ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ବଦଳିଲା ପ୍ରସ୍ତୁତି: ମାଟ୍ରିକ୍‌ ଖାତା ମୂଲ୍ୟାୟନ କେନ୍ଦ୍ର ସଂଖ୍ୟା ବଢ଼ିବ

ଭୁବନେଶ୍ୱର, ୧୭।୫(ବ୍ୟୁରୋ): ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା। ୬୦ଟି ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷା ଖାତା ଦେଖାହେବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ତେବେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ମାଟ୍ରିକ ଖାତା ମୂଲ୍ୟାୟନ ପ୍ରସ୍ତୁତିରେ କେତେକ ପରିବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ମୂଲ୍ୟାୟନ କେନ୍ଦ୍ର ସଂଖ୍ୟାକୁ ବୃଦ୍ଧି କରାଯିବା ସହ କେନ୍ଦ୍ରର ୧୦ କିଲୋମିଟର ଦୂରରୁ ଆସୁଥିବା ଶିକ୍ଷକଙ୍କୁ ଚିହ୍ନଟ କରାଯିବ। ଏଥିସହ ସେମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଉଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।

ମନ୍ତ୍ରୀ କହିଛନ୍ତି ଯେ, ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରାଯିବ। ୧୦ କିଲୋମିଟର ଦୂରରୁ କେତେ ଶିକ୍ଷକ ଆସୁଛନ୍ତି ଓ କେତେ ମୂଲ୍ୟାୟନ କେନ୍ଦ୍ର ରହିଛି ସେନେଇ ବିସ୍ତୃତ ତଥ୍ୟ ମଗାଯାଇଛି। ରାଜ୍ୟର ସମସ୍ତ ଜିଲା ଶିକ୍ଷାଧିକାରୀଙ୍କ ସହ ଆଲୋଚନା ହୋଇଛି। ଅଧିକରୁ ଅଧିକ ମୂଲ୍ୟାୟନ କେନ୍ଦ୍ର ବଢ଼ାଇବା ପାଇଁ ବ୍ୟବସ୍ଥା ହେବ ଅର୍ଥାତ ମାଟ୍ରିକ ଖାତା ମୂଲ୍ୟାୟନ ପାଇଁ ଶିକ୍ଷୟିତ୍ରୀ ଶିକ୍ଷକମାନେ ଯେପରି ୧୦ କିମିରୁ ଅଧିକ ବାଟ ନ ଯିବେ ସେଥିପ୍ରତି ଦୃଷ୍ଟି ଦିଆଯିବ। ସେହିପରି ଖାତାଦେଖା ସମୟରେ କୋଭିଡ୍‌ ୧୯ ଗାଇଡ୍‌ଲାଇନକୁ କଡ଼ାକଡ଼ି ପାଳନ କରାଯିବ। ତେବେ ଏନେଇ ଆସନ୍ତା ସୋମବାର ଦିନ ସମ୍ପୂର୍ଣ୍ଣ ଆଲୋଚନା ହୋଇ ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ମାଟ୍ରିକ୍‌ ପରୀକ୍ଷା ଖାତା ମୂଲ୍ୟାୟନକୁ ନେଇ ହାଇକୋର୍ଟ କେତେକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଥିଲେ। ବିଶେଷକରି ୧୦ କିଲୋମିଟର ଦୂରରୁ ଆସୁଥିବା ମୂଲ୍ୟାୟନକାରୀଙ୍କ ପାଇଁ ରହିବା ଓ ଖାଇବା ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୨୪ା୮: ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ସନ୍ଧ୍ୟା ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ସଂଲଗ୍ନ ଗାଙ୍ଗେଟିକ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପରେ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri