ହରିଶଙ୍କରରେ ମାଓବାଦୀଙ୍କ ବ୍ୟାନର

ଖପ୍ରାଖୋଲ ୧୪।୬ (ଡି.ଏନ.ଏ.) : କିଛିଦିନର ନିରବତା ପରେ ପୁଣି ମାଓବାଦୀମାନେ ବଲାଙ୍ଗୀର ଜିଲା ଖପ୍ରାଖୋଲ ଅଞ୍ଚଳରେ ନିଜ ଉପସ୍ଥିତି ଜାହିର କରିଛନ୍ତି। ଖପ୍ରାଖୋଲ ବ୍ଲକ ହରିଶଙ୍କରଠାରେ ଶୁକ୍ରବାର ମାଓବାଦୀମାନେ ବ୍ୟାନର ଲଗାଇ ଜନଆନ୍ଦୋଳନ ଉପରେ ଫାସୀବାଦି ଦମନକୁ ବିରୋଧ କରିବାକୁ ଆହ୍ବାନ ଦେବା ସହ ଅନ୍ୟ ଏକ ବ୍ୟାନରରେ ପୋଲିସକୁ କଡ଼ା ଚେତାବନୀ ଦେଇଛନ୍ତି ା ଗୁରୁବାର ବିଳମ୍ବିତ ରାତିରେ ଏହି ବ୍ୟାନର ଲାଗିଥିବା ଜଣାପଡିଛି। ଶୁକ୍ରବାର ସକାଳେ ଖପ୍ରାଖୋଲ ଥାନା ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ସେହି ବ୍ୟାନର ଜବତ କରିଛି। ହରିଶଙ୍କର ମନ୍ଦିର ତଳି ଏକ ଦୋକାନରେ ଗୋଟିଏ ବ୍ୟାନର ଲଗାଯାଇଥିବା ବେଳେ ଅନ୍ୟଟି ଡିଅର ପାର୍କ ପାଖରେ ଲଗାଯାଇଥିଲା। ଲାଲା କପଡ଼ା ଉପରେ ଧଳା ହିନ୍ଦୀ ଅକ୍ଷରରେ ଏହି ବ୍ୟାନର ଲେଖାଯାଇଥିଲା। ତଳେ ବିବିଏମ୍‌ ଡିଭିଜନାଲ କମିଟି ଭା.କ.ପା.(ମାଓବାଦୀ) ଲେଖା ରହିଛି। ଏନେଇ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ପ୍ରକାଶ ପାଇଛି ା ହରିଶଙ୍କରଠାରେ ଅବସ୍ଥାପିତ ସିଆରପିଏଫ୍‌ କ୍ୟାମ୍ପର ଅନତି ଦୂରରେ ଏଭଳି ବ୍ୟାନର ପୋଷ୍ଟର ଲାଗିବା ପୋଲିସ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଏପ୍ରିଲ ୧୧ ତାରିଖରେ ହରିଶଙ୍କରଠାରେ ମାଓବାଦୀମାନେ ବ୍ୟାନର ଓ ପୋଷ୍ଟର ଲଗାଇଥିଲା। ଏ ନେଇ ଖପ୍ରାଖୋଲ ଥାନା ଅଧିକାରୀ ଜ୍ୟୋତିରଞ୍ଜନ ପତିଙ୍କୁ ପଚାରିବାରୁ ପୋଲିସ ମାଓବାଦୀ ବ୍ୟାନର ଜବତ କରିଛି। ଏନେଇ ଅଧିକ ତଦନ୍ତ ଚାଲିଛି ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗଣତନ୍ତ୍ର ବିରୋଧୀ ଭାବନା

ବିଂଶ ଶତାବ୍ଦୀର ରାଜନୈତିକ ବିପର୍ଯ୍ୟୟଗୁଡ଼ିକରୁ ମିଳିଥିବା ଏକ ପ୍ରମୁଖ ଶିକ୍ଷା ଆପାତତଃ ବିରୋଧାଭାସପୂର୍ଣ୍ଣ ମନେହୁଏ। ତାହା ହେଉଛି, ଯେଉଁମାନେ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଚତୁରତାର ସହ ବ୍ୟବହାର କରି…

ପୂର୍ବତନ ଆଇଏଏସ୍‌ ଅଫିସର ଉପେନ୍ଦ୍ରଙ୍କୁ ହାଜିରା ନୋଟିସ

ଭୁବନେଶ୍ୱର,୨୪।୭ (ସୁନିତ୍‌ ମିଶ୍ର):: ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାକାଣ୍ଡ ଏବଂ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ସମ୍ପର୍କିତ ତଦନ୍ତ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଚୋରି ଘଟଣାକୁ ନେଇ ଜଣକ…

ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆଜି ବାହୁଡ଼ିବେ ଦାରୁବିଗ୍ରହ

ପୁରୀ,୨୪ା୭(ଅଜିତ୍‌ କୁମାର ମହାନ୍ତି): ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶୁକ୍ରବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ…

ପେପର ଲିକ୍‌ ମାମଲାରେ ସରକାରଙ୍କ ପକ୍ଷରୁ ବଡ଼ ଧରଣର ଅଦଳବଦଳ: ଶିକ୍ଷା ମନ୍ତ୍ରଣାଳୟରୁ ହଟିଲେ…

ନୂଆଦିଲ୍ଲୀ,୨୪।୭: ଜନ୍ତର ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟର…

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri