ଦାରିଙ୍ଗବାଡି,୬।୧(ଡି.ଏନ୍.ଏ.)-ଦାରିଙ୍ଗବାଡିଠାରେ ଥିବା ରାପଡା ବାଡି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ହଷ୍ଟେଲରୁ ଜଣେ ନବମ ଶ୍ରେଣୀ ଛାତ୍ରୀ ଶୁକ୍ରବାର ବିଳମ୍ବିତରାତି ଠାରୁ ନିଖୋଜ ହୋଇଯାଇଛନ୍ତି। ଘଟଣାଟି ଘଟିବାର ୩୬ ଘଣ୍ଟାରୁ ଉର୍ଦ୍ଧ୍ୱ ସମୟ ହୋଇଥିଲେ ମଧ୍ୟ ତାଙ୍କର କୌଣସି ଖୋଜ ଖବର ମିଳିନାହିଁ। ଏନେଇ ହଷ୍ଟେଲ କର୍ତ୍ତୃପକ୍ଷ ଦାରିଙ୍ଗବାଡି ଠାରୁ ଭୁବନେଶ୍ୱର ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିବା ପରେ କୌଣସି ସନ୍ଧାନ ନମିଳିବା ପରେ ଦାରିଙ୍ଗବାଡି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ନଂ.୩/୨୦ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଥିବା ଆଇଆଇସି କୌଶିକ ମାଝୀ କହିଛନ୍ତି।
ପ୍ରକାଶ ଯେ, ବଡଦିନ ଛୁଟି ପରେ ଛାତ୍ରୀଙ୍କୁ ଶୁକ୍ରବାର ତାଙ୍କ ବାପା ଆଣି ହଷ୍ଟେଲରେ ଛାଡିଥିଲେ। ହଷ୍ଟେଲ ଆସିବା ପରେ ସେ ଉଦାସ ରହୁଥିଲେ। ରାତିରେ ଉପସ୍ଥାନ ପକାଇବାବେଳେ ସମ୍ପୃକ୍ତ ନବମ ଶ୍ରେଣୀ ଛାତ୍ରୀ ନଥିବା ଜଣାପଡିଥିଲା। ପରେ ହଷ୍ଟେଲ କର୍ତ୍ତୃପକ୍ଷ ଖୋଜାଖୋଜିବେଳେ ଏକ ଘରୋଇ ବସ୍ରେ ଜଣେ ଝିଅ ଓ ପୁଅ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଖବର ପାଇଥିଲେ। ସେମାନଙ୍କ ପଛେ ପଛେ ଯାଇ ଭୁବନେଶ୍ୱରରେ ପହଞ୍ଚତ୍ବାବେଳେ ସେମାନେ ଓହ୍ଲାଇ କେଉଁଆଡେ ଚାଲି ଯାଇଥିବା ବିଦ୍ୟାଳୟ କର୍ତ୍ତୃପକ୍ଷ କହିଛନ୍ତି। ଏନେଇ ହଷ୍ଟେଲ ସୁପରିଣ୍ଟେଣ୍ଡେଣ୍ଟ ଶୁଭଲତା ବଳିଆର ସିଂ କହିଛନ୍ତି ଯେ, ରାତିରେ ଏକ ବଡ ମୂଷା ହଷ୍ଟେଲ ଭିତରକୁ ପଶିଆସିବାରୁ ଛାତ୍ରୀମାନେ ଭୟରେ ଏଣେତେଣେ ଦୌଡିବାବେଳେ ଛାତ୍ରୀ ଜଣକ ହଷ୍ଟେଲ ଛାଡି ଚାଲିଯାଇଥିବା ଅନୁମାନ କରାଯାଉଛି। ଛାତ୍ରୀଙ୍କୁ କେହି ଅପହରଣ କରିଥିବା ଚର୍ଚ୍ଚା ହେଉଛି। କିଭଳି ରାତିରେ ମୁଖ୍ୟ ଫାଟକ ଖୋଲାଥିଲା ଏବଂ ଛାତ୍ରୀ ଜଣକ ହଷ୍ଟେଲରୁ ପଳାଇଲେ ତାହା ସନ୍ଦେହ ସୃଷ୍ଟି କରିଛି। ଏ ସମ୍ପର୍କରେ ପ୍ରଧାନ ଶିକ୍ଷକ ବଟକୃଷ୍ଟ ତ୍ରିପାଠୀଙ୍କୁ ଫୋନ କରିଥିଲେ ମଧ୍ୟ ସେ ଉଠାଇ ନ ଥିଲେ।
Posted inଆମ ଜିଲା ଖବର, କନ୍ଧମାଳ View All
ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର
ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…
ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ
ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…
ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍ର ୪ ଗିରଫ…
ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…
୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ
ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…
ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ
ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…
ଆକ୍ସନ ମୁଡ୍ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…
ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…
ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…
ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…
ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ
ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…
Archives

