ହରିହର କ୍ୟାନସର ହସ୍ପିଟାଲରେ ଚିତ୍ରଶିଳ୍ପୀ ନାରୁ ମହାରଣା: ରାଜ୍ୟ ସରକାର ଦେଲେ ୫୦ ହଜାର ସହାୟତା

ପୁରୀ ଅଫିସ, ୧୩।୧୨:ଓଡ଼ିଶାର ସୁନାମଧନ୍ୟ ଚିତ୍ରଶିଳ୍ପୀ ନାରାୟଣ ମହାରଣା ଓରଫ ନାରୁ କର୍କଟ ରୋଗରେ ପୀଡ଼ିିତ ହୋଇ କଟକସ୍ଥିତ ହରିହର କ୍ୟାନସର ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ନାରୁ ଆର୍ଥତ୍କ ଅନାଟନ ମଧ୍ୟରେ ଚିକିତ୍ସାଳୟ ଶଯ୍ୟାରେ ପଡ଼ିି ଛଟପଟ ହେଉଥିବା ନେଇ ଅକ୍ଟୋବର ୨୨ତାରିଖରେ ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। ଏହା ପରେ ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଜିଲାପାଳଙ୍କ ସମେତ ଜିଲା ସାମାଜିକ ସୁରକ୍ଷା କାର୍ଯ୍ୟାଳୟ ଏବଂ ଜିଲା ସଂସ୍କୃତି କାର୍ଯ୍ୟାଳୟକୁ ଅବଗତ କରାଯାଇଥିଲା। ଏହାର ମାସକ ପରେ ରାଜ୍ୟ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ନାରାୟଣଙ୍କ ଚିକିତ୍ସା ଲାଗି କଳାକାର କଲ୍ୟାଣ ପାଣ୍ଠିରୁ ୫୦ ହଜାର ଟଙ୍କାର ଆର୍ଥତ୍କ ସହାୟତା ରାଶି ପ୍ରଦାନ କରାଯାଇଛି। ଜିଲା ଆଇନ ସେବା ପ୍ରାଧିକରଣ ସଚିବ ଅମରେଶ ମହାପାତ୍ର କହିଛନ୍ତି, ଧରିତ୍ରୀରୁ ତାଙ୍କ ସମ୍ପର୍କରେ ଜାଣିବାକୁ ପାଇଥିଲି। ୨୦୧୭ରେ ନାରାୟଣଙ୍କ ନାମ ପଦ୍ମଶ୍ରୀ ଲାଗି ସୁପାରିଶ ହୋଇଥିବା ଜାଣିବା ପରେ ସହାୟତା ପ୍ରଦାନ ଲାଗି ଜିଲା ପ୍ରଶାସନ ଏବଂ ରାଜ୍ୟ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗକୁ ଅନୁରୋଧ କରାଯାଇଥିଲା। ନାରାୟଣଙ୍କ ପରିବାରବର୍ଗ ଏଥିପାଇଁ ପ୍ରାଧିକରଣ ସଚିବ ମହାପାତ୍ରଙ୍କୁ ଭେଟି କୃତଜ୍ଞତା ଜଣାଇଛନ୍ତି।
କାଠ ଖୋଦେଇ, ପଟ୍ଟଚିତ୍ର, ଶ୍ରୀକ୍ଷେତ୍ରର ପାରମ୍ପରିକ ଗୋଷାଣୀ ଓ ନାଗା ମୂର୍ତ୍ତି ଗଠନରେ ନାରାୟଣଙ୍କ ସୁଖ୍ୟାତି ରହିଛି। ପଟ୍ଟଚିତ୍ର ଲାଗି ୨୦୦୩ରେ ବୟନ ଶିଳ୍ପ ମନ୍ତ୍ରଣାଳୟ ପକ୍ଷରୁ ତାଙ୍କୁ ଜାତୀୟ ପୁରସ୍କାର ମିଳିଥିଲା। ସେ କଳାମଣି ସମ୍ମାନ, ରାଜ୍ୟ ଡିଜାଇନ ଆୱାର୍ଡ, ଲଳିତ କଳା ଏକାଡେମୀ ସମ୍ମାନ, ଜଗନ୍ନାଥ ମହାପାତ୍ର ଶିଳ୍ପୀ ସମ୍ମାନରେ ସମ୍ମାନିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଛୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ନୂଆପଡ଼ାରେ ଆରମ୍ଭ ହେଲା ଗୃହ ଗଣନା

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ସ୍ବଗଣନା ପ୍ରକ୍ରିୟା ସମାପ୍ତି ପରେ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହ ତାଲିକା ଓ ଗୃହ ଗଣନା ଗୁରୁବାର ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri