Posted inଜାତୀୟ

ହସ୍ତାନ୍ତର କରାଗଲା ବିମାନ ବନ୍ଦରରୁ ଫେରିଯାଇଥିବା ୩ ଭାରତୀୟଙ୍କ ମୃତଦେହ

ନୂଆଦିଲ୍ଲୀ,୨୭।୪: ବିଦେଶରେ ମୃତ୍ୟୁ ହୋଇଥିବା ୩ ଭାରତୀୟଙ୍କ ମୃତଦେହ ୪ ଦିନ ହେବ ନୂଆଦିଲ୍ଲୀ ବିମାନ ବନ୍ଦରରୁ ଫେରିଯିବା ପରେ ପୁଣିଥିରେ ସୋମବାର ସକାଳେ ସେମାନଙ୍କ ପରିଜନଙ୍କୁ ହସ୍ତାନ୍ତର କରାଯାଇଥିବା ଜଣାପଡିଛି। କରୋନା ଭାଇରସ କଟକଣାକୁ ନେଇ ୪ ଦିନ ହେବ ୩ ମୃତଦେହ ୟୁନାଇଟେଡ ଆରବ ଏମିରେଟ୍ସକୁ ଫେରାଇ ଦିଆଯାଇଥିଲା। ଏ ସମ୍ପର୍କରେ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଲେଖି ଜଣାଇବା ସହ ମୃତଦେହ ଗୁଡିକୁ ଭାରତ ଫେରାଇ ଆଣିବାକୁ ମୋଦିଙ୍କ ହସ୍ତକ୍ଷେପ ଲୋଡିଥିଲେ। ସୂଚନାଯୋଗ୍ୟ, ୟୁଏଇରେ କାମ କରୁଥିବା ସଞ୍ଜିବ କୁମାର ଓ ଜଗସିର ସିଂଙ୍କ ମୃତ୍ୟୁ ଏପ୍ରିଲ ୧୩ରେ ହୋଇଥିବା ବେଳେ କମଲେଶ ଭଟ୍ଟଙ୍କ ମୃତ୍ୟୁ ଏପ୍ରିଲ ୧୭ରେ ହୃଦଘାତ ଯୋଗୁ ହୋଇଥିଲା। ଏହାପରେ ଭଟ୍ଟଙ୍କ ମୃତଦେହ ଫେରିଯିବା ଘଟଣାକୁ ନେଇ ମାମଲା ଦିଲ୍ଲୀ ହାଇକୋର୍ଟ ପହଞ୍ଚିଥିଲା। ଏ ସମ୍ପର୍କରେ ସରକାର ନିଜ ପକ୍ଷ ରଖି ଘଟଣାର ସମାଧାନ କରିବେ ବୋଲି କହିଥିଲେ। ଏହି ଘଟଣାକୁ ନେଇ ୟୁଏଇରେ ଥିବା ଭାରତୀୟ ରାଷ୍ଟ୍ରଦୂତ କ୍ଷୋଭ ପ୍ରକାଶ କରଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri