ହରିଲୁଟ୍‌ ଚାଲିଛି ମାଙ୍କଡ଼ା ପଥର: ଖବରଦାତାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇଲେ ପଥର ମାଫିଆ

ଖୋର୍ଦ୍ଧା ଅଫିସ,୧୦।୫: ଖୋର୍ଦ୍ଧା ତହସିଲ ଟାଉନ(ଆଦର୍ଶ) ଥାନା ଅନ୍ତର୍ଗତ ହଳଦିପଦା ଗ୍ରାମ ନିକଟରେ ଥିବା ସରକାରୀ ଜମିରୁ ମାଙ୍କଡ଼ା ପଥର ଚୋରା ଚାଲାଣ ହେଉଛି। ପ୍ରଶାସନ ଚୁପ୍‌ ବସିଥିବାବେଳେ କେତେଜଣ ଅସାଧୁ କର୍ମଚାରୀ ଏବଂ ମାଫିଆଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ଦୈନିକ ଶହ ଶହ ଟ୍ରକ ଓ ଟ୍ରାକ୍ଟରରେ ଜିଲା ଓ ଜିଲା ବାହାରକୁ ମାଙ୍କଡା ପଥର ଚାଲାଣ କରାଯାଉଛି। ଶନିବାର ଅପରାହ୍ନରେ ମାଙ୍କଡ଼ା ପଥର ଚାଲାଣ ହେଉଥିବା ବେଳେ ଏକ ଓ୍ବେବ ଚାନେଲର ଖବରଦାତା ଫଟୋ ଓ ଭିଡିଓ ଉତ୍ତୋଳନ କରୁଥିଲେ। ଏହି ସମୟରେ ମାଫିଆମାନେ ଖବରଦାତାଙ୍କୁ ଘେରିଯିବା ସହ ମୁଣ୍ଡରେ ବନ୍ଧୁକ ଲଗାଇ ଭୟଭୀତ କରାଇଥିଲେ। ଏ ସମ୍ବନ୍ଧିତ ଖବର ପ୍ରକାଶ କଲେ ପରିବାର ସହ ତାଙ୍କୁ ଜୀବନରୁ ମାରିଦେବେ ବୋଲି ଧମକାଇଥିବା ଜଣାପଡିଛି। ଏହି ଖବର ସୋସିଆଲ ମିଡିଆରେ ଭାଇରାଲ ହେବା ସହ ଜେସିବି ମେଶିନ ସାହାର୍ଯ୍ୟରେ ଟ୍ରାକ୍ଟର, ଟ୍ରକ ବୋଝେଇ ମାଙ୍କଡା ପଥର ଚାଲାଣ କରାଯାଉଥିବା ଦେଖିବାକୁ ମିଳିଛି। ଏ ନେଇ ଟାଉନ ଥାନା ଅଧିକାରୀ ଉମାଶଙ୍କର ସିଂ କୁହନ୍ତି, ଏ ସମ୍ପର୍କରେ ଥାନାରେ କୌଣସି ଅଭିଯୋଗ କରାଯାଇନାହିଁ। ଅଭିଯୋଗ ଆସିଲେ, କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ। ଅନ୍ୟପଟେ ଓଡ଼ିଶା କାର୍ଯ୍ୟରତ ସାମ୍ବାଦିକ ସଂଘ(ଓୟୁଡବ୍ଳ୍ୟୁଜେ) କର୍ମକର୍ତ୍ତା ଏସ୍‌ପି ଅଜୟ ପ୍ରତାପ ସ୍ବାଇଁଙ୍କୁ ଭେଟି ଏ ସମ୍ପର୍କରେ ଆଲୋଚନା କରିଛନ୍ତି। ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ କରା ନ ଗଲେ ଖବରଦାତାମାନେ ରାଜରାସ୍ତାକୁ ଓହ୍ଳାଇବେ ବୋଲି ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ଏସ୍‌ପି ସ୍ବାଇଁ କହିଛନ୍ତି, ଏ ସମ୍ପର୍କରେ ଥାନାରେ ଅଭିଯୋଗ କରନ୍ତୁ। ଅଭିଯୋଗକୁ ଭିତ୍ତିକରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଏହି ଜିଲାରେ ମିଳିଲା ଦେଢ଼ ଟନ୍ ସୁନା; ବିଧାନସଭାରେ ସୂଚନା ଦେଲେ ଖଣି ମନ୍ତ୍ରୀ

ଭୁବନେଶ୍ୱର,୧୯।୨: ଓଡ଼ିଶା ପାଇଁ ଖୁସି ଖବର। ବିଶ୍ୱରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ ମୟୂରଭଞ୍ଜ ଜିଲାରେ ବିପୁଳ ପରିମାଣର ସୁନା ଗଚ୍ଛିତ ଥିବା ନେଇ ସରକାରୀ…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri