହି ଅବସରରେ ବାଲେଶ୍ୱର ଷ୍ଟେଶନରେ ଆୟୋଜିତ କାର୍ଯ୍ୟକ୍ରମରେ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବିଧାୟକମାନେ ଉପସ୍ଥିତ ରହିଥିଲେ।

୨୦୧୬ରୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଇତିମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳର ପ୍ରାୟ ୧୨ ହଜାର ବରିଷ୍ଠ ନାଗରିକମାନେ ତୀର୍ଥ ଭ୍ରମଣର ସୁଯୋଗ ପାଇଛନ୍ତି। ୨୦୧୯-୨୦ ବର୍ଷରେ ଆଉ ତିନୋଟି ତୀର୍ଥଯାତ୍ରୀ ଦଳ ବ୍ରହ୍ମପୁରରୁ ରାମେଶ୍ୱର-ମଦୁରାଇ(ଜାନୁଆରୀ ୨୦୨୦), ସମ୍ବଲପୁରୁରୁ ଆଗ୍ରା-ମଥୁରା-ବୃନ୍ଦାବନ(ଫେବୃଆରୀ ୨୦୨୦), ଭୁବନେଶ୍ୱରରୁ ଆଲାହାବାଦ-ବନାରସ(ଫେବୃଆରୀ ୨୦୨୦)କୁ ଭ୍ରମଣର ସୁଯୋଗ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri