ହର୍ପିସ ଭୂତାଣୁର ଅନୁଧ୍ୟାନ ପାଇଁ ନନ୍ଦନକାନନ ଆସିବେ କେନ୍ଦ୍ରୀୟ ଟିମ୍‌

ବାରଙ୍ଗ,୨୩ା୯(ଡି.ଏନ.ଏ) : ନନ୍ଦନକାନନରେ ହର୍ପିସ ଭାଇରସ ଯୋଗୁ ୪ଟି ହାତୀଙ୍କର ମୃତ୍ୟୁ ଘଟଣା କର୍ତ୍ତୃପକ୍ଷଙ୍କ ପାଇଁ ନାନା ଚିନ୍ତା ବଢ଼ାଇଛି। ଏହି ଘଟଣା ଏବେ ରାଜ୍ୟରେ ସୀମିତ ହୋଇରହି ନାହଁି। ଜାତୀୟସ୍ତରରେ ମଧ୍ୟ ଏହାକୁ ନେଇ ବିଭିନ୍ନ ଆଲୋଚନା ହେଉଛି। ଏହି ଘଟଣା ପରେ ନନ୍ଦନକାନନ ପକ୍ଷରୁ ବିଭିନ୍ନ ଚିଡିଆଖାନା କର୍ତ୍ତୃପକ୍ଷଙ୍କ ସହ ବିଚାରବିମର୍ଶ ମଧ୍ୟ କରାଯାଇଛି ବୋଲି ସୂଚନା ମିଳିଛି। ଶନିବାର ନନ୍ଦନକାନନରେ ହୋଇଥିବା ବୈଷୟିକ କମିଟିର ବୈଠକରେ ଡାକ୍ତରମାନଙ୍କ ଚିକିତ୍ସା ପ୍ରଣାଳୀ ତର୍ଜମା କରିବା ସହ ପ୍ରତିକାର ପାଇଁ ବିଭିନ୍ନ ଆଲୋଚନା କରାଯାଇଥିଲାନ୍‌। ଆମେରିକା, କେରଳ ଓ ଆସାମ ସହ ନନ୍ଦନକାନନ ପକ୍ଷରୁ ଯୋଗାଯୋଗ ରଖାଯାଇଛି ବୋଲି ଉପନିର୍ଦ୍ଦେଶକ ଜୟନ୍ତ କୁମାର ଦାସ କହିଛନ୍ତି। ତେବେ ଏହି ଘଟଣା ପରେ ଆସନ୍ତା ୨୫ ତାରିଖରେ କେନ୍ଦ୍ରୀୟ ଚିଡିଆଖାନାର ଏକ ଟିମ ହାତୀ ମୃତ୍ୟୁ ବିଷୟରେ ଅନୁଧ୍ୟାନ ପାଇଁ ନନ୍ଦନକାନନକୁ ଆସୁଥିବାର ଜଣାପଡିଛି। ନନ୍ଦନକାନନ କର୍ତ୍ତୃପକ୍ଷ ଏ ବିଷୟରେ କେନ୍ଦ୍ରୀୟ ଚିଡିଆଖାନା କର୍ତ୍ତୃପକ୍ଷଙ୍କ ଦୃଷ୍ଟିକୁ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

ଅକାମୀ ହୋଇପଡିଛି ୨୬ ଲକ୍ଷର ପ୍ରୋଜେକ୍ଟ: ଚାଷୀ ହନ୍ତସନ୍ତ

କେସିଙ୍ଗା,୨୨।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭମରମାଲ ଗ୍ରାମ ନିକଟରେ ଜଳସେଚନ ପାଇଁ ଗତ ୨୦୨୦-୨୧ରେ ୨୬ ଲକ୍ଷ ୮୨…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ପରିସ୍ଥିତିର ଦାସ ମଣିଷ

ମହାନ୍‌ ମାନବବାଦୀ ନେତା ଆବ୍ରାହମ୍‌ ଲିଙ୍କନ ଥରେ କହିଥିଲେ, ”ମୁଁ ମୋର ସାମ୍ନା କରିଥିବା ପରିସ୍ଥିତିର ଫଳ“ ଅର୍ଥାତ୍‌ ସେ ଯେଉଁ ଆସନରେ ମଣ୍ଡିତ ଥିଲେ ତାହା…

ଜୀବନ ନଦୀର ଦୁଇ କୂଳ

ଶ୍ରଦ୍ଧାବାନ୍‌ ଲଭ୍ୟତେ ଜ୍ଞାନମ୍‌ ଓ ସଂଶୟାତ୍ମା ବିନଶ୍ୟତି’ର ମହତ୍ତ୍ୱ ହୃଦୟଙ୍ଗମ କରିବା ଉଚିତ। ଜ୍ଞାନ ପାଇଁ ସଂଶୟହୀନତା ଓ ଶ୍ରଦ୍ଧା ଉଭୟ ଆବଶ୍ୟକ, ଠିକ୍‌ ଯେପରି ଆଲୋକ…

ରଣନୀତିରୁ ଲାଭ

ଆମେରିକା ପୃଥିବୀର ଯେ କୌଣସି ସ୍ଥାନରେ ସାମରିକ ଆକ୍ରମଣ କରିବାକୁ ସକ୍ଷମ। ଏହାସହ ଅନ୍ୟ ଦେଶ ଉପରେ କ୍ଷତିକାରକ ଟାରିଫ୍‌ ଓ ପ୍ରତିବନ୍ଧକ ଲଗାଇବା ଏବଂ ସହଯୋଗୀଙ୍କ…

ଏଣିକି କୃଷକଙ୍କ କାର୍ଯ୍ୟ ହେବ ସହଜ: ଶୁଭାରମ୍ଭ ହେଲା…

ମହାକାଳପଡ଼ା, ୨୨ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କିଆର ବାଙ୍କସ୍ଥିତ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ରଠାରେ ଖରିଫ୍‌ ଫସଲ ସମ୍ବନ୍ଧୀୟ କୃଷକ ପଞ୍ଜୀକରଣ, ସଫଳ…

କଲ୍ୟାଣସିଂହପୁର ଲ୍ୟାମ୍ପ ଏମ୍‌ଡିଙ୍କ ଘରେ ଭିଜିଲାନ୍ସ ରେଡ୍, ବେଆଇନ କାରବାର…

କଲ୍ୟାଣସିଂହପୁର,୨୨।୫(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସମବାୟ ସମିତି ଲ୍ୟାମ୍ପରେ ହୋଇଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣା ନୂଆ ମୋଡ଼ ନେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri