Posted inଖେଳ

ହସ୍ପିଟାଲରେ ପରିଣତ ହେଲା ସାଓ ପାଉଲୋ ଷ୍ଟାଡିୟମ

ସାଓ ପାଉଲୋ, ୨୫।୩ (ଏପି)- ପ୍ରାଣଘାତୀ କରୋନା ଭାଇରସ୍‌ ସାରା ବିଶ୍ୱରେ ଏହାର ଆତଙ୍କ ଖେଳାଇ ଚାଲିଛି। ଏହାକୁ ମୁକାବିଲା କରିବା ପାଇଁ ବ୍ରାଜିଲ ସାଓ ପାଉଲୋସ୍ଥିତ ପାକାଏମ୍ବୁ ଷ୍ଟାଡିୟମକୁ ଓପନ୍‌-ଏୟାର ହସ୍ପିଟାଲରେ ପରିଣତ କରାଯାଇଛି। କରୋନା ଭାଇରସ୍‌ରେ ଆକ୍ରାନ୍ତ ବ୍ୟକ୍ତିଙ୍କ ଚିକିତ୍ସା ଏଠାରେ କରାଯିବ। ୪୫ ହଜାର ଦର୍ଶକ କ୍ଷମତା ବିଶିଷ୍ଟ ଏହି ଷ୍ଟାଡିୟମରେ ୨୦୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିକିତ୍ସିତ ହୋଇପାରିଲା ଭଳି ବ୍ୟବସ୍ଥା କରାଯିବ। ଏହାକୁ ଆଗାମୀ ୧୦ ଦିନ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ନିର୍ମାଣର ୨ୟ ଦିନ ସୁଦ୍ଧା ସାଓ ପାଉଲୋ ଷ୍ଟାଡିୟମରେ ତାର ଓ କେବୁଲ ପହଞ୍ଚତ୍ ସାରିଛି। ବ୍ରାଜିଲର ଏହି ବଡ଼ ସହରର କିଛି ପ୍ରମୁଖ ହସ୍ପିଟାଲ ପାଖରେ ଏହି ଷ୍ଟାଡିୟମ ରହିଛି। ୨୦୧୪ ଫିଫା ବିଶ୍ୱକପ୍‌ ସମୟରେ ମ୍ୟାଚ୍‌ ଆୟୋଜନ ହୋଇଥିବା ସମସ୍ତ ଷ୍ଟାଡିୟମକୁ ଏହିଭଳି ଓପନ୍‌ ଏୟାର ହସ୍ପିଟାଲ ଓ ସ୍ବାସ୍ଥ୍ୟ କେନ୍ଦ୍ର କରିବା ପାଇଁ ପ୍ରସ୍ତାବ ଦିଆଯାଇଛି। ଏଠାରେ ପ୍ରକାଶଯୋଗ୍ୟ, ସୋମବାର ଅପରାହ୍ନ ସୁଦ୍ଧା ବ୍ରାଜିଲରେ ୧୬୦୦ ବ୍ୟକ୍ତି କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇଛି। ଏଥିରେ ୨୫ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…

ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ…

ଭାରତ-ଇଂଲଣ୍ଡ ଟି-୨୦ ସିରିଜ ମଧ୍ୟରେ ସଞ୍ଜୁ ସାମସନ ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୯।୭: ବ୍ୟକ୍ତିଗତ କାରଣରୁ ସଞ୍ଜୁ ସାମସନ କେରଳ କ୍ରିକେଟ ଲିଗ (KCL 2026)ରେ ଖେଳିବେ ନାହିଁ। ପୂର୍ବରୁ, କୋଚି ବ୍ଲୁ ଟାଇଗର୍ସ ସାମସନଙ୍କୁ ସେମାନଙ୍କର ରିଟେନସନ ତାଲିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri